ଭାରତରେ ହେବାକୁ ଯାଉଛି ବଡ଼ ଘଟଣା! ସତର୍କ କଲା ହିଣ୍ଡେନବର୍ଗ, ଛାନିଆରେ ଆଦାନୀ

ନୂଆଦିଲ୍ଲୀ,୧୦।୮: ଖୁବ୍‌ଶୀଘ୍ର ଭାରତରେ ଘଟିବାକୁ ଯାଉଛି କିଛି ବଡ଼ ଘଟଣା! ଏନେଇ ଶନିବାର ସକାଳୁ ସକାଳୁ ସତର୍କ କରାଇଛି ଆମେରିକାର କ୍ଷୁଦ୍ର ବିକ୍ରେତା ସଂସ୍ଥା ହିଣ୍ଡେନବର୍ଗ ରିସର୍ଚ୍ଚ। ତେବେ ସତର୍କବାଣୀ ଶୁଣି ବିଶେଷକରି ଦେଶର ଦ୍ୱିତୀୟ ଧନୀ ବ୍ୟକ୍ତି ତଥା ଆଦାନୀ ଗ୍ରୁପ୍ର ମୁଖ୍ୟ ଗୌତମ ଆଦାନୀ ମଧ୍ୟ ଛାନିଆ ହୋଇ ପଡିଥିବେ! କାରଣ ୨୦୨୩ ଜାନୁଆରୀ ୨୪ରେ ହିଣ୍ଡେନବର୍ଗ ରିସର୍ଚ୍ଚ ଆଦାନୀ ଗ୍ରୁପ ଉପରେ ଏକ ରିପୋର୍ଟ ପ୍ରକାଶ କରିଥିଲା, ଯାହାକୁ ନେଇ ଆଦାନୀ ଗ୍ରୁପରେ ଚହଳ ପଡିଯାଇଥିଲା। ରିପୋର୍ଟ ଆସିବା ପରେ କେବଳ ଆଦାନୀ ଗ୍ରୁପ କମ୍ପାନୀଗୁଡିକର ଅଂଶଧନ ହ୍ରାସ ପାଇ ନ ଥିଲା, ତାହା ନୁହେଁ ବରଂ ପୁରା ଷ୍ଟକ ମାର୍କେଟରେ କମ୍ପନ ସୃଷ୍ଟି ହୋଇଥିଲା। ତେବେ ବର୍ତ୍ତମାନ ଏହି ହିେଣ୍ଡେନବର୍ଗ ରିସର୍ଚ୍ଚ ପୁଣି ଥରେ ଭାରତରେ ଭୂକମ୍ପ ସୃଷ୍ଟି ହେବ ବୋଲି ଆଲର୍ଟ କରିଛି। ଆଉ ଆଦାନୀଙ୍କ ପରେ ପରବର୍ତ୍ତୀ କିଏ ଶିକାର ହେବାକୁ ଯାଉଛି ଯାହାକୁ ନେଇ ଏବେଠୁ ଚର୍ଚ୍ଚା ଆରମ୍ଭ ହୋଇଛି।

ତେବେ କ’ଣ ବଡ଼ ହେବାକୁ ଯାଉଛି ଏନେଇ ହିଣ୍ଡେନବର୍ଗ କିଛି ଖୁଲାସା କରି ନ ଥିବାବେଳେ କମ୍ପାନୀର ଏହି ପୋଷ୍ଟକୁ ନେଇ ଚର୍ଚ୍ଚା ହେଉଛି କି ଭାରତର କୌଣସି ବଡ଼ କମ୍ପାନୀକୁ ନେଇ ପୁଣିଥରେ କିଛି ବଡ଼ ଖୁଲାସା ହେବାକୁ ଯାଉଛି।

ଜାନୁଆରୀ ୨୦୨୩ରେ ହିଣ୍ଡେନବର୍ଗ ରିସର୍ଚ୍ଚ ଆଦାନୀ ଗ୍ରୁପ ବିରୋଧରେ ଏକ ରିପୋର୍ଟ ଜାରି କରିଥିଲା। ଏହି ରିପୋର୍ଟରେ କମ୍ପାନୀ ଆଦାନୀ ଗ୍ରୁପ ଉପରେ ଅନେକ ସାଂଘାତିକ ଅଭିଯୋଗ ଆଣିଥିଲା ଯାହାକୁ ନେଇ ହଇଚଇ ସୃଷ୍ଟି ହୋଇଥିଲା। ରିପୋର୍ଟ ଆସିବା ପରେ ଅଦାନୀ ଗ୍ରୁପର ଶେୟାର ଖସିବା ସହ ଦୁନିଆର ଦ୍ୱିତୀୟ କୋଟିପତି ର଼୍ୟାଙ୍କରୁ ଖସି ସେ ୩୬ ନମ୍ବରରେ ପହଞ୍ଚି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହେଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତିଛନ୍ତି। ଚତୁର୍ଥ ଆସନ ପାଇଁ ହୋଇଥିବା କଡ଼ା ମୁକାବିଲାରେ ଭାଜପା…

ବିଶ୍ୱରେ ଚାଲିଛି ଯୁଦ୍ଧ, ଭାରତରେ ହ୍ରାସ ପାଇଲା ବେକାରୀ ହାର

ନୂଆଦିଲ୍ଲୀ,୧୬।୩: ବିଶ୍ୱ ଅର୍ଥନୀତିରେ ଯୁଦ୍ଧ ଓ ଅସ୍ଥିରତା ମଧ୍ୟରେ ଭାରତରୁ ଆସିଛି ଏକ ଆଶ୍ୱସ୍ତିକର ଖବର। ଦେଶରେ ବେକାରୀ ହାରରେ ସାମାନ୍ୟ ହ୍ରାସ ଘଟିଥିବା ପରିସଂଖ୍ୟାନ ମନ୍ତ୍ରଣାଳୟ…

SCBରେ ନିଆଁ: ରିପୋର୍ଟ ମାଗିଲେ NHRC

କଟକ, ୧୬।୩: କଟକ SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ(NHRC )। ଘଟଣାର ଅନୁଧ୍ୟାନ…

ପାରିବାରିକ କଳହର କରୁଣ ପରିଣତି, ଶାଶୁ-ଶଳାଙ୍କୁ ଛୁରୀ ଭୁସିଲେ ଜ୍ବାଇଁ

ଲକ୍ଷ୍ନୌ,୧୬ା୩: ଉତ୍ତରପ୍ରଦେଶ ବରେଲି ଜିଲାର ଇଜ୍ଜତନଗର ପୋଲିସ ଷ୍ଟେସନ ଅଞ୍ଚଳର ରାହପୁରା ଚୌଧୁରୀ ଅଞ୍ଚଳରେ ସୋମବାର ଏକ ପାରିବାରିକ ବିବାଦର ସମାଧାନ ପାଇଁ ଏକ ବୈଠକ ବସିଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri