ଜୁନାଗଡ଼ ପୋଲିସକୁ ବଡ଼ ସଫଳତା: ବିଭିନ୍ନ ଅଞ୍ଚଳରୁ ଚୋରି ହୋଇଥିବା ୪୪ ବାଇକ ଜବତ, ଧରାପଡିଲେ ୬ ଅଭିଯୁକ୍ତ

ଭବାନୀପାଟଣା,୨୦।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ପୋଲିସକୁ ବଡ଼ ସଫଳତା ମିଳିଛି । ବୁଧବାର ଏକ ବାଇକ ଚୋରି ଗ୍ୟାଙ୍ଗର ପର୍ଦ୍ଦାଫାଶ କରି ୪୪ଟି ଚୋରି ବାଇକ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ଥିବା ୬ ଜଣକୁ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଜୁନାଗଡ଼ (ଗନ୍ତାୟତପଡା) ସୁରଜ କୈବର୍ତ୍ତ (୧୮),ପବନ କୈବର୍ତ୍ତ(୨୩),ଆକାଶ କୈବର୍ତ୍ତ(୧୯), ହିଞ୍ଜଲିବାହାଲି ପଡାର ଆଲୋକ ବାରିକ (୧୯),ମୁଣ୍ଡରାଗୁଡାର ଚାନ୍ଦ ନାଏକ(୨୧) ଓ ଭବାନୀପାଟଣା ନକଟିଗୁଡାର ସମୀର ଦୁର୍ଗା (୨୨) । ଏନେଇ ବୁଧବାର ଜୁନାଗଡ଼ ଥାନାରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ କଳାହାଣ୍ଡି ଏସପି ନାଗରାଜ ଦେବର କୋଣ୍ଡା ସୂଚନା ଦେଇଛନ୍ତି। ଗତ ୧୩ ତାରିଖରେ ଜୁନାଗଡ଼ ଥାନାରେ ଏକ ବାଇକ ଚୋରି ନେଇ ମାମଲା ରୁଜୁ ହେବା ପରେ ପୋଲିସ ତଦନ୍ତକୁ ଜୋରଦାର କରିଥିଲା। ଏହାପରେ ଉପରୋକ୍ତ ବାଇକ ସବୁ ଜବତ କରିବା ସହ ଅଭିଯୁକ୍ତଙ୍କୁ ଧରିବାରେ ସକ୍ଷମ ହୋଇଥିଲା। ଚୋରି ବାଇକ ଗୁଡିକ ଜୁନାଗଡ଼ ଥାନା ସମେତ ଜିଲାର ଧର୍ମଗଡ଼, କୋକସରା, ଆମପାଣି ଓ ଗୋଲାମୁଣ୍ଡା ଥାନା ଅଞ୍ଚଳର ବୋଲି ଜଣାପଡିଛି। ଏସବୁ ଥାନା ଗୁଡିକରେ ପୂର୍ବରୁ ବାଇକ ଚୋରି ନେଇ ଏକାଧିକ ମାମଲା ରୁଜୁ ହୋଇଥିଲା। ଖବରଦାତା ସମ୍ମିଳନୀରେ ଏସପିଙ୍କ ସହ ଧର୍ମଗଡ଼ ଏସଡିପିଓ ଭର୍ଷିତା ଆଡ୍ଡାପୁ ଏବଂ ଜୁନାଗଡ଼ ଥାନା ଆଇଆଇସି ଶେଷଦେବ ବେହେରା ଉପସ୍ଥିତ ଥିଲେ। ଏସପି ଦେବରକୋଣ୍ଡା ନିଜ ପ୍ରତିକ୍ରିୟାରେ ଜୁନାଗଡ଼ ପୋଲିସର କାର୍ଯ୍ୟକୁ ପ୍ରଶଂସା କରିବା ସହ ଏହି ଗ୍ୟାଙ୍ଗ ବହୁଦିନରୁ ଜିଲାର ବିଭିନ୍ନ ଅଞ୍ଚଳରେ ବାଇକ ଚୋରି କରି ବିକ୍ରି କରୁଥିଲେ। ଉଦ୍ଧାର ବାଇକଗୁଡ଼ିକୁ ଯଥାଶୀଘ୍ର ପ୍ରକୃତ ମାଲିକଙ୍କୁ ହସ୍ତାନ୍ତର କରାଯିବ ବୋଲି ସେ କହିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଚର୍ଚ୍ଚାରେ କଳାହାଣ୍ଡିର ଅଧ୍ୟାପକ, ଭିଏତନାମରେ କଲେ….

ଭବାନୀପାଟଣା,୪।୧୦( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂଲିଶ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?