ପୋଲିସର ବଡ଼ ପଦକ୍ଷେପ: ଏଣିକି ଲୋକଙ୍କୁ ଏଫଆଇଆର ଦାଖଲ କରିବା ସହଜ

ଦାରିଙ୍ଗବାଡି, ୨୯।୯ (ଅରୁଣ ସାହୁ): କନ୍ଧମାଳ ପୋଲିସର ବଡ଼ ପଦକ୍ଷେପ ଲୋକଙ୍କୁ ବିଭିନ୍ନ ଆଇନ ସେବା ଯୋଗାଇଦେବାକୁ ପୋଲିସର ପ୍ରୟାସ ଏବେ ସବୁଠି ଚର୍ଚ୍ଚା। ପ୍ରକାଶ ଯେ କନ୍ଧମାଳ ଏସପି ହରିଶ ବିସିଙ୍କ ନେତୃତ୍ୱରେ ପୋଲିସ ଆରମ୍ଭ କରିଛି। ଆପ ‘ସାଥି’ ଯେଉଁ ଆପରେ ରହିଛି। ଏକାଧିକ ସୁବିଧା ବିଶେଷ କରି ଇ-ଏଫଆଇଆର ଦାଖଲ ଓ ତାର ସ୍ଥିତି ସମ୍ପର୍କରେ ଜାଣିବା ବ୍ୟବସ୍ଥା ଏହି ଆପ ‘ସାଥି’ରେ ବ୍ୟବସ୍ଥା ରହିଛି। ଏଥିସହ ଥାନା ଅଞ୍ଚଳ ଗୁଡିକର ଲୋକେସନ, ଜରୁରୀକାଳୀନ କଲ ବ୍ୟବସ୍ଥା ସହ ପୋଲିସର ସେବା ସମ୍ପର୍କରେ ମତାମତ ଦେବାର ସୁବିଧା ରହିଛି। ଏଥିପାଇଁ ପୋଲିସ ପକ୍ଷରୁ ଏହି ଆପରେ ଥିବା ଏକ କ୍ୟୁଆର ବାର କୋଡ଼ ରହିଛି। ଲୋକମାନେ ମୋବାଇଲରେ ସ୍କାନର ଦେଖାଇବା କ୍ଷଣି ଆପ୍‌ଟି ଖୋଲିବା ସହ ହ୍ବାଟ୍ସଆପ ଖୋଲିବ ଏବଂ ସମସ୍ତ ନିୟମାବଳୀ ଖୋଲିବା ବ୍ୟବସ୍ଥା ରହିିଛି। ଡିଏସପି ତଥା ଦାରିଙ୍ଗବାଡି ଥାନା ଅଧିକାରୀ କନକ ମାଝୀଙ୍କ ନେତୃତ୍ୱରେ ଏହି ଆପ ରହିଥିବା ପୋଷ୍ଟର ବିଭିନ୍ନ ଗ୍ରାମ, ଗାଁ ଛକରେ ଲଗାଯାଇଛି। ଏହି ଆପକୁ କିଭଳି ନିଜ ମୋବାଇଲରେ ବ୍ୟବହାର କରିବେ ଓ କ’ଣ ସବୁ ଫାଇଦା ଦେବ ସେ ନେଇ ଡିଏସପି କନକ ମାଝୀ, ଏସଆଇ ଜୟନ୍ତ ସେଠୀ, ଲଷ୍ମୀ ମାଝୀ, ଏଏସଆଇ ଅର୍ଜୁନ ଶବର, ଶ୍ରୀନିବାସ ରାଓ ପ୍ରମୁଖ ବିଭିନ୍ନ ସ୍ଥାନରେ ବ୍ୟାନର ଲଗାଇବା ସହ ଲୋକଙ୍କୁ ସଚେତନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୧୭।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମାର୍ଚ୍ଚ ୧୯ ରୁ ୨୧ ପର୍ଯ୍ୟନ୍ତ ତିନି ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ରହିବେ। ଏହି ସମୟ ମଧ୍ୟରେ ସେ ଅଯୋଧ୍ୟା,…

ଇରାନ-ଆମେରିକା ଯୁଦ୍ଧ ମଧ୍ୟରେ କାହିଁକି ଫାଇଟର ଜେଟ ବ୍ୟବହାର କରୁନାହିଁ ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ତେହରାନ୍‌,୧୭।୩: ଏବେବି ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଜାରି ରହିଛି, ଯାହା ଏହାର ୧୮ ତମ ଦିନ ପୂରଣ କରୁଛି। ‘ଅପରେଶନ ଏପିକ ଫ୍ୟୁରି’…

ବାଚସ୍ପତିଙ୍କୁ ଚିଠି ଲେଖିଲେ ରାମଚନ୍ଦ୍ର କାଡ଼ାମ, ୩ ବିଧାୟକଙ୍କ ସିଟ୍‌…

ଭୁବନେଶ୍ୱର,୧୭।୩: ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ। ସେ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି, କ୍ରସ ଭୋଟିଂ କରିଥିବା ୩ ବିଧାୟକଙ୍କ…

ଚନ୍ଦ୍ରଭାଗା କୂଳରୁ ମିଳିଲା ଡଲଫିନ୍‌ର ମୃତଦେହ: ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ମୃତ୍ୟୁ ସନ୍ଦେହ

କୋଣାର୍କ,୧୭।୩: ପୁରୀ ଜିଲା ଚନ୍ଦ୍ରଭାଗା ସମୁଦ୍ର କୂଳରୁ ମଙ୍ଗଳବାର ଏକ ଡଲଫିନ୍‌ର ମୃତଦେହ ଉଦ୍ଧାର କରାଯାଇଛି। ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ଡଲଫିନ୍‌ର ମୃତ୍ୟୁ ଘଟିିଥିବା ସନ୍ଦେହ…

ଏଣିକି ଅଣ୍ଡା ଉପରେ ଏବେ ଲାଗିବ ଏକ୍ସପାଏରୀ ଡେଟ୍‌, ସରକାର ଆଣୁଛନ୍ତି ନୂଆ ନିୟମ

ଲକ୍ଷ୍ନୌ,୧୭।୩: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱାଧୀନ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଯାହା ଦ୍ୱାରା ଅଣ୍ଡା ଉତ୍ପାଦକମାନେ ୧ ଏପ୍ରିଲରୁ ପ୍ରତ୍ୟେକ ଅଣ୍ଡାରେ…

SCB ମେଡିକାଲ ଅଗ୍ନିକାଣ୍ଡ: ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

କଟକ,୧୭।୩: କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ।…

ଇସ୍ତଫା ଦିଅନ୍ତୁ ସ୍ବାସ୍ଥ୍ୟମନ୍ତ୍ରୀ: ନବୀନଙ୍କ ଦାବି

ଭୁବନେଶ୍ୱର,୧୭।୩: SCB ଅଗ୍ନିକାଣ୍ଡ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଆମ ସରକାରରେ ଏକ ଘରୋଇ ହସ୍ପିଟାଲରେ…

ସିମନବାଡିରେ ଅଜବ ପରାମ୍ପରା: ବିଶ୍ୱାସ ରହିଛି ଏମିତି କଲେ ଦୂର ହୁଏ ରୋଗ ପିଡା

ଦାରିଙ୍ଗବାଡି, ୧୭ ।୩ (ଅରୁଣ ସାହୁ ): ବିଶ୍ୱାସ ଅନେକ ଦୁଃଖକୁ ଦୂର କରିବା ନଜିର ରହିଛି। ରୋଗ ବ୍ୟାଧି ହେଉ କି ହାଡଫୁଟି, ବସନ୍ତ ଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri