ବାତ୍ୟା ପାଇଁ ବଡ଼ ପଦକ୍ଷେପ: ଘୋଡାହାଡ ଡ୍ୟାମରୁ ଛଡାଯିବ ପାଣି

ଦିଗପହଣ୍ଡି,୨୬।୧୦(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ରବିବାର ବାତ୍ୟା ’ମୋନ୍ଥା’ରେ ପରିଣତ ହୋଇଛି। ଏହାର ପ୍ରଭାବରେ ମଙ୍ଗଳବାରଠାରୁ ଗୁରୁବାର ଯାଏ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରବଳରୁ ଅତିପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜଳସମ୍ପଦ ବିଭାଗ ଅଧୀନ ଦିଗପହଣ୍ଡି ସ୍ଥିତ ଘୋଡାହାଡ ଜଳସେଚନ ଉପ ବିଭାଜନ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଯେକୌଣସି ମୁହୂର୍ତ୍ତରେ ଘୋଡାହାଡ ଡ଼୍ୟାମରୁ ସ୍ପିଲ ୱେ ମୁଖ୍ୟ ଫାଟକ ଦେଇ ଘୋଡ଼ାହାଡ଼ ନଦୀ ମଧ୍ୟକୁ ପାଣି ଛଡ଼ାଯିବ।

ଫଳରେ ନଦୀ ତଟବର୍ତ୍ତୀ ଗୋଲଣ୍ଡା, ମଧୁବନ, ସେବକ ଟିକରପଡ଼ା, କଇଠଖଣ୍ଡି, ବୁରିପଦର, ପେଣ୍ଠା, ତଲାସିଙ୍ଗି, ଗୁମା, ପନାଡ, ଜକମେରି ପଲ୍ଲୀ, ଜଲମେରି ପଲ୍ଲୀ, ଧେରେଣ୍ଡୀ, ମଳାଭଞ୍ଜା, ଆମ୍ବ ଗାଁ, ତିଳେଶ୍ୱର, ମହାନଳା, ପଳାଶପୁର, ନୂଆଗଡ, ଖୁଲଡି, ଜଲମରା, ଭୁଇପଲ୍ଲୀ, ପାଟପୁର ଗ୍ରାମବାସୀଙ୍କୁ ରବିବାର ଡାକବାଜି ଯନ୍ତ୍ର ମାଧ୍ୟମରେ ସତର୍କ ସୂଚନା ଜାରି କରାଯାଇଛି।

ଡ଼୍ୟାମର ଜଳଧାରଣ କ୍ଷମତା ୧୧୭.୮୦ ମିଟର ରହିଥିବା ବେଳେ ରବିବାର ସା ସୁଦ୍ଧା ଜଳଭଣ୍ଡାରରେ ୮୭.୫ ଭାଗ ଅର୍ଥାତ୍‌ ୧୧୬.୫୦ ମିଟର ପାଣି ଗଚ୍ଛିତ ରହିଥିବା ଜଳସମ୍ପଦ ବିଭାଗ ଉପ ନିର୍ବାହୀ ଯନ୍ତ୍ରୀ ଇଂ. ନିରଞ୍ଜନ ସାହୁ କହିଛନ୍ତି।

ଡ଼୍ୟାମରୁ ନଦୀଗର୍ଭକୁ ପାଣି ଛଡ଼ାଯିବ ବୋଲି ଜଳସମ୍ପଦ କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ ସରକାରୀ କାର୍ଯ୍ୟାଳୟ, ନିକଟସ୍ଥ ଥାନା ଓ ଦମକଳ କେନ୍ଦ୍ରଗୁଡ଼ିକୁ ସୂଚନା ଦିଆଯାଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

୧୬ରେ କଂଗ୍ରେସର ସଂସଦ ଘେରାଉ ଆନ୍ଦୋଳନ

ନୂଆଦିଲ୍ଲୀ,୧୪ା୩: କେନ୍ଦ୍ର ସରକାର ନିକଟରେ କରିଥିବା ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା ଦେଶ ପାଇଁ କ୍ଷତିକାରକ ହେବ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାର ପ୍ରତିବାଦ ସ୍ବରୁପ…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

ଚାଷୀଙ୍କ ଦୁଃଖ: ଅମଳ ବେଳେ କଲରା କିଆରୀ ଉଜାଡ଼ିଲେ ଦୁର୍ବୃତ୍ତ, ଜମୁର୍ଡା ଗ୍ରାମରେ ଉତ୍ତେଜନା!

ବରଗଡ଼, ୧୪/୦୩ (ପ୍ରେମାନନ୍ଦ ଖମାରୀ): ଜଣେ ଚାଷୀ ରକ୍ତକୁ ପାଣି କରି ଫସଲ ଉଜେଇଥିବା ବେଳେ, ଅମଳ ସମୟରେ ଦୁର୍ବୃତ୍ତଙ୍କ କଳା ପାହାର ଚାଷୀର ମେରୁଦଣ୍ଡ ଭାଙ୍ଗି…

ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ…

ଗ୍ୟାସ, ପେଟ୍ରୋଲ କଳାବଜାର କରୁଥିଲେ ସାବଧାନ: ନିୟମିତ ଯାଞ୍ଚ କରିବ କମିଟି

ନନ୍ଦପୁର,୧୪ା୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ଅଞ୍ଚଳର ପେଟ୍ରୋଲ ଟାଙ୍କି, ଗ୍ୟାସ ବିତରଣ କେନ୍ଦ୍ରଗୁଡ଼ିକ ନିୟମିତ ଯାଞ୍ଚ କରିବାକୁ କମିଟି ଗଠନ ପାଇଁ…

ବଡ଼ ଧରଣର ପୋଲିସ ଚଢ଼ାଉ: ବିପୁଳ ପରିମାଣର ବିସ୍ଫୋରକ ସହ ୨ ଗିରଫ

ବେଲଗୁଣ୍ଠା,୧୪।୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବେଲଗୁଣ୍ଠା ଥାନା ଅଧିକାରୀ…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri