ଅବାଧ ନିର୍ବାଚନ ପାଇଁ ଜିଲା ପ୍ରଶାସନର ବଡ଼ ପଦକ୍ଷେପ

ଦାରିଙ୍ଗବାଡ଼ି,୬ା୪(ଅରୁଣ ସାହୁ): ଆସନ୍ତା ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବାକୁ ଜିଲା ପ୍ରଶାସନ ପକ୍ଷରୁ ଦୃଢ଼ ପଦକ୍ଷେପ ନିଆଯାଇଛି। ଅଞ୍ଚଳରେ ଏହି ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ କରାଯିବା ସହ ଲୋକଙ୍କୁ ଭୟଭୀତ ନ ହେବା ଓ ପ୍ରଭାବିତ ନ ହେବା ପ୍ରତି ଜିଲା ପ୍ରଶାସନ ଗୁରୁତ୍ୱ ଦେଇଛନ୍ତି। କନ୍ଧମାଳ ଜିଲାର ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ୪ଟି ସ୍କ୍ବାଡ୍‌ ବିଭିନ୍ନ ସ୍ଥାନରେ ବ୍ଲକିଂ କରି ଗାଡ଼ିମୋଟର ଯାଞ୍ଚ କରିଛି। ଉକ୍ତ ନିର୍ବାଚନ ମଣ୍ଡଳୀର ଟିକାବାଲି, ଜି. ଉଦୟଗିରି, ରାଇକିଆ ଏବଂ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳ ପାଇଁ ଚାରୋଟି ସ୍କ୍ବାଡ୍‌ ଗଠନ କରାଯାଇଛି। ଏହି କ୍ରମରେ ଦାରିଙ୍ଗବାଡ଼ି ବ୍ଲକର ଦାରିଙ୍ଗବାଡ଼ି ଓ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଯାଞ୍ଚ କରାଯାଇଛି। ଏହି ସ୍କ୍ବାଡ୍‌ରେ ଅତିରିକ୍ତ ତହସିଲଦାର କୃଷ୍ଣଚନ୍ଦ୍ର ନାୟକଙ୍କ ନେତୃତ୍ୱରେ ଏଏସ୍‌ଆଇ ଶ୍ରୀନିବାସ ରାଓଙ୍କ ସମେତ ସଶସ୍ତ୍ର ପୋଲିସ ବାହିନୀ ଏହି ଯାଞ୍ଚ କରିଥିଲେ। ଗାଡ଼ିଚାଳକଙ୍କ ହେଲ୍‌ମେଟ ଚେକିଂ ସହ ଗାଡ଼ି କାଗଜପତ୍ର ଯାଞ୍ଚ କରାଯାଇଥିଲା। ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି, ଶ୍ରାନିକେତା,କିରିକୁଟି, ଡବେରୀ, ଆଦି ସ୍ଥାନରେ ଯାଞ୍ଚ କରାଯାଇଛି। ସେହିପରି ଦାରିଙ୍ଗବାଡ଼ି ଥାନାର ଡବେରୀ ଏବଂ ବ୍ରାହ୍ମଣୀଗାଁ ବଜାର ମଧ୍ୟରେ ପୋଲିସ ପକ୍ଷରୁ ଗାଡ଼ିମୋଟର ଯାଞ୍ଚ କରାଯାଉଥିବା ଦାରିଙ୍ଗବାଡ଼ି ଆଇଆଇସି ଆନନ୍ଦ ଚନ୍ଦ୍ର ପାତ୍ର ଓ ବ୍ରାହ୍ମଣୀଗାଁ ଥାନା ଅଧିକାରୀ ଚିରଞ୍ଜିବୀ ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରା ମାଲିକ ନାଣ୍ଡୁଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ସାଇଙ୍କ ମା’, କହିଲେ ମୋ ପୁଅକୁ…

ଭୁବନେଶ୍ୱର,୬।୨: ଯାତ୍ରା ମାଲିକ ନାଣ୍ଡୁ ଧଳଙ୍କ ନାଁରେ ଏଫଆଇଆର ଆଣିଛନ୍ତି ଯାତ୍ରା ଖଳନାୟକ ସାଇ ସତ୍ୟଜିତ୍‌ଙ୍କ ମା’ ପଦ୍ମିନୀ ଦାଶ। ଏନେଇ ସାଇଙ୍କ ମା’ ବାଲିପାଟଣା ଥାନାରେ…

ପାକିସ୍ତାନର ଦୋମୁହାଁ ନୀତି: କ୍ରିକେଟରେ ରାଜନୀତି, ‘ଡଲାର’ ପାଇଁ ଭାରତୀୟ ବଂଶୋଦ୍ଭବଙ୍କୁ ଭବ୍ୟ ସ୍ୱାଗତ

ନୂଆଦିଲ୍ଲୀ,୬।୨: ପାକିସ୍ତାନର ଦୋମୁହାଁ ଚରିତ୍ର ଏବେ ସାରା ବିଶ୍ୱ ଆଗରେ ପୁଣିଥରେ ପ୍ରକଟ ହୋଇଛି। ଗୋଟିଏ ପଟେ ପାକିସ୍ତାନ ଭାରତ ବିରୋଧରେ କ୍ରିକେଟକୁ ଅସ୍ତ୍ର କରି ଟି-୨୦…

ଯାତ୍ରା ମଝିରେ ଷ୍ଟେଜ୍‌ରେ ଗଳିପଡିଲେ ସାଇ, ରାତି ଅଧରେ ଗଲେ ମେଡିକାଲ

ଭୁବନେଶ୍ୱର,୬।୨: ଅସୁସ୍ଥ ହେଲେ ତୁଳସୀ ଗଣନାଟ୍ୟର ମୁଖ୍ୟ ଖଳନାୟକ ସାଇ ସତ୍ୟଜିତ୍‌ ପଣ୍ଡା। ଅଧାରୁ ବନ୍ଦ ହେଲା ଯାତ୍ରା। ଯାତ୍ରା ଅଧାରୁ ସାଇଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା…

ଅବକାରୀ ଥାନାଠାରୁ ଅନତି ଦୂରରେ ଚାଲିଛି ଚୋରାମଦ କାରବାର, ପ୍ରତିବାଦରେ ମହିଳା…

ଧର୍ମଶାଳା,୬ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ଅଞ୍ଚଳର ଶତାଧିକ ମହିଳା ଚୋରା ମଦ ବିକ୍ରି ପ୍ରତିବାଦରେ ଧର୍ମଶାଳା ଅବକାରୀ ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି। ଜାରକା…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ…

RCB ମହିଳା ଟିମକୁ ଶୁଭେଚ୍ଛା ଜଣାଉ ଜଣାଉ ପୁରୁଷ ଟିମକୁ ଏମିତି କହିଲେ ବିଜୟ ମାଲ୍ୟା, ଯାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରି ଟାଇଟଲ ଜିତିଛି। ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ RCB…

ଭାଲେଣ୍ଟାଇନ୍‌ ଡେ’ରୁ ଏହି ରାଶିର ଆରମ୍ଭ ହେବ ଭଲ ଦିନ, ଖୋଲିବ ବନ୍ଦ ଭାଗ୍ୟର ତାଲା

ଫେବୃଆରୀ ମାସ ମିଥୁନ ରାଶି ପାଇଁ ବିଶେଷ ହୋଇପାରେ। ୧୩ ଫେବୃଆରୀ ପରେ, ମିଥୁନ ରାଶିର ଭାଗ୍ୟ ସେମାନଙ୍କ ପାଇଁ ଅନୁକୂଳ ହୋଇପାରେ। ରାଶିର ଅଧିଷ୍ଠାତ୍ରୀ ଦେବତା…

ଆମେରିକା ସହିତ ‘ସିକ୍ରେଟ୍‌ ଟାରିଫ୍‌ ଡିଲ୍‌’ କରିବାକୁ ଯାଉଛି ବାଂଲାଦେଶ, ଭାରତ ପାଇଁ ବଢିଲା ଟେନସନ୍‌

ନୂଆଦିଲ୍ଲୀ,୬।୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଆମେରିକା ସହିତ ଏକ ଗୁପ୍ତ ଟାରିଫ୍‌ ଚୁକ୍ତି କରିବାକୁ ଯୋଜନା କରୁଛି। ଦେଶର ସଂସଦୀୟ ନିର୍ବାଚନର ମାତ୍ର ତିନି ଦିନ ପୂର୍ବରୁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri