ପୋଲିସର ବଡ଼ ସଫଳତା: ବାଇକ୍ ଚୋରି ରାକେଟର ୬ ଅଭିଯୁକ୍ତ ଗିରଫ, ୯ଟି ବାଇକ୍ ଜବତ

ରିଷିଡ଼ା,୧୯।୧୧(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମରାପୁର ଥାନା ଅନ୍ତର୍ଗତ ରିଷିଡ଼ା ଫାଣ୍ଡି ଅଞ୍ଚଳରେ ବାଇକ୍ ଚୋରି ବୃଦ୍ଧି ପାଉଥିବା ବେଳେ ପୋଲିସ ଏକ ବଡ଼ ସଫଳତା ହାସଲ କରିଛି। ପୋଲିସ ଏକ ବାଇକ୍ ଚୋରି ରାକେଟର ମୁଖ୍ୟ ଅଭିଯୁକ୍ତ ସମେତ ମୋଟ ୬ ଜଣଙ୍କୁ ଗିରଫ କରିବା ସହ ୯ ଟି ଚୋରି ବାଇକ୍ ଉଦ୍ଧାର କରିଛି।

ଗତ ସୋମବାର ଝାରମୁଣ୍ଡା ଗ୍ରାମର ପଦ୍ମମୁଖ ସାହୁଙ୍କ ବାଇକ୍ (OR ୦୮ G ୯୩୭୨) ଚୋରି କରୁଥିବା ବେଳେ ଗ୍ରାମବାସୀ ମୁଖ୍ୟ ଅଭିଯୁକ୍ତକୁ ଧରି ରିଷିଡ଼ା ଫାଣ୍ଡିରେ ଜିମା ଦେଇଥିଲେ।

ରିଷିଡ଼ା ଫାଣ୍ଡି ଅଧିକାରୀ ମନୁଆ ବିଡିକା ବଲାଙ୍ଗୀର ଜିଲା ତୁଷରା ଥାନା ତେନ୍ତୁଳିଖୁଣ୍ଟି ଗ୍ରାମର ମୁଖ୍ୟ ଅଭିଯୁକ୍ତ ରୋହିତ ମହାନନ୍ଦ ଓରଫ ମୁକେଶ ଓରଫ ଲାଲୁକୁ ଗିରଫ କରିଥିଲେ।

କଳାହାଣ୍ଡି ଆରକ୍ଷୀ ଅଧିକ୍ଷକ ଏନ୍. ଦେବରକୋଣ୍ଡାଙ୍କ ନିର୍ଦ୍ଦେଶ କ୍ରମେ କେସିଙ୍ଗା ଏସଡିପିଓ ସନ୍ଦୀପ କୁମାର ମାଝୀଙ୍କ ତତ୍ତ୍ୱାବଧାନରେ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇଥିଲା। ପୋଲିସ ରୋହିତର ସୂଚନାକ୍ରମେ ବଲାଙ୍ଗୀର ଓ ବୌଦ୍ଧ ଜିଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଅନ୍ୟ ୫ ଜଣ ସହଯୋଗୀ—ଗୋକୁଳ ସାହୁ, ବାବୁଲା ରଣା, ବାଳଗୋପାଲ ରଣା, ଟିକେଚନ୍ଦ ରଣା ଓ ଦୟାସାଗର ବିଶିଙ୍କୁ ଗିରଫ କରିବାରେ ସଫଳ ହୋଇଥିଲା।

ଉଦ୍ଧାର କାର୍ଯ୍ୟ: ଗିରଫ ଅଭିଯୁକ୍ତମାନଙ୍କ ସୂଚନା ଆଧାରରେ ପୁଲିସ ମୋଟ ୯ ଟି ଚୋରି ବାଇକ୍ ଜବତ କରିଛି।

ଆଇନଗତ କାର୍ଯ୍ୟାନୁଷ୍ଠାନ: ଏନେଇ ମ. ରାମପୁର ଥାନାରେ କେସ୍ ନଂ ୨୯୫ରେ ମକଦ୍ଦମା ରୁଜୁ କରାଯାଇଛି ଏବଂ ଆଜି (ନଭେମ୍ବର ୧୯) ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।

କେସିଙ୍ଗା ଏସଡିପିଓ ସନ୍ଦୀପ କୁମାର ମାଝୀ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସମ୍ପର୍କରେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri