Posted inଖେଳ

ଧୋନୀଙ୍କ ଅବସରକୁ ନେଇ ଆସିଲା ବଡ଼ ଅପଡେଟ୍‌: ଜାଣନ୍ତୁ କେବେ ସିଏସ୍‌କେକୁ କହିବେ ବାଏ ବାଏ

ଚେନ୍ନାଇ,୨୦।୫: ଚେନ୍ନାଇ ସୁପର କିଙ୍ଗ୍ସର ଏମଏସ ଧୋନୀ ସବୁଠାରୁ ସଫଳ ଅଧିନାୟକ। ଧୋନୀଙ୍କ ଅଧିନାୟକତ୍ୱରେ ଚେନ୍ନାଇ ମୋଟ ପାଞ୍ଚଟି ଆଇପିଏଲ ଟ୍ରଫି ଜିତିଛି। କିନ୍ତୁ ଏହି ସିଜିନ୍‌ରେ ଅର୍ଥାତ୍‌ ଆଇପିଏଲ ୨୦୨୪, ଧୋନୀ ଚେନ୍ନାଇର ଅଧିନାୟିକତ୍ୱ କରୁ ନ ଥିଲେ। ଧୋନୀଙ୍କ ସ୍ଥାନରେ ଯୁବ ବ୍ୟାଟ୍ସମ୍ୟାନ ଋତୁରାଜ ଗାଇକ୍ୱାଡ ସିଏସ୍‌କେ ଦାୟିତ୍ୱ ନେଇଥିଲେ। ଗାଇକ୍ୱାଡଙ୍କ ଅଧିନାୟିକତ୍ୱରେ ଚେନ୍ନାଇ ପ୍ଲେ ଅଫ ପାଇଁ ଯୋଗ୍ୟତା ଅର୍ଜନ କରିପାରି ନାହିଁ। ବର୍ତ୍ତମାନ ଏହି ସମୟରେ ଧୋନୀଙ୍କ ଆଇପିଏଲ ଅବସରକୁ ନେଇ ଏକ ବଡ ଅପଡେଟ୍‌ ଆସିଛି।
ଧୋନୀ ଚେନ୍ନାଇର କାହାକୁ କହି ନାହାଁନ୍ତି ଯେ, ସେ ଅବସର ନେଉଛନ୍ତି। ଧୋନୀ ପରିଚାଳନାକୁ କହିଛନ୍ତି ଯେ, ସେ ଚୂଡ଼ାନ୍ତ ନିଷ୍ପତ୍ତି ନେବା ପୂର୍ବରୁ କିଛି ମାସ ଅପେକ୍ଷା କରିବେ।
ଏହି ରିପୋର୍ଟ ଅନୁଯାୟୀ, ଧୋନୀଙ୍କୁ ଆସନ୍ତା ସିଜନରେ ମଧ୍ୟ ଦେଖିବାକୁ ମିଳିବ ବୋଲି କୁହାଯାଇପାରେ। ଏଭଳି ପରିସ୍ଥିତିରେ ଧୋନୀଙ୍କୁ ଆସନ୍ତା ସିଜନରେ ଚେନ୍ନାଇ ଜର୍ସିରେ ଦେଖିବାକୁ ମିଳିବ ନା ଏହା ପୂର୍ବରୁ ସେ କ୍ରିକେଟ ବିଦାୟ ନେଉଛନ୍ତି ତାହା ଦେଖିବାକୁ କୌତୁହଳପ୍ରଦ ହେବ।
ସୂଚନାଯୋଗ୍ୟ ଯେ ଚେନ୍ନାଇ ସୁପର କିଙ୍ଗ୍ସ ଗତ ସିଜନରେ ଆଇପିଏଲ ଟାଇଟଲ ଜିତିଥିଲା। ୨୦୨୩ରେ ଚେନ୍ନାଇର ବିଜୟ ପରେ ଧୋନି କ୍ରିକେଟ ପାଇଁ ବିଦାୟ ନେବେ ବୋଲି ବିଶ୍ୱାସ କରାଯାଉଥିଲା, କିନ୍ତୁ ସେ ତାହା କରି ନ ଥିଲେ ଏବଂ ପ୍ରଶଂସକମାନଙ୍କୁ ଉପହାର ଦେଇ ଆଇପିଏଲ ୨୦୨୪ରେ ଫେରିଥିଲେ। ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟ ପାଇଁ ବିଦାୟ ନେଇଥିଲେ। କିନ୍ତୁ ସେ ଆଇପିଏଲ ଖେଳିବା ଜାରି ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri