Posted inଖେଳ

ରୋହିତ ଶର୍ମାଙ୍କ ନାଁରେ ବଡ ସଫଳତା

ନୂଆଦିଲ୍ଲୀ,୧୯।୧୦: ରୋହିତ ଶର୍ମା ବାଂଲାଦେଶ ବିପକ୍ଷରେ ଭଲ ଆରମ୍ଭ କରିଥିଲେ। ତେବେ ଭାରତୀୟ ଅଧିନାୟକ ଅର୍ଦ୍ଧଶତକ ହାସଲ କରିବାରେ ଅସଫଳ ହୋଇଥିଲେ। ରୋହିତ ଶର୍ମା ୪୦ ବଲରେ ୪୮ ରନର ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ ୭ ଚୌକା ଓ ୨ ଛକା ମାରିଥିଲେ। ଏଥି ସହିତ, ଏହି ବିଶ୍ୱକପରେ ରୋହିତ ଶର୍ମା ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ୨୫୦ରନ କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରୋହିତ ଶର୍ମାଙ୍କ ବ୍ୟତୀତ ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ଏହି ବିଶ୍ୱକପ୍ରେପରେ ଏହି ସ୍ଥାନ ହାସଲ କରିପାରି ନାହାଁନ୍ତି।

ଏଥି ସହିତ ଏହି ବିଶ୍ୱକପରେ ସର୍ବାଧିକ ରନ ସଂଗ୍ରହ କରିଥିବା ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ରୋହିତ ଶର୍ମାଙ୍କ ପରେ ନ୍ୟୁଜିଲ୍ୟାଣ୍ଡର ଓପନର୍‌ ଡୱେନ କନୱେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ଡୱେନ କନୱେ ୨୪୯ ରନ ସ୍କୋର କରିଛନ୍ତି। ରୋହିତ ଶର୍ମା ଏବଂ ଡୱେନ କନୱେଙ୍କ ପରେ ପାକିସ୍ତାନର ୱିକେଟ କିପର ବ୍ୟାଟ୍ସମ୍ୟାନ ମହମ୍ମଦ ରିଜୱାନ ତୃତୀୟ ସ୍ଥାନରେ ଅଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ମହମ୍ମଦ ରିଜୱାନଙ୍କ ବ୍ୟାଟରୁ ୨୪୮ ରନ ସ୍କୋର କରାଯାଇଛି। ଏହା ପରେ ଦକ୍ଷିଣ ଆଫ୍ରିକାର ଓପନର୍‌ କ୍ୱିଣ୍ଟନ ଡି କକ ଅଛନ୍ତି। କ୍ୱିଣ୍ଟନ ଡି କକ ୨୨୯ ରନ କରିଛନ୍ତି। ଏହି ତାଲିକାରେ ନ୍ୟୁଜିଲ୍ୟାଣ୍ଡର ରଚିନ୍ଦ୍ର ରବିନ୍ଦ୍ର ପଞ୍ଚମ ସ୍ଥାନରେ ଅଛନ୍ତି। ଏହି ଯୁବ ବ୍ୟାଟ୍ସମ୍ୟାନ ୨୧୫ ରନ ସ୍କୋର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

୧୬ରେ କଂଗ୍ରେସର ସଂସଦ ଘେରାଉ ଆନ୍ଦୋଳନ

ନୂଆଦିଲ୍ଲୀ,୧୪ା୩: କେନ୍ଦ୍ର ସରକାର ନିକଟରେ କରିଥିବା ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା ଦେଶ ପାଇଁ କ୍ଷତିକାରକ ହେବ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାର ପ୍ରତିବାଦ ସ୍ବରୁପ…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ LPG ସିଲିଣ୍ଡର, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ଗ୍ୟାସ ଯୋଗାଣକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ…

ଗ୍ୟାସ, ପେଟ୍ରୋଲ କଳାବଜାର କରୁଥିଲେ ସାବଧାନ: ନିୟମିତ ଯାଞ୍ଚ କରିବ କମିଟି

ନନ୍ଦପୁର,୧୪ା୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ଅଞ୍ଚଳର ପେଟ୍ରୋଲ ଟାଙ୍କି, ଗ୍ୟାସ ବିତରଣ କେନ୍ଦ୍ରଗୁଡ଼ିକ ନିୟମିତ ଯାଞ୍ଚ କରିବାକୁ କମିଟି ଗଠନ ପାଇଁ…

ବଡ଼ ଧରଣର ପୋଲିସ ଚଢ଼ାଉ: ବିପୁଳ ପରିମାଣର ବିସ୍ଫୋରକ ସହ ୨ ଗିରଫ

ବେଲଗୁଣ୍ଠା,୧୪।୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବେଲଗୁଣ୍ଠା ଥାନା ଅଧିକାରୀ…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri