‘ମିଶନ ପୂର୍ବୋଦୟ’ରେ ବଡ଼ ପଦକ୍ଷେପ’

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ଉଜ୍ଜ୍ୱଳା ଯୋଜନା ଦ୍ୱାରା ଗରିବଙ୍କ ଜୀବନରେ କ’ଣ ପରିବର୍ତ୍ତନ ଆସିଛି, ବିଶେଷଭାବେ ଏହା କରୋନା ସମୟରେ ଜଣାପଡିଛି। ଏହି ଯୋଜନାରେ ଦେଶର ୮ କୋଟି ଗରିବ ପରିବାରଙ୍କ ପାଖରେ ଗ୍ୟାସ ପହଞ୍ଚିଥିବା ବେଳେ କରୋନା ସମୟରେ ଦେଶରେ ଗ୍ୟାସ ଯୋଗାଣକୁ ସୁନଶ୍ଚିତ କରାଯାଇଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି।
ରବିବାର ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସ ସାହାଯ୍ୟରେ ବିହାରରେ ପେଟ୍ରୋଲିୟମ କ୍ଷେତ୍ରର ତିନୋଟି ମହତ୍ତ୍ୱାକାଂକ୍ଷୀ ପ୍ରକଳ୍ପର ଲୋକାର୍ପଣ କରିବା ଅବସରରେ ମୋଦି କହିଛନ୍ତି, ଲୋକାର୍ପିତ ହୋଇଯାଇଥିବା ପ୍ରକଳ୍ପଗୁଡିକ ହେଲା ପାରାଦୀପ-ହଳଦିଆ-ଦୁର୍ଗାପୁର-ମୁଜାଫରପୁର ପାଇପଲାଇନର ବାଙ୍କା ପର୍ଯ୍ୟନ୍ତ ସମ୍ପ୍ରସାରଣ କରାଯିବ। ବିହାରର ବାଙ୍କା ଏବଂ ଚମ୍ପାରନଠାରେ ଏଲପିଜି ବଟଲିଂ ପ୍ଲାଣ୍ଟ ହେବ। ଏହି ସମାରୋହରେ ସାମିଲ ହୋଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଥିବା ପାରାଦୀପ-ହଳଦିଆ-ଦୁର୍ଗାପୁର-ମୁଜାଫରପୁର ପାଇପଲାଇନର ଦୁର୍ଗାପୁର ବାଙ୍କା ସେକ୍ସନ ଓ ଅନ୍ୟାନ୍ୟ ପ୍ରକଳ୍ପ ‘ମିଶନ ପୂର୍ବୋଦୟ’ରେ ବଡ଼ ପଦକ୍ଷେପ। ଏହି ପାଇପଲାଇନ ପ୍ରକଳ୍ପର ନିର୍ମାଣ ଏବଂ ସମ୍ପ୍ରସାରଣ ପ୍ରଧାନମନ୍ତ୍ରୀଙ୍କ ଆତ୍ମନିର୍ଭର ଭାରତ ଅଭିଯାନରେ ପ୍ରମୁଖ ଭୂମିକା ଗ୍ରହଣ କରିବ। ସେହିପରି ଇଣ୍ଡିଆନ ଅଏଲର ବାଙ୍କା ସ୍ଥିତ ଏଲପିଜି ବଟଲିଂ ପ୍ଲାଣ୍ଟ ବାର୍ଷିକ ୮୫ ଲକ୍ଷ ଗ୍ୟାସ ସିଲିଣ୍ଡର ଉପତ୍ାଦନ ସହ ବିହାରରେ ନିଯୁକ୍ତି ସୃଷ୍ଟି କରିବ। ସେହିପରି ହିନ୍ଦୁସ୍ଥାନ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ୍‌(ଏଚ୍‌ପିସିଏଲ)ର ଚମ୍ପାରନଠାରେ ବାର୍ଷିକ ଲକ୍ଷେ ୨୦ ହଜାର କ୍ଷମତା ବିଶିଷ୍ଟ ଏଲପିଜି ବଟଲିଂ ପ୍ଲାଣ୍ଟ ବିହାରବାସୀଙ୍କ ଜୀବନଶୈଳୀକୁ ପରିବର୍ତ୍ତନ କରିବାରେ ବଡ଼ ଭୂମିକା ନେବ। ପ୍ରଧାନମନ୍ତ୍ରୀ ୩ ବର୍ଷ ପୂର୍ବେ ଲାଲକିଲ୍ଲାରୁ ‘ମିଶନ ପୂର୍ବୋଦୟ’ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନରଓ୍ବେକୁ ହରାଇ ସେମିଫାଇନାଲରେ ଇଂଲଣ୍ଡ

ମାୟାମି,୧୨ା୭: ଜୁଡେ ବେଲିଂଘମଙ୍କ ଡବଲ ଗୋଲ ବଳରେ ଚଳିତ ଫିଫା ବିଶ୍ୱକପ୍‌ର ତୃତୀୟ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ୨-୧ ଗୋଲରେ ନରଓ୍ବେକୁ ପରାସ୍ତ କରି ସେମିଫାଇନାଲ…

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri