ପୋଲିସ SI ପରୀକ୍ଷା ମହାଘୋଟାଲାରେ ବଡ଼ ଅପଡେଟ୍‌: ଧରାପଡିଲା ମାଷ୍ଟରମାଇଣ୍ଡ!

ଭୁବନେଶ୍ୱର,୩।୧୦: ପୋଲିସ SI ପରୀକ୍ଷା ମହାଘୋଟାଲାରେ ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌। ୧୧୪ ଜଣ ପରୀକ୍ଷାର୍ଥୀ ଓ ୩ ଦଲାଲ ଗିରଫ ପରେ ତତ୍ପରତା। ପ୍ରାଥମିକ ତଦନ୍ତ ଅନୁସାରେ ଶଙ୍କର ପୃଷ୍ଟି ଓ ମୁନା ମହାନ୍ତିଙ୍କ ନାଁକୁ ନେଇ ଚର୍ଚ୍ଚା ଜୋର ଧରିଛି। ଦୁହେଁ ସ୍ପେଶାଲ କୋଚିଂ ପାଇଁ ରାଜ୍ୟ ବାହାରକୁ ନେଉଥିବା ଅଭିଯୋଗ ହୋଇଛି। ପ୍ରତ୍ୟେକଙ୍କ ଠାରୁ ୨୫ ଲକ୍ଷ ଟଙ୍କା ନେବାକୁ ଡିଲ ହୋଇଥିଲା। ଦୁହେଁ ପରୀକ୍ଷାର୍ଥୀଙ୍କ ସବୁ ଅରିଜନାଲ ସାର୍ଟିଫିକେଟ ନେଇଯାଇଥିଲେ। ୯୩୩ ପୋଷ୍ଟ ପାଇଁ ବାହାରିଥିଲା ବିଜ୍ଞାପନ; କୋଟି କୋଟି ଟଙ୍କାର ଡିଲ ହୋଇଥିଲା।

ବୁଧବାର ବ୍ରହ୍ମପୁର ପୋଲିସ ଜିଲା ଗୋଳନ୍ଥରା ଥାନା ପୋଲିସ ପର୍ଦ୍ଦାଫାଶ କରିବା ସହ ପୋଲିସ ୧୧୪ ପରୀକ୍ଷାଥି ଓ ତିନି ଦଲାଲଙ୍କୁ ଗିରଫ କରିଥିବା ନେଇ ପୋଲିସ ସୂଚନା ଦେଇଛି । ଅପରପକ୍ଷେ ଏହି ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ କରିବ ବୋଲି ସୂଚନା ମିଳିଛି ।

ସୂଚନା ଅନୁସାରେ, ଚଳିତ ମାସର ୫ ଓ ୬ ତାରିଖରେ ଓଡ଼ିଶା ପୋଲିସ SIର ଲିଖିତ ପରୀକ୍ଷା ରହିଥିଲା। ଏହି ପରୀକ୍ଷା ପାଇଁ ପରୀକ୍ଷାର୍ଥୀ ପ୍ରଶିକ୍ଷଣ ଦେବା ପାଇଁ ଭୁବନେଶ୍ୱର ବରମୁଣ୍ଡା ବସଷ୍ଟାଣ୍ଡରୁ ଏକାଠି ହୋଇ ଆନ୍ଧ୍ରପ୍ରଦେଶ ବିଜୟନଗରର ଏକ ଅଜ୍ଞାତ ସ୍ଥାନକୁ ତିନୋଟି ଏସି ବସ ଯୋଗେ ଯାଉଥିଲେ। ସେହି ସମୟରେ ବ୍ରହ୍ମପୁର ଏସପି ଡା ସର୍ବଣା ବିବେକ ଏମ ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇଥିଲେ l ତିନି ବସକୁ ପିଛା କରି ଆନ୍ଧ୍ର ସୀମାବର୍ତ୍ତୀ ଅଞ୍ଚଳରୁ ଏସ୍ପି ବିବେକ ଏକ ସ୍ବତନ୍ତ୍ର ପୋଲିସ ଟିମ ସହ ଅଟକାଇ ଧରିଥିଲେ । ସେମାନଙ୍କୁ ଆମ୍ବପୁଆ ପୋଲିସ ରିଜର୍ଭକୁ ଆଣି ଅଟକ ରଖି ପଚରାଉଚରା କରିବା ବେଳେ ୮ ଜଣ ମହିଳା,୧୦୬ ଜଣ ଯୁବକ ଓ ତିନ ଜଣ ଦଲାଲ ରହିଥିଲେ। ପ୍ରଥମେ ୧୦ ଲକ୍ଷ ଟଙ୍କା ସେମାନେ ଦେଇଥିଲେ। ଚାକିରୀ ପାଇବା ପରେ ୧୫ ଲକ୍ଷ ଟଙ୍କା ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ । ୨୮ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଡ଼ିଲ ହୋଇଥିବା ନେଇ ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri