ସୁରକ୍ଷା ବାହିନୀକୁ ବଡ଼ ସଫଳତା: ଟଳିପଡ଼ିଲେ ୩ ଆତଙ୍କବାଦୀ

ଶ୍ରୀନଗର,୧୨।୪: ଜମ୍ମୁ-କାଶ୍ମୀରର କିସ୍ତୱାର ଜିଲାର ଛାତରୁ ଅଞ୍ଚଳରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି। ଏପର୍ଯ୍ୟନ୍ତ ସୁରକ୍ଷା ବାହିନୀର ଏକ ସର୍ଚ୍ଚ ଆଣ୍ଡ ଡିସ୍ଟ୍ରୋଞ୍ଜ ଅପରେଶନ ସମୟରେ ତିନି ଜଣ ଆତଙ୍କବାଦୀ ଟଳିପଡ଼ିଛନ୍ତି। ଏହି ଅପରେଶନ ୯ ଏପ୍ରିଲରୁ ଚାଲିଥିଲା। ଶୁକ୍ରବାର ରାତିରେ ଜଣେ ଆତଙ୍କବାଦୀ ନିହତ ହୋଇଥିଲା। ଶନିବାର ଆଉ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ସୂଚନା ଅନୁଯାୟୀ, ନିହତ ଆତଙ୍କବାଦୀଙ୍କ ମଧ୍ୟରୁ ଜଣେ ଜୈଶ-ଏ-ମହମ୍ମଦର ଶୀର୍ଷ କମାଣ୍ଡର ସୈଫୁଲ୍ଲା ଥିଲେ। ବର୍ତ୍ତମାନ ସମଗ୍ର ଅଞ୍ଚଳରେ ସର୍ଚ୍ଚ ଅପରେଶନ ଚାଲିଛି ଏବଂ ସୁରକ୍ଷା ବାହିନୀ ସଜାଗ ଅଛନ୍ତି।

ଜମ୍ମୁ-କାଶ୍ମୀରରେ ଆତଙ୍କବାଦୀ କାର୍ଯ୍ୟକଳାପକୁ ରୋକିବା ଏବଂ ସୁରକ୍ଷିତ ଯାତାୟତ ସୁନିଶ୍ଚିତ କରିବା ପାଇଁ, ସେନା ଜାତୀୟ ରାଜପଥ NH-44ରେ ସୁରକ୍ଷାକୁ ଆହୁରି ସୁଦୃଢ଼ କରିଛି। ଏହି ରାଜପଥ କେନ୍ଦ୍ରଶାସିତ ଅଞ୍ଚଳର ଅନେକ ଅଂଶକୁ ସଂଯୋଗ କରେ। ଆତଙ୍କବାଦୀମାନେ ଅସ୍ତ୍ରଶସ୍ତ୍ର ଏବଂ ସାମଗ୍ରୀ ଚୋରା ଚାଲାଣ ପାଇଁ ଏହାକୁ ବ୍ୟବହାର କରିବାର ପ୍ରୟାସକୁ ପଣ୍ଡ କରିବା ପାଇଁ ସେନା ଅନେକ ବଡ଼ ପଦକ୍ଷେପ ନେଇଛି। ସେନା ରାଜପଥରେ ଦିନରାତି ପାଟ୍ରୋଲିଂ ବୃଦ୍ଧି କରିଛି। ବିଶେଷକରି ସମ୍ବେଦନଶୀଳ ଅଞ୍ଚଳ ଏବଂ ଗୁରୁତ୍ୱପୂର୍ଣ୍ଣ ସ୍ଥାନଗୁଡ଼ିକ ଉପରେ ନଜର ରଖାଯାଇଛି। ଜମ୍ମୁ ଏବଂ କଶ୍ମୀର ପୋଲିସ ସହଯୋଗରେ ଅନେକ ସ୍ଥାନରେ ମୋବାଇଲ ଯାନବାହନ ଯାଞ୍ଚ ପୋଷ୍ଟ (MVCP) ସ୍ଥାପନ କରାଯାଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri