ବ୍ରାହ୍ମଣୀଗାଁ ପୋଲିସକୁ ବଡ଼ ସଫଳତା, ପିକ୍‌ଅପ୍‌ ଭ୍ୟାନ୍‌ ସହ ଜବତ କଲା ୧୨ ଲକ୍ଷ ଟଙ୍କାର…

ଦାରିଙ୍ଗବାଡି, ୪।୬ (ଅରୁଣ ସାହୁ )- କନ୍ଧମାଳ ଜଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ମଙ୍ଗଳବାର ବିଳମ୍ବିତ ରାତିରେ ପାଟ୍ରୋଲିଂ କରିବା ସମୟରେ ଗଞ୍ଜେଇ ଭର୍ତ୍ତି ମିନିଟ୍ରକକୁ ପୋଲିସ ଧରିଛି। ଘଟଣାସ୍ଥଳରୁ ପୋଲିସକୁ ଦେଖି ଚାଳକ ଚମ୍ପଟ ମାରିଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ପ୍ରାୟ ୧୨ ଲକ୍ଷ ଟଙ୍କା ହେବ ବୋଲି ପୋଲିସ କହିଛି।
ପ୍ରକାଶ ଯେ, ଉକ୍ତ ଥାନାର ସବଇନ୍ସପେକ୍ଟର ଅମରେନ୍ଦ୍ର ସୁବୁଦ୍ଧି ସଦଳବଳେ ରାତ୍ରିକାଳୀନ ପାଟ୍ରୋଲିଂରେ ବାହାରିଥିଲେ। ଉକ୍ତ ଥାନାର କୁମ୍ଭାରୀଗାଁ ପଞ୍ଚାୟତ ବିରତରପା ଘାଟିରେ ସନ୍ଦେହଜନକ ଲାଗିବାରୁ ଏକ ମିନିଟ୍ରକକୁ ଅଟକାଇଥିଲେ। ତେବେ ଚାଳକ ଗାଡ଼ି ଛାଡ଼ି ଫେରାର ହୋଇଯାଇଥିବାରୁ ପୋଲିସକୁ ସନ୍ଦେହ ଲାଗିଥିଲା। ଗାଡିକୁ ଯାଞ୍ଚ କରିବା ବେଳେ ଗଞ୍ଜେଇ ଭର୍ତ୍ତି ବସ୍ତା ଦେଖିବାକୁ ମିଳିଥିଲା। ତୁରନ୍ତ ଉକ୍ତ ମିନିଟ୍ରକକୁ ଥାନାକୁ ଆଣି ଗଞ୍ଜେଇକୁ ଓଜନ କରାଯାଇଥିଲା। ପରେ ଏହାର ଓଜନ ମୋଟ ୧୨ ଶହ ୪୦ କେଜି ବୋଲି ପୋଲିସ ଜାଣିବାକୁ ପାଇଥିଲା। ତେବେ ଏନେଇ ପୋଲିସ ପକ୍ଷରୁ ଏନ୍‌ଡିପିଏସ୍‌ ଆକ୍ଟରେ ମାମଲା(୬୦/୨୫)ରୁଜୁ କରାଯାଇଛି। ଗାଡି ଚାଳକଙ୍କ ସହ ଏଥିରେ ସମ୍ପୃକ୍ତ ଅଭିଯୁକ୍ତକୁ ଧରିବାକୁ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri