ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲାରେ ବଡ଼ ଟ୍ବିଷ୍ଟ, ଆତ୍ମସମର୍ପଣ କଲେ ପୂର୍ବତନ ଡିଏଫଓ

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା): ବହୁଚର୍ଚ୍ଚିତ ଏସିଏଫ ସୋମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃମାମଲାରେ ତତ୍କାଳୀନ ଗଜପତି ଡିଏଫଓ ସଂଗ୍ରାମ କେଶରୀ ବେହେରା ସୋମବାର ପାରଳାଖେମୁଣ୍ଡି ଏସଡିଜେଏମ୍‌ଙ୍କ(SDJM) ଅଦାଲତରେ ଆତ୍ମସମର୍ପଣ କରିଛନ୍ତି। ଅଦାଲତଙ୍କ ପକ୍ଷରୁ ଜାରି ହୋଇଥିବା ଗିରଫ ପରୱାନା ପରେ ସେ ନିଜ ଓକିଲଙ୍କ ଜରିଆରେ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି।

ଏସଡିଜେଏମ୍‌ଙ୍କ ଅଦାଲତରେ ଜାମିନ ଆବେଦନ ଖାରଜ ହେବା ପରେ ସଂଗ୍ରାମ ଜିଲା ଓ ଦୌରାଜଜଙ୍କ ଅଦାଲତରେ ଜାମିନ ପାଇଁ ଆବେଦନ କରିଥିବା ସୂଚନା ମିଳିଛି। ଏହାକୁ ନେଇ ଅଦାଲତରେ ଆଇନଗତ ପ୍ରକ୍ରିୟା ଜାରି ରହିଛି।

ସୂଚନାଯୋଗ୍ୟ, ସଂଗ୍ରାମ କେଶରୀ ବେହେରାଙ୍କ ପକ୍ଷରୁ ଦାଖଲ ହୋଇଥିବା CRLMC ନଂ-୪୦୫୬/୨୦୨୫ ମାମଲାରେ ଓଡ଼ିଶା ହାଇକୋର୍ଟ ଗତ ୧୪ ଜୁଲାଇ ୨୦୨୬ରେ ତାଙ୍କୁ ତଳ ଅଦାଲତରେ ଆତ୍ମସମର୍ପଣ ପାଇଁ ଆଉ ଦୁଇ ସପ୍ତାହ ସମୟ ଦେଇଥିଲେ। ଏପରିକି ଜାମିନ ଆବେଦନ ଉପରେ ସେହି ଦିନ ବିଚାର କରିବାକୁ ତଳ ଅଦାଲତକୁ ନିର୍ଦ୍ଦେଶ ଦେଇଥିଲେ।

୨୦୨୧ରେ ଗଜପତି ଜିଲାରେ କାର୍ଯ୍ୟରତ ସହକାରୀ ବନ ସଂରକ୍ଷକ (ଏସିଏଫ) ସୋମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିଲା। ସେହି ଘଟଣାକୁ ନେଇ ମାମଲାର ତଦନ୍ତ ଓ ଆଇନଗତ ପ୍ରକ୍ରିୟା ବିଭିନ୍ନ ପର୍ଯ୍ୟାୟରେ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…

୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

ବେଆଇନ ବନ୍ଧୁକ କାରଖାନା ଠାବ: ୫ଟି ଦେଶୀ ବନ୍ଧୁକ ସହ ୩ ଗିରଫ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ପୋଲିସ ଏକ ବେଆଇନ ଦେଶୀ ବନ୍ଧୁକ ନିର୍ମାଣ ୟୁନିଟ୍‌ ଉପରେ ଶୁକ୍ରବାର ରାତିରେ ଚଢ଼ଉ କରି…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

Video: ଏମିତି କ’ଣ କହିଲେ ମାଲେସିଆ ପ୍ରଧାନମନ୍ତ୍ରୀ ଯେ ହସି ପକାଇଲେ ମୋଦି, ଦେଖନ୍ତୁ ମଜାଦାର ଭିଡ଼ିଓ

ନୂଆଦିଲ୍ଲୀ,୧୨।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ଭାରତରେ ପହଞ୍ଚିଛନ୍ତି। ସେ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ…

ଓରାଙ୍ଗଉଟାନ ଲିଙ୍କ୍‌ରେ ନୂଆ ସିସିଟିଭି ଫୁଟେଜ୍‌: ସାମ୍ନାକୁ ଆସିଲା ରାତିଅଧର…

ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍‌ ନେଇ ଚାଲିଥିବା ଛାନଭିନ୍‌ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?