ପୋଲିସ SI ପରୀକ୍ଷା ମହାଘୋଟାଲାରେ ବଡ଼ ଅପଡେଟ୍‌: ଧରାପଡିଲା ମାଷ୍ଟରମାଇଣ୍ଡ!

ଭୁବନେଶ୍ୱର,୩।୧୦: ପୋଲିସ SI ପରୀକ୍ଷା ମହାଘୋଟାଲାରେ ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌। ୧୧୪ ଜଣ ପରୀକ୍ଷାର୍ଥୀ ଓ ୩ ଦଲାଲ ଗିରଫ ପରେ ତତ୍ପରତା। ପ୍ରାଥମିକ ତଦନ୍ତ ଅନୁସାରେ ଶଙ୍କର ପୃଷ୍ଟି ଓ ମୁନା ମହାନ୍ତିଙ୍କ ନାଁକୁ ନେଇ ଚର୍ଚ୍ଚା ଜୋର ଧରିଛି। ଦୁହେଁ ସ୍ପେଶାଲ କୋଚିଂ ପାଇଁ ରାଜ୍ୟ ବାହାରକୁ ନେଉଥିବା ଅଭିଯୋଗ ହୋଇଛି। ପ୍ରତ୍ୟେକଙ୍କ ଠାରୁ ୨୫ ଲକ୍ଷ ଟଙ୍କା ନେବାକୁ ଡିଲ ହୋଇଥିଲା। ଦୁହେଁ ପରୀକ୍ଷାର୍ଥୀଙ୍କ ସବୁ ଅରିଜନାଲ ସାର୍ଟିଫିକେଟ ନେଇଯାଇଥିଲେ। ୯୩୩ ପୋଷ୍ଟ ପାଇଁ ବାହାରିଥିଲା ବିଜ୍ଞାପନ; କୋଟି କୋଟି ଟଙ୍କାର ଡିଲ ହୋଇଥିଲା।

ବୁଧବାର ବ୍ରହ୍ମପୁର ପୋଲିସ ଜିଲା ଗୋଳନ୍ଥରା ଥାନା ପୋଲିସ ପର୍ଦ୍ଦାଫାଶ କରିବା ସହ ପୋଲିସ ୧୧୪ ପରୀକ୍ଷାଥି ଓ ତିନି ଦଲାଲଙ୍କୁ ଗିରଫ କରିଥିବା ନେଇ ପୋଲିସ ସୂଚନା ଦେଇଛି । ଅପରପକ୍ଷେ ଏହି ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ କରିବ ବୋଲି ସୂଚନା ମିଳିଛି ।

ସୂଚନା ଅନୁସାରେ, ଚଳିତ ମାସର ୫ ଓ ୬ ତାରିଖରେ ଓଡ଼ିଶା ପୋଲିସ SIର ଲିଖିତ ପରୀକ୍ଷା ରହିଥିଲା। ଏହି ପରୀକ୍ଷା ପାଇଁ ପରୀକ୍ଷାର୍ଥୀ ପ୍ରଶିକ୍ଷଣ ଦେବା ପାଇଁ ଭୁବନେଶ୍ୱର ବରମୁଣ୍ଡା ବସଷ୍ଟାଣ୍ଡରୁ ଏକାଠି ହୋଇ ଆନ୍ଧ୍ରପ୍ରଦେଶ ବିଜୟନଗରର ଏକ ଅଜ୍ଞାତ ସ୍ଥାନକୁ ତିନୋଟି ଏସି ବସ ଯୋଗେ ଯାଉଥିଲେ। ସେହି ସମୟରେ ବ୍ରହ୍ମପୁର ଏସପି ଡା ସର୍ବଣା ବିବେକ ଏମ ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇଥିଲେ l ତିନି ବସକୁ ପିଛା କରି ଆନ୍ଧ୍ର ସୀମାବର୍ତ୍ତୀ ଅଞ୍ଚଳରୁ ଏସ୍ପି ବିବେକ ଏକ ସ୍ବତନ୍ତ୍ର ପୋଲିସ ଟିମ ସହ ଅଟକାଇ ଧରିଥିଲେ । ସେମାନଙ୍କୁ ଆମ୍ବପୁଆ ପୋଲିସ ରିଜର୍ଭକୁ ଆଣି ଅଟକ ରଖି ପଚରାଉଚରା କରିବା ବେଳେ ୮ ଜଣ ମହିଳା,୧୦୬ ଜଣ ଯୁବକ ଓ ତିନ ଜଣ ଦଲାଲ ରହିଥିଲେ। ପ୍ରଥମେ ୧୦ ଲକ୍ଷ ଟଙ୍କା ସେମାନେ ଦେଇଥିଲେ। ଚାକିରୀ ପାଇବା ପରେ ୧୫ ଲକ୍ଷ ଟଙ୍କା ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ । ୨୮ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଡ଼ିଲ ହୋଇଥିବା ନେଇ ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri