ବସରେ ଗଞ୍ଜେଇ ଚାଲାଣ ପାଇଁ ଯୋଜନା ବେଳେ ମାଡିବସିଲା ଅଡବା ପୋଲିସ, ୪ ଲକ୍ଷ ଟଙ୍କାର ଗଞ୍ଜେଇ ସହ କେରଳର…

ମୋହନା,୧୯ା୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ପୋଲିସକୁ ଏକ ବଡ଼ ସଫଳତା ମିଳିଛି । ଶନିବାର ବିଳମ୍ବିତ ରାତିରେ ପୋଲିସ ପାଟ୍ରୋଲିଂ କରିବା ସମୟରେ ୪୦ କିଲୋ ଗଞ୍ଜେଇ ସହ କେରଳ ରାଜ୍ୟର ଜଣେ ମାଫିଆକୁ ଗିରଫ କରିଛି । ଜବତ ଗଞ୍ଜେଇକୁ ଯାତ୍ରୀବାହୀ ବସ୍‌ ଯୋଗେ ଚୋରା ଚାଲାଣ କରାଯିବାକୁ ଯୋଜନା ଥିବା ନେଇ ଜଣାପଡ଼ିଥିଲା । ବିରିକୋଟ ଶିବ ମନ୍ଦିର ନିକଟରେ ପୋଲିସ ପେଟ୍ରୋଲିଂ କରୁଥିବା ବେଳେ ଜଣେ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଅଟକ ରଖି ତଦନ୍ତ କରିଥିଲା। ଏକଜୁଟିଭ ମାଜିଷ୍ଟ୍ରେଟ ଓ ସାକ୍ଷୀଙ୍କ ଉପସ୍ଥିତିରେ ତଲାସି ବେଳେ ଦୁଇଟି ପ୍ଲାଷ୍ଟିକ୍ ଜରି ବ୍ୟାଗରୁ ୪୦ କିଲୋଗ୍ରାମ ଗଞ୍ଜେଇ ବାହାରିଥିଲା ।

ଗିରଫ ମାଫିଆ ଜଣକ ହେଲେ କେରଳର କୋଟ୍ଟାୟମ ଜିଲାର ୪୭ ବର୍ଷୀୟ ସାଜନ ଥୋମାସ। ତାଙ୍କ ନିକଟରୁ ଏକ ମୋବାଇଲ ଫୋନ୍, ୩୫୦ ଟଙ୍କା ନଗଦ ଏବଂ ଗୋଟିଏ ଇଲେକ୍ଟ୍ରୋନିକ୍ ଓଜନ ମେସିନ୍ ମଧ୍ୟ ଜବତ କରାଯାଇଛି । ଅଭିଯୁକ୍ତଙ୍କ ବିରୋଧରେ ଏନ୍‌ଡିପିଏସ୍ ଆଇନର ଧାରାରେ ମାମଲା ରୁଜୁ କରାଯାଇ କୋର୍ଟ ଚାଲାଣ କରାଯାଇଛି। ଏହି ଗଞ୍ଜେଇ କେଉଁଠାରୁ ଆସିଥିଲା, କାହା ପାଖକୁ ଯିବାର ଯୋଜନା ଥିଲା ଏବଂ ଏହି ଚୋରା ଚାଲାଣ ସମ୍ପର୍କ ରେ ଆଉ କିଏ କିଏ ସଂପୃକ୍ତ ଅଛନ୍ତି ତଦନ୍ତ ଜାରି ରହିଥିବା ଅଡବା ଥାନା ଅଧିକାରୀ ସନ୍ତୋଷ ବିଶୋୟୀ କହିଛନ୍ତି  ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖେଳାଳିଙ୍କୁ ମିଳୁନି ବିଶ୍ରାମ! ବାରମ୍ବାର ଆହତ ହେବା ନେଇ BCCIର ବଡ଼ ଖୁଲାସା, ବଦଳିବ ରଣନୀତି

ମୁମ୍ବାଇ,୩।୯: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI)ର ମୁଖ୍ୟ କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିସିସିଆଇ ସମ୍ପାଦକ ଦେବଜୀତ୍ ଶୈକିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଆକ୍ସନରେ ଜିଲାପାଳ: ବଦଳିଲେ ସୁନାବେଢା ସିଡିପିଓ

କୋରାପୁଟ ୩l୯(ଅମିତାଭ ବେହେରା): ଅଙ୍ଗନଓ୍ବାଡି କର୍ମୀମାନଙ୍କୁ ଖରାପ ବ୍ୟବହାର କରିଥିବା ଅଭିଯୋଗରେ ସୁନାବେଢା ସିଡିପିଓ ନଳିନୀ ବେହେରାଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ସିଡିପିଓ ନଳିନୀଙ୍କୁ ଜୟପୁର ଉପଜିଲାପାଳଙ୍କ…

୧୧ ବର୍ଷ ଧରି କେଶ ଖାଉଥିଲେ ଛାତ୍ରୀ; ଏବେ ଡାକ୍ତର ତାଙ୍କ ପେଟରୁ ବାହାର କଲେ ୧.୧୬ କିଲୋଗ୍ରାମର ଗଣ୍ଠି

ନୂଆଦିଲ୍ଲୀ,୩।୯: ଦିଲ୍ଲୀର ଦ୍ୱାରକାସ୍ଥିତ ମଣିପାଲ ହସ୍ପିଟାଲର ଡାକ୍ତରମାନେ ଜଣେ 20 ବର୍ଷୀୟ ଛାତ୍ରୀଙ୍କ ପେଟରୁ 1.16 କିଲୋଗ୍ରାମ ଓଜନର ଏକ ବଡ଼ କେଶ ପିଣ୍ଡ ବାହାର କରିଛନ୍ତି।…

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ…

ଓଡ଼ିଶାର ୧୪ OAS ଅଫିସରଙ୍କୁ IAS ପଦୋନ୍ନତି: କେନ୍ଦ୍ର ସରକାର ଜାରି କଲେ ବିଜ୍ଞପ୍ତି… ଦେଖନ୍ତୁ ପୁରା ତାଲିକା

ଭୁବନେଶ୍ୱର,୩।୯: ଓଡ଼ିଶା ପ୍ରଶାସନିକ ସେବା (OAS) କ୍ୟାଡରର ୧୪ ଜଣ ବରିଷ୍ଠ ଅଫିସରଙ୍କୁ ଭାରତୀୟ ପ୍ରଶାସନିକ ସେବା (IAS) ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ର କାର୍ମିକ, ଜନ…

ପ୍ରଶ୍ନ କଲେ ଉଦୟନିଧି ଷ୍ଟାଲିନ, ମୁଖ୍ୟମନ୍ତ୍ରୀ ବିଜୟ କହିଲେ ସୋମବାର ଦେବି ଉତ୍ତର

ଚେନ୍ନାଇ,୩।୯: ଆଇନ ଶୃଙ୍ଖଳା ପ୍ରସଙ୍ଗରେ ଡିଏମକେ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିବାରୁ ତାମିଲନାଡୁ ବିଧାନସଭାରେ ଏକ ବିଶୃଙ୍ଖଳିତ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାର ଜବାବରେ, ମୁଖ୍ୟମନ୍ତ୍ରୀ ବିଜୟ…

ବଲିଉଡ୍‌ରେ ଆଉ ଜଣେ ଷ୍ଟାର୍ କିଡ୍‌ଙ୍କ ଏଣ୍ଟ୍ରି! ମଲାଇକା-ଅରବାଜଙ୍କ ପୁଅ ଅରହାନ କରିବେ ଡେବ୍ୟୁ…

ମୁମ୍ବାଇ: ଦୀର୍ଘଦିନରୁ ଚାଲିଥିବା ଚର୍ଚ୍ଚାରେ ଲାଗିଲା ବିରାମ। ବଲିଉଡ ଅଭିନେତ୍ରୀ ମଲାଇକା ଅରୋରା ଏବଂ ଅରବାଜ ଖାନଙ୍କ ପୁଅ ଅରହାନ ଖାନ ବଲିଉଡ ଡେବ୍ୟୁ କରିବା ସ୍ପଷ୍ଟ…

୬ ଦିନର ହ୍ରାସ ପରେ ହଠାତ ଏତିକି ମହଙ୍ଗା ହେଲା ସୁନା, ରୁପା ଦର ବି ଆକାଶଛୁଆଁ: ୧୦ ଗ୍ରାମକୁ ଏବେ ଗଣିବେ… 

ନୂଆଦିଲ୍ଲୀ,୩।୯: ଦେଶର ରାଜଧାନୀ ଦିଲ୍ଲୀରେ ଲଗାତାର ୬ ଦିନ ଧରି ସୁନା ଏବଂ ରୁପା ଦର ହ୍ରାସ ପାଇବା ପରେ ଆଜି ଏକ ବଡ଼ ଧରଣର ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri