ନିର୍ବାଚନ ପୁର୍ବରୁ ବୌଦ୍ଧ ପୋଲିସକୁ ବଡ ସଫଳତା:୯ ମାଓବାଦୀଙ୍କ ଆତ୍ମସମର୍ପଣ

ବୌଦ୍ଧ,୮।୫(ଅଜିତ କୁମାର ବାରିକ ): ନିର୍ବାଚନ ପୁର୍ବରୁ ବୌଦ୍ଧ ପୋଲିସକୁ ବୁଧବାର ବଡ ସଫଳତା ମିଳିଛି। ଗତ କିଛି ଦିନ ତଳେ ବୌଦ୍ଧ ପୋଲିସ ଦ୍ୱାରା ଦୁଇ କ୍ୟାଡର ମାଓବାଦୀ ନିହତ ହୋଇଥିବାବେଳେ ବୁଧବାର ୨ ମହିଳା ମାଓବାଦୀ ଓ ୭ ଜଣ ପୁରୁଷ ମାଓବାଦୀ ଆତ୍ମସର୍ମପଣ କରିଛନ୍ତି। ସମସ୍ତ ମାଓବାଦୀ ଛତିଶଗଡ ରାଜ୍ୟରେ ଦାନ୍ତେୱାଡା ଜିଲାର ବୋଲି ଜଣାପଡିଛି। ଏନେଇ ବୌଦ୍ଧ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ଏକ ଖବରଦାତା ସମ୍ମିଳନୀରେ ଦକ୍ଷିଣାଞ୍ଚଳ ଆଇଜି ଜୟନାରାୟଣ ପଙ୍କଜ ସୂଚନା ଦେଇଛନ୍ତି। ଆଇଜି କହିଛନ୍ତି, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ ଓ ନୟାଗଡର ଅଷ୍ଟମ କମ୍ପାନୀରେ ଏହି ମାଓବାଦୀ ସମ୍ପୃକ୍ତ ଥିଲେ। ଦୁଇ ମହିଳା ମାଓବାଦୀ ହେଲେ ଯୋଗି ମାଧବୀ ଓରଫ ଜ୍ୟୋତିଞ୍ଚ(୨୦) ପୋଜି ମାଧବି (୨୨) ଓ ପୁରୁଷ ମାଓବାଦୀ ହେଲେ ଭାମ କାଡତି (୨୨), ଭୀମ ବନଜାମ(୨୫), ବଣ୍ଡି ବନଜାମ(୩୦) , ଆରମ ରାବ(୩୦), ମାଲିଆ ମାଧବି( ୨୯) ଦେବ କଡତି ( ୨୫) ଓ ଆଦ୍ୟତ ମାଧବି ( ୨୬) । ଏମାନେ ସମସ୍ତେ କେକେବିଏନ ଡିଭିଜନରେ କାମ କରୁଥିଲେ। ପୋଲିସ ପକ୍ଷରୁ ସେମାନଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ସୱାଗତ କରାଯାଇଥିଲା। ସେମାନେ ଆତ୍ମସର୍ମପଣ କରିବା ପରେ ସରକାରଙ୍କ ନିୟମ ମୁତାବକ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାକୁ ଶିକ୍ଷା, ବାସଗୃହ ଜମି ଆଦି ଯୋଗାଇଦିଆଯିବ। ଖବରଦାତା ସମ୍ମିଳନୀରେ ଜିଲା ଆରକ୍ଷୀ ଅଧୀକ୍ଷକ ରାଜ ପ୍ରସାଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri