Posted inଜାତୀୟ

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ଟଳିପଡ଼ିଲେ ୩ ଆତଙ୍କବାଦୀ

ଶ୍ରୀନଗର, ୨୬।୬:ଜମ୍ମୁ-କଶ୍ମୀରର ଡୋଡା ଜିଲା ଅନ୍ତର୍ଗତ ଗନ୍ଦୋହ ଅଞ୍ଚଳରେ ବୁଧବାର ସୁରକ୍ଷା ବାହିନୀଙ୍କ ଗୁଳିରେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ଅଞ୍ଚଳରେ ଉକ୍ତ ୩ ଆତଙ୍କବାଦୀ ଲୁଚିଥିବା ନେଇ ଗୋଇନ୍ଦା ଆଧାରରେ ସୂଚନା ମିଳିବାରୁ ବୁଧବାର ସୁରକ୍ଷା ବାହିନୀ ପକ୍ଷରୁ ଗନ୍ଦୋହ ଜଙ୍ଗଲ ମଧ୍ୟରେ ସର୍ଚ୍ଚ ଅପରେଶନ କରାଯାଇଥିଲା। ଲଗାଣବର୍ଷା ଜାରି ରହିଥିବାବେଳେ ଜଙ୍ଗଲ ମଧ୍ୟରେ ସୁରକ୍ଷା କର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଥିଲେ। ସୁରକ୍ଷା ବାହିନୀଙ୍କ ଗୁଳିରେ ୩ ଆତଙ୍କବାଦୀ ନିହତ ହୋଇଥିବାବେଳେ ଆତଙ୍କବାଦୀଙ୍କ ପାଲଟା ଗୁଳିରେ ଜଣେ ସୁରକ୍ଷା କର୍ମୀ ଆହତ ହୋଇଛନ୍ତି। ତାଙ୍କୁ ଡୋଡା ଜିଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମୃତ ଆତଙ୍କବାଦୀଙ୍କ ନିକଟରୁ ବହୁ ଅସ୍ତ୍ରଶସ୍ତ୍ର, ଗୁଳିବାରୁଦ ଜବତ କରାଯାଇଥିବା ଜମ୍ମୁ-କଶ୍ମୀରର ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ବିଜୟ କୁମାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri