ମାଲକାନଗିରି ପୋଲିସକୁ ବଡ ସଫଳତା: ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

ମାଲକାନଗିରି,୨୬।୧(ଡି.ଏନ.ଏ.): ମାଲକାନଗିରି ଜିଲା ମାଥିଲି ଥାନା ଛତିଶଗଡ ସୀମାକୁ ଲାଗିଥିବା ତୁଳସୀ ପାହାଡ ନିକଟ ଜଙ୍ଗଲ ଅଞ୍ଚଳରେ ବିଭିନ୍ନ ସ୍ଥାନରୁ ମାଲକାନଗିରି ପୋଲସ ଓ ଏସ୍‌ଓଜି ବାହିନୀ ଦ୍ୱାରା ବିପୁଳ ପିରମାଣର ମାଓ ସାମଗ୍ରୀ ଜବତ ହୋଇଛି। ଗୁରୁବାର ଏକ ସାମ୍ବାଦିକ ସମ୍ମିଳନୀରେ ଗୁଇନ୍ଦା ନିର୍ଦେଶକ ସଞ୍ଜୀବ କୁମାର ପଣ୍ଡା, ଅତିରିକ୍ତ ନିର୍ଦେଶକ ଅପରେଶନ ଅମିତାଭ ଠାକୁର, ଡିଆଇଜି ସ୍ବତନ୍ତ୍ର ଗୁଇନ୍ଦା ସଂସ୍ଥା ଅନିରଧ ସିଂ, କୋରାପୁଟ ଡିଆଇଜି ରାଜେଶ ପଣ୍ଡିତଙ୍କ ଉପସ୍ଥିତ ରହି ଏହି ସୂଚନା ଦେଇଛନ୍ତି। ବିଶେଷ ସୁତ୍ରରୁ ଖବରପାଇ ମାଥିଲି ଥାନା ଅନ୍ତର୍ଗତ ତୁଳସୀ ପାହାଡ ନିକଟ ଜାଜଭଟା ଅଞ୍ଚଳ କର୍ତନପାଲ୍ଲୀ ଗ୍ରାମ ପଞ୍ଚାୟତର କିରିମିଟି ଓ କଟୁଆପଦର ଗ୍ରାମ ନିକଟ ଜଙ୍ଗଲରେ କୋମ୍ବିଂ ଅପରେଶନ କରି ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି। ଏହି ଜବତ ସାମଗ୍ରୀ ମଧ୍ୟରୁ ଏୟାର ପିସ୍ତଲ ଗୋଟିଏ, ଛଅଗୋଟି ବାରେଲ ଗ୍ରେନେଡ୍‌ ଲଞ୍ଚର ସେଲ୍‌, ୫୦ଟି ଅଫୁଟା ଗୁଳି, ୧୫ଗୋଟି ଟିଫିନ୍‌ ବୋମା, ଗୋଟିଏ ଏସ୍‌ଏଲ୍‌ଆର୍‌ ରାଇଫଲ୍‌, ତିନୋଟି କଂଟ୍ରିମେଡ୍‌ ଗନ୍‌, ୧୪ଟି ଡିଟୋନେଟର, ୧୦ଟି ଜିଲଟିନ୍‌ ଷ୍ଟିକ୍‌, ଗୋଟିଏ ବଡ ଧରଣର ଗ୍ୟାସ୍‌ ସିଲିଣ୍ଡର ଜବତ ହୋଇଛି। ସେହିପରି ଛୁରି, କ୍ୟାମେରା ଫ୍ଲାସ୍‌, ୯ଟି ବ୍ୟାଟେରି, ୧୦ଟି ମୋବାଇଲ ଫୋନ୍‌ ଜବତ କରିଛି ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ମମତାଙ୍କ ପାଇଁ ଆସିଲା ଖୁସି ଖବର! ଦଳରେ ବିଦ୍ରୋହ ଭିତରେ ଏକାଠି ହେଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ରାଜନୀତି ଉପରେ ଏବେ ସାରା ଦେଶର ନଜର ରହିଛି। ଏହି ସମୟରେ ତୃଣମୂଳ କଂଗ୍ରେସ (TMC) ଭିତରେ ଗତ କିଛି ଦିନ ହେବ କଳହ…

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

ରାଜ୍ୟବାସୀଙ୍କୁ ବଡ଼ ଝଟ୍‌କା, ଜୁନ ମାସ ଶେଷକୁ ବଢ଼ିକି ଆସିବ ବିଜୁଳି ବିଲ୍‌!

ନୂଆଦିଲ୍‌ଲୀ,୧୩।୬: ଗ୍ରାହକମାନଙ୍କୁ ଖୁବଶୀଘ୍ର ମହଙ୍ଗା ବିଜୁଳିର ଝଟକା ଲାଗିପାରେ। କାରଣ ପଶ୍ଚିମ ଏସିଆରେ ଜାରି ରହିଥିବା ଭୂ-ରାଜନୈତିକ ସଙ୍କଟ ଏବଂ ଯୁଦ୍ଧର ସିଧାସଳଖ ପ୍ରଭାବ ବିଦ୍ୟୁତ ଉତ୍ପାଦନ…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ…

ମମତା ବାନାର୍ଜୀଙ୍କ ଠାରୁ ଅଲଗା ହେବେ କି ବାବୁଲ ସୁପ୍ରିୟୋ? TMC ଏମପି ନିଜେ ଏକ ବିବୃତ୍ତି ଜାରି କରି କହିଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ନିର୍ବାଚନରେ ଭାଜପା ବିପକ୍ଷରେ ଦମନମୂଳକ ପରାଜୟ ପରେ, ଟିଏମସି କ୍ରମାଗତ ଭାବରେ ଭାଙ୍ଗିପଡ଼ିଛି। ମମତା ବାନାର୍ଜୀଙ୍କ ନିକଟତମ ସହଯୋଗୀମାନେ ଗୋଟିଏ ପରେ ଗୋଟିଏ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri