Posted inଖେଳ

ଆୟରଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ICUରୁ ବାହାରିଲେ କିନ୍ତୁ…

ନୂଆଦିଲ୍ଲୀ,୨୮।୧୦: ଭାରତର ଦିନିକିଆ ଉପ-ଅଧିନାୟକ ଶ୍ରେୟସ ଆୟରଙ୍କୁ ସିଡନୀ ହସ୍ପିଟାଲର ICUରୁ ବାହାର କରାଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଅଛି। ଏହା ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ଚିନ୍ତାକୁ ଦୂର କରିଛି। ତାଙ୍କୁ ସ୍ପ୍ଲେନିକ ଫାଟିବା ଏବଂ ପଞ୍ଜରା ଆଘାତ ଯୋଗୁ ଭର୍ତ୍ତି କରାଯାଇଥିଲା। BCCI ପକ୍ଷରୁ କୁହାଯାଇଛି ଯେ, ତାଙ୍କୁ ICUରୁ ବାହାରକୁ ସ୍ଥାନାନ୍ତର କରାଯାଇଛି ଏବଂ ତାଙ୍କୁ ସିଡନୀ ହସ୍ପିଟାଲରୁ ଡିସଚାର୍ଜ ହେବାକୁ ଆଉ କିଛି ଦିନ ଲାଗିପାରେ।
ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ମ୍ୟାଚ୍‌ରେ ଆଲେକ୍ସ କାରେଙ୍କୁ ଆଉଟ୍‌ କରିବା ପାଇଁ ବ୍ୟାକଓ୍ବାର୍ଡ ପଏଣ୍ଟ ଅଞ୍ଚଳରେ ଶ୍ରେୟସ ପଛୁଆ ଦୌଡ଼ି ଏକ ଚମତ୍କାର କ୍ୟାଚ୍‌ ନେଇଥିଲେ। ହେଲେ ଏହି ପ୍ରକ୍ରିୟାରେ ତାଙ୍କ ବାମ ପଞ୍ଜରା ହାଡ଼ରେ ଆଘାତ ଲାଗିଥିଲା। ଏଥିଯୋଗୁ ତାଙ୍କର ଆଭ୍ୟନ୍ତରୀଣ ରକ୍ତସ୍ରାବ ହେଉଥିବା ଜଣାପଡ଼ିବା ପରେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ତେବେ କିଛି ଗଣମାଧ୍ୟମରେ ପ୍ରକାଶ ପାଇଥିବା ରିପୋର୍ଟ ମୁତାବକ, ଶ୍ରେୟସଙ୍କୁ ଆଇସିୟୁରୁ ବାହାର କରାଯାଇଛି ଏବଂ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିପଦମୁକ୍ତ ରହିଛି।
ମିଳିଥିବା ସୂଚନା ମୁତାବକ, ଆହତ ହେବା ପରେ ଆୟରଙ୍କୁ ଡ୍ରେସିଂ ରୁମକୁ ନିଆଯାଇଥିଲା। ସେଠାରେ ସେ ଚେତାଶୂନ୍ୟ ହୋଇପଡ଼ିଥିଲେ। ତାଙ୍କ ରକ୍ତଚାପ ଦ୍ରୁତ ଗତିରେ ହ୍ରାସ ପାଉଥିବା ଦେଖାଯାଇଥିଲା। ତାଙ୍କୁ ତୁରନ୍ତ ହସ୍ପିଟାଲ ନିଆଯାଇଥିଲା ଏବଂ ସ୍କାନରୁ ତାଙ୍କ ସ୍ପ୍ଲିନରେ କ୍ଷତ ସୃଷ୍ଟି ହୋଇଥିବା ଜଣାପଡ଼ିଥିଲା। ଗତ ଦୁଇ ଦିନ ହେଲା ତାଙ୍କୁ ଆଇସିୟୁରେ ରଖାଯାଇଥିଲା। ୩୦ ବର୍ଷୀୟ ଶ୍ରେୟସଙ୍କୁ ଅତିକମ୍‌ରେ ୨ରୁ ୭ ଦିନ ପର୍ଯ୍ୟନ୍ତ ଡାକ୍ତରୀ ଦଳର ତତ୍ତ୍ୱାବଧାନରେ ରଖାଯିବ। ଆୟରଙ୍କ ଆଘାତ ସମସ୍ୟାର ଗୁରୁତ୍ୱକୁ ଦେଖି ତାଙ୍କ ବାପା-ମା’ ତୁରନ୍ତ ଭିଜା ଲାଗି ଆବେଦନ କରିଛନ୍ତି। ଏ ସଂକ୍ରାନ୍ତରେ ବିସିସିଆଇ ପକ୍ଷରୁ କୁହାଯାଇଛି ଯେ, ଶ୍ରେୟସଙ୍କ ବାମ ପଞ୍ଜରାର ତଳି ଭାଗ ଅଞ୍ଚଳରେ ଆଘାତ ଲାଗିଛି। ସ୍କାନରୁ ତାଙ୍କ ସ୍ପ୍ଲିନରେ କ୍ଷତ ହୋଇଥିବା ଜଣାପଡ଼ିଛି। ତାଙ୍କର ଚିକିତ୍ସା ଚାଲିଛି ଏବଂ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ସେ ଏବେ ରିକଭର କରୁଛନ୍ତି। ବିସିସିଆଇ ମେଡିକାଲ ଟିମ ସିଡ୍‌ନୀ ଓ ଭାରତର ସ୍ପେଶାଲିଷ୍ଟଙ୍କ ସହ ଯୋଗାଯୋଗରେ ଅଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ତୀକ୍ଷ୍ଣ ନଜର ରଖାଯାଇଛି। ଭାରତୀୟ ଟିମ୍‌ ଡକ୍ଟର ଶ୍ରେୟସଙ୍କ ସହ ସିଡ୍‌ନୀରେ ରହିବେ।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଜାପାନୀ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ, ୨୦୨୨ ରେ ବେକରେ ଲାଗିଥିଲା ଗୁଳି

ଟୋକିଓ,୨୧।୧: ପୂର୍ବତନ ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ହତ୍ୟା କରିଥିବା ବ୍ୟକ୍ତିଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ବୁଧବାର ଜାପାନର ଏକ କୋର୍ଟ ଆବେଙ୍କ ହତ୍ୟା ମାମଲାର...

କାହିଁକି ହେଉନାହିଁ IPL 2026 କାର୍ଯ୍ୟସୂଚୀ ଘୋଷଣା? ବିଳମ୍ବର କାରଣ କ’ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ପାଇଁ ଆପାତକାଳୀନ ତାରିଖ ଘୋଷଣା ସତ୍ତ୍ୱେ, ବିସିସିଆଇ ଏପର୍ଯ୍ୟନ୍ତ ମ୍ୟାଚ ସୂଚୀ ଘୋଷଣା କରିନାହିଁ। ବୋର୍ଡ କହିଛି...

ରେଳଯାତ୍ରୀଙ୍କ ପାଇଁ ଖୁସିଖବର: ଷ୍ଟେଶନରେ ମିଳୁଛି ଶସ୍ତା ରୁମ୍‌; ଅନଲାଇନ୍‌ରେ ବୁକ୍‌ କରିବାର ପୂରା ପ୍ରକ୍ରିୟା ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ପ୍ରତିଦିନ ସାରା ଭାରତରେ ୨ କୋଟିରୁ ଅଧିକ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତୁ। ଯାତ୍ରୀମାନଙ୍କର ସୁବିଧା ପାଇଁ ରେଳ ଷ୍ଟେଶନରେ ରୁମ୍‌ ଯୋଗାଇ ଦିଆଯାଏ।...

ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

୨୦୩୦ ପର୍ଯ୍ୟନ୍ତ କୌଣସି ଲାଇଭ୍ ଶୋ’ କରିବେନି ଜାକିର ଖାନ; ଏଥିପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୧।୧: ଦେଶର ଲୋକପ୍ରିୟ ଷ୍ଟାଣ୍ଡ-ଅପ୍ କମେଡିଆନ୍ ଜାକିର ଖାନ ନିଜ ପ୍ରଶଂସକଙ୍କୁ ଏକ ବଡ଼ ଝଟକା ଦେଇଛନ୍ତି। ସ୍ୱାସ୍ଥ୍ୟଗତ ସମସ୍ୟା ଏବଂ ବ୍ୟକ୍ତିଗତ କାରଣ ପାଇଁ...

ତେଲେଙ୍ଗାନାରେ ପୁଣି କୁକୁରଙ୍କୁ ହତ୍ୟା, ୫୦୦ ପରେ ଏବେ ୧୦୦ଜଣଙ୍କୁ ବିଷ ଦେଇ ମାରିଦେଲେ

ହାଇଦ୍ରାବାଦ,୨୧ା୧: ପୁଣିଥରେ ତେଲେଙ୍ଗାନାରେ ବହୁ ସଂଖ୍ୟକ ବୁଲା କୁକୁରଙ୍କୁ ହତ୍ୟା କରାଯାଇଛି । ହାଇଦ୍ରାବାଦରୁ ମାତ୍ର ୫୦ କିଲୋମିଟର ଦୂର ରଙ୍ଗାରେଡ୍ଡି ଜିଲ୍ଲାରେ ୧୦୦ କୁକୁରଙ୍କୁ...

ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା

ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ...

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri