Posted inଜାତୀୟ

ପୋଲିସକୁ ବଡ଼ ସଫଳତା, ମୁମ୍ବାଇରେ ବିସ୍ଫୋରଣ କରିବାକୁ ଧମକ ଦେଇଥିବା ବ୍ୟକ୍ତି ଗିରଫ

ମୁମ୍ବାଇ,୬।୯: ମୁମ୍ବାଇରେ ବୋମା ବିସ୍ଫୋରଣ ଧମକ ଦେବା ଅଭିଯୋଗରେ ଉତ୍ତର ପ୍ରଦେଶ ନୋଏଡାର ଅଶ୍ୱିନ କୁମାର ସୁପ୍ରା (୫୦) ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ମୁମ୍ବାଇ କ୍ରାଇମ ବ୍ରାଞ୍ଚ ଶୁକ୍ରବାର ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ମୁମ୍ବାଇ ପୋଲିସ କହିଛି ଯେ ମୁଖ୍ୟ ଅଭିଯୁକ୍ତ ମୂଳତଃ ବିହାରର। ଧମକ ଦେବାରେ ବ୍ୟବହୃତ ତାଙ୍କର ଫୋନ ଏବଂ ସିମ କାର୍ଡ ଜବତ କରାଯାଇଛି। ତାଙ୍କୁ ନୋଏଡାରୁ ମୁମ୍ବାଇ ଅଣାଯାଉଛି। ଅଧିକ ତଦନ୍ତ କରାଯିବ।
ପୂର୍ବରୁ, ମୁମ୍ବାଇ ପୋଲିସ କହିଥିଲା ଯେ ମୁମ୍ବାଇ ଟ୍ରାଫିକ ପୋଲିସକୁ ସେମାନଙ୍କର ସରକାରୀ ହ୍ବାଟ୍ସଆପ ନମ୍ବରରେ ଧମକ ମିଳିଛି। ଧମକରେ ଦାବି କରାଯାଇଥିଲା ଯେ ସହର ସାରା ୩୪ଟି ଗାଡ଼ିରେ ୩୪ଟି ‘ମାନବ ବୋମା’ ଲଗାଯାଇଛି। ଏହାର ବିସ୍ଫୋରଣ ସମଗ୍ର ମୁମ୍ବାଇକୁ ଥରାଇ ଦେବ। ‘ଲସ୍କର-ଏ-ଜିହାଦି’ ବୋଲି ଦାବି କରୁଥିବା ଏହି ସଂଗଠନ ଦାବି କରିଥିଲା ଯେ ୧୪ ଜଣ ପାକିସ୍ତାନୀ ଆତଙ୍କବାଦୀ ଭାରତରେ ପ୍ରବେଶ କରିଛନ୍ତି। ଧମକପୂର୍ଣ୍ଣ ମେସେଜରେ ଆହୁରି କୁହାଯାଇଛି ଯେ ବିସ୍ଫୋରଣରେ ୪୦୦ କିଲୋଗ୍ରାମ RDX ବ୍ୟବହାର କରାଯିବ। ମୁମ୍ବାଇ ପୋଲିସ ସଜାଗ ଅଛି ଏବଂ ରାଜ୍ୟ ସାରା ସୁରକ୍ଷା ବୃଦ୍ଧି କରାଯାଇଛି। ଧମକର ସମସ୍ତ ଦିଗ ଯାଞ୍ଚ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri