ଅନୁସୂଚିତ ଜନଜାତି-ଜାତି ଉନ୍ନୟନ ବିଭାଗର ବଡ଼ ପଦକ୍ଷେପ: ଲୁକ୍କାୟିତ ପ୍ରତିଭାଙ୍କୁ ଚି଼ହ୍ନଟ

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିର ହେଲିପ୍ୟାଡ଼ ପଡିଆଠାରେ ବୁଧବାର ବ୍ଲକସ୍ତରୀୟ କ୍ରୀଡା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରକାଶ ଯେ, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ପକ୍ଷରୁ ବିଭାଗ ଅଧୀନରେ ରହିଥିବା ବିଦ୍ୟାଳୟର ଛାତ୍ରୀଛାତ୍ରମାନଙ୍କୁ ନେଇ ଏହି କ୍ରୀଡା ମହୋତ୍ସବ କରାଯାଇଛି। ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲିଙ୍କ ତତ୍ତ୍ୱାବଧାନରେ ଜିଲା ଅଧିକାରୀ ଏବଂ ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ନିର୍ଦ୍ଦେଶକ୍ରମେ କାର୍ଯ୍ୟକ୍ରମରେ ଜୁନିୟର ଓ ସିନିୟର ଛାତ୍ରୀଛାତ୍ରମାନଙ୍କୁ ୨ ଭାଗରେ ନିଆଯାଇ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।

ଏଥିରେ ୧ ଶହ ମିଟର ଦୌଡ଼ଠାରୁ ଆରମ୍ଭ କରି ୧୫ଶହ ମିଟର ପର୍ଯ୍ୟନ୍ତ ଦୌଡ଼ ସମେତ ଲମ୍ବା ଡିଆଁ, ଉଚ୍ଚ ଡିଆଁ, ଡିସ୍କକାଶ ଥ୍ରୋ,ସଟ ଫୁଟ ଫୁଟବଲ, ଖୋ ଖୋ ଆଦି ଖେଳକୁ ଜୁନିୟର-ସିନିୟର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରତିଯୋଗିତା ହୋଇଥିଲା। ଏଥିରେ ପ୍ରଥମ ସ୍ଥାନରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରୀଛାତ୍ର ଆସନ୍ତା ୧୫ ଓ ୧୬ ରେ ଜିଲାସ୍ତରୀୟ କ୍ରୀଡା ଉତ୍ସବରେ ଯୋଗଦାନ କରିବେ ବୋଲି ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲି କହିଛନ୍ତି । ଏହି ମହୋତ୍ସବକୁ ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉମାଶଙ୍କର ସାମନ୍ତରାୟ ଏବଂ ଇନଚାର୍ଜ ପ୍ରିନ୍ସପାଲ ସୋନାଲିକା ପୃଷ୍ଟି ଉଦଘାଟନ କରିଥିଲେ। ଏହି ଖେଳକୁ କ୍ରୀଡା ଶିକ୍ଷୟିତ୍ରୀଶିକ୍ଷକମାନେ ପରିଚାଳନା କରିଥିଲେ। ସେମାନେ ହେଲେ କନ୍ୟାଶ୍ରମର କ୍ରୀଡା ଶିକ୍ଷୟତ୍ରୀ ଚନ୍ଦ୍ର ରେଖା ପ୍ରଧାନ,ଉଲିପଦର ରାଜେଶ ସାହୁ, ବୁଡ଼ାଗୁଡା ବିଦ୍ୟାଳୟର ବିସ୍ମିତ ରଞ୍ଜନ ନାୟକ,ବିରାଗାଡ଼ା ବିଦ୍ୟାଳୟର ରୁଦ୍ଧେଦେବ ବେହେରା ପ୍ରମୁଖ ରହିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାହ୍ମଣୀଗାଁରେ ‘ଏକ୍‌ ପେଡ୍‌ ମା କେ ନାମ୍‌’ କାର୍ଯ୍ୟକ୍ରମ, ୭୬ କିସମର ଚାରା ରୋପଣ କରି…

ବ୍ରାହ୍ମଣୀଗାଁ,୧୮ା୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅନ୍ତର୍ଗତ ବ୍ରାହ୍ମଣୀଗାଁ ବନାଞ୍ଚଳ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିବସ ଉପଲକ୍ଷେ ‘ଏକ ପେଡ୍‌ ମା ’ କେ ନାମ୍‌’…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

ମା’ ରାମଚଣ୍ଡୀଙ୍କ ମନ୍ଦିରରେ ୧ ହଜାର ଦୀପ ପ୍ରଜ୍ଜ୍ୱଳନ, ବିଧାୟକ ପହଞ୍ଚି…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ଅଞ୍ଚଳର ବିଭିନ୍ନ ଧର୍ମାନୁଷ୍ଠନରେ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ୭୬ତମ ଜନ୍ମ ଦିବସ ଅବସରରେ ମା’ ରାମଚଣ୍ଡୀ ମନ୍ଦିର ପରିସରରେ ଏକ…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ନିଆରା ଢଙ୍ଗରେ ଦେବଶିଳ୍ପୀଙ୍କ ପୂଜା, ଲୋକଙ୍କୁ ସୌର ଆଲୋକ ଓ ଯୋଜନା ସମ୍ପର୍କରେ…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଏକାଧିକ ସ୍ଥାନରେ ବିଶ୍ୱକର୍ମା ପୂଜା ବଡ଼ ଧୂମ୍‌ଧାମରେ ଅନୁଷ୍ଠିତ ହୋଇଯାଇଛି। ଦାରିଙ୍ଗବାଡ଼ିର ସରକାରୀ ଆଇଟିଆଇ ପରିସରରେ ଅଧ୍ୟକ୍ଷ ସୁଶାନ୍ତ କୁମାର…

ମା’ ପାଟ୍ଟଖଣ୍ଡା ମନ୍ଦିରରେ ଦୀପ ଜାଳିଲେ ଶତାଧିକ ମହିଳା, ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରି…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ ପାଳନ ଅବସରରେ ଆଶୀର୍ବାଦ ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଆଶୀର୍ବାଦର ଦୀପଟିଏ କାର୍ଯ୍ୟକ୍ରମ ବ୍ଲକ ନୋଡାଲ…

ମୁଜାଗଡ଼ରେ ବୁଲୁଛି ମଣିଷମରା ହାତୀ, ଗାଈକୁ ଦଳି ମାରିଲା

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଖଣ୍ଡିକୋଟି, ବେଲାଟୁନି ଓ ଗୁଣ୍ଡିରିବାଡ଼ି ଅଞ୍ଚଳରେ ଅଲଗା ହୋଇ ବୁଲୁଥିବା ୩ଟି…

ପିକ୍‌ଅପ୍‌ରେ ଚାଲାଣ ହେଉଥିଲେ ୭୫ ଛେଳି, ମାଡ଼ି ବସିଲା ପୋଲିସ,୩ ଜଣଙ୍କୁ ଗିରଫ କରି…

ଦେବଗଡ଼,୧୮ା୯(ଶଶାଙ୍କ ଶେଖର ଝାଙ୍କର): ପିକ୍‌ଅପ୍‌ ଭ୍ୟାନ୍‌ରେ ବେଆଇନ ଛେଳି ଚାଲାଣ ଘଟଣାରେ ଦେବଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପିକ୍‌ଅପ୍‌ ଭ୍ୟାନ୍‌ ଚାଳକ…

ବିପଦସଙ୍କୁଳ ଶ୍ରେଣୀଗୃହରେ ଚାଲିଛି ଐତିହ୍ୟପୂର୍ଣ୍ଣ ଶିକ୍ଷାନୁଷ୍ଠାନ

ସାକ୍ଷୀଗୋପାଳ,୧୮।୯(ପ୍ରଶାନ୍ତ କୁମାର ବାରିକ): ଯେଉଁଠି ଦିନେ ଶିକ୍ଷା ସହ ଶ୍ରମ, ଶୃଙ୍ଖଳା, ସେବା, ସ୍ବାବଲମ୍ବନ ଓ ଦେଶପ୍ରେମର ମନ୍ତ୍ର ଫୁଙ୍କି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ‘ମଣିଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?