ବାତ୍ୟା ପାଇଁ ବଡ଼ ପଦକ୍ଷେପ: ଘୋଡାହାଡ ଡ୍ୟାମରୁ ଛଡାଯିବ ପାଣି

ଦିଗପହଣ୍ଡି,୨୬।୧୦(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ରବିବାର ବାତ୍ୟା ’ମୋନ୍ଥା’ରେ ପରିଣତ ହୋଇଛି। ଏହାର ପ୍ରଭାବରେ ମଙ୍ଗଳବାରଠାରୁ ଗୁରୁବାର ଯାଏ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରବଳରୁ ଅତିପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜଳସମ୍ପଦ ବିଭାଗ ଅଧୀନ ଦିଗପହଣ୍ଡି ସ୍ଥିତ ଘୋଡାହାଡ ଜଳସେଚନ ଉପ ବିଭାଜନ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଯେକୌଣସି ମୁହୂର୍ତ୍ତରେ ଘୋଡାହାଡ ଡ଼୍ୟାମରୁ ସ୍ପିଲ ୱେ ମୁଖ୍ୟ ଫାଟକ ଦେଇ ଘୋଡ଼ାହାଡ଼ ନଦୀ ମଧ୍ୟକୁ ପାଣି ଛଡ଼ାଯିବ।

ଫଳରେ ନଦୀ ତଟବର୍ତ୍ତୀ ଗୋଲଣ୍ଡା, ମଧୁବନ, ସେବକ ଟିକରପଡ଼ା, କଇଠଖଣ୍ଡି, ବୁରିପଦର, ପେଣ୍ଠା, ତଲାସିଙ୍ଗି, ଗୁମା, ପନାଡ, ଜକମେରି ପଲ୍ଲୀ, ଜଲମେରି ପଲ୍ଲୀ, ଧେରେଣ୍ଡୀ, ମଳାଭଞ୍ଜା, ଆମ୍ବ ଗାଁ, ତିଳେଶ୍ୱର, ମହାନଳା, ପଳାଶପୁର, ନୂଆଗଡ, ଖୁଲଡି, ଜଲମରା, ଭୁଇପଲ୍ଲୀ, ପାଟପୁର ଗ୍ରାମବାସୀଙ୍କୁ ରବିବାର ଡାକବାଜି ଯନ୍ତ୍ର ମାଧ୍ୟମରେ ସତର୍କ ସୂଚନା ଜାରି କରାଯାଇଛି।

ଡ଼୍ୟାମର ଜଳଧାରଣ କ୍ଷମତା ୧୧୭.୮୦ ମିଟର ରହିଥିବା ବେଳେ ରବିବାର ସା ସୁଦ୍ଧା ଜଳଭଣ୍ଡାରରେ ୮୭.୫ ଭାଗ ଅର୍ଥାତ୍‌ ୧୧୬.୫୦ ମିଟର ପାଣି ଗଚ୍ଛିତ ରହିଥିବା ଜଳସମ୍ପଦ ବିଭାଗ ଉପ ନିର୍ବାହୀ ଯନ୍ତ୍ରୀ ଇଂ. ନିରଞ୍ଜନ ସାହୁ କହିଛନ୍ତି।

ଡ଼୍ୟାମରୁ ନଦୀଗର୍ଭକୁ ପାଣି ଛଡ଼ାଯିବ ବୋଲି ଜଳସମ୍ପଦ କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ ସରକାରୀ କାର୍ଯ୍ୟାଳୟ, ନିକଟସ୍ଥ ଥାନା ଓ ଦମକଳ କେନ୍ଦ୍ରଗୁଡ଼ିକୁ ସୂଚନା ଦିଆଯାଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗଣତନ୍ତ୍ର ଦିବସରେ ବଡ଼ ଆତଙ୍କବାଦୀ ଆକ୍ରମଣ ଯୋଜନା! ଟାର୍ଗେଟରେ ରାଜଧାନୀ ସମେତ ରାମ ମନ୍ଦିର, ଆଲର୍ଟରେ ଏଜେନ୍ସି

ନୂଆଦିଲ୍ଲୀ,୨୨।୧: ଗଣତନ୍ତ୍ର ଦିବସ (ଜାନୁଆରୀ ୨୬) ରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହେବାର ସମ୍ଭାବନା ଥିବାରୁ ଭାରତର ବିଭିନ୍ନ ସହରରେ ସତର୍କତା ଜାରି କରାଯାଇଛି।...

ରେଳଯାତ୍ରୀଙ୍କୁ Indian Railwayର ବଡ଼ ଉପହାର! ଏହାର ଦାମ୍‌ କମାଇଲା…         

ନୂଆଦିଲ୍ଲୀ,୨୨।୧: ଭାରତୀୟ ରେଳ ବିଭାଗ ଯାତ୍ରୀଙ୍କୁ ଏକ ଛୋଟ କିନ୍ତୁ ମହତ୍ତ୍ୱପୂର୍ଣ୍ଣ ଉପହାର ଦେଇଛି। ଏବେ ଟ୍ରେନ ଓ ରେଳଷ୍ଟେଶନରେ ମିଳୁଥିବା ପ୍ୟାକେଜ୍ଡ ପାଣି ବୋତଲ...

BJD ରାଜ୍ୟସଭା ଏମପି ଶୁଭାଶିଷଙ୍କୁ ହତ୍ୟା ଧମକ, ୧୦ ଲକ୍ଷ ଟଙ୍କା ଦିଅ…

ପୁରୀ,୨୨।୧(ଅଜିତ୍‌ କୁମାର ମହାନ୍ତି)- ପୁରୀ ଜଗନ୍ନାଥ ମନ୍ଦିରରେ ଖୁବଶୀଘ୍ର ବୋମା ପଡ଼ିବ,ଖୁବଶୀଘ୍ର ପୁରୀ ଗ୍ରାଣ୍ଡ ସେଣ୍ଟରରେ ଗୁଳି ଫୁଟେଇବୁ ଏବଂ ରାଜ୍ୟ ସଭା ଏମପି ଶୁଭାଶିଷ...

ଜୁଆର ମାଡକୁ ସହି ପାରୁନାହିଁ ଜିଓ ସିନ୍ଥେଟିକ ଟ୍ୟୁବୱାଲ, ଖସୁଛି ପଥର ପ୍ୟାକିଂ, ବର୍ଷା ପୂର୍ବରୁ କାମ ନ ହେଲେ…

କେନ୍ଦ୍ରାପଡ଼ା, ୨୨ା୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଗୋବିନ୍ଦପୁର, ଡିମିରିପାଳ, ପେତପଡା, ସଂସିଧା, ଏରଡଙ୍ଗ, ଦେସାହି, ପାଳମୀ, କେତୁଆପାଳ ପଞ୍ଚାୟତକୁ କାଣୀ, ଖରସ୍ରୋତା,...

ଗୋଟିଏ ସ୍ବାମୀଙ୍କୁ ୨ ସ୍ତ୍ରୀ: ପଞ୍ଚାୟତ ନେଲା ବଡ଼ ନିଷ୍ପତ୍ତି, ଜଣଙ୍କ ସହ ୩ ଦିନ, ଅନ୍ୟ ଜଣଙ୍କ ସହ ୩ ଦିନ, ଆଉ ରବିବାରରେ…

ଲକ୍ଷ୍ନୌ,୨୨।୧: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ଏକ ଗାଁ ପଞ୍ଚାୟତ ଏପରି ନିଷ୍ପତ୍ତି ଜାରି କରିଛି ଯାହା...

‘ମୁଁ ବିବାହିତ’…ଗର୍ଲଫ୍ରେଣ୍ଡଙ୍କୁ ନେଇ ଏମିତି କହିଲେ ଆମିର ଖାନ

ମୁମ୍ବାଇ: ବଲିଉଡର ମିଷ୍ଟର ପରଫେକ୍ସନିଷ୍ଟ ଆମିର ଖାନ ପୁଣିଥରେ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଖବରର ଶିରୋନାମା ପାଲଟିଛନ୍ତି। ସେ ନିକଟରେ ତାଙ୍କ ପ୍ରେମିକା ଗୌରୀ...

ଭୟଙ୍କର ଦୁର୍ଘଟଣା: ଓଭରବ୍ରିଜ୍‌ ନିକଟରେ କଣ୍ଟେନର-ଟ୍ରକ୍‌ ମୁହାଁମୁହିଁ ହେବାରୁ…

ଗଞ୍ଜାମ,୨୨ା୧(ଅନାଥ ତରାଇ): ଗଞ୍ଜାମସ୍ଥିତ ହୁମ୍ମା ଫାଣ୍ଡି ଅନ୍ତର୍ଗତ ଲକ୍ଷ୍ମୀପୁର ଓଭରବ୍ରିଜ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ବୁଧବାର ବିଲମ୍ବିତ ରାତିରେ ଏକ ଭୟଙ୍କର ସଡ଼କ...

ମଝି ଆକାଶରେ ଯାତ୍ରୀଙ୍କୁ ଆସିଲା ହାର୍ଟଆଟାକ୍‌, ଆଉ ତା’ପରେ…

ନୂଆଦିଲ୍ଲୀ,୨୨।୧: ନାଗପୁର ବିମାନବନ୍ଦରରେ ଉଡ଼ାଣ ସମୟରେ ଜଣେ ଯାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ୍‌ ଖରାପ ହୋଇଯିବାରୁ ଉତ୍ତେଜନା ସୃଷ୍ଟି ହୋଇଛି। ଗାଜିଆବାଦରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri