Posted inଖେଳ

ଆୟରଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ICUରୁ ବାହାରିଲେ କିନ୍ତୁ…

ନୂଆଦିଲ୍ଲୀ,୨୮।୧୦: ଭାରତର ଦିନିକିଆ ଉପ-ଅଧିନାୟକ ଶ୍ରେୟସ ଆୟରଙ୍କୁ ସିଡନୀ ହସ୍ପିଟାଲର ICUରୁ ବାହାର କରାଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଅଛି। ଏହା ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ଚିନ୍ତାକୁ ଦୂର କରିଛି। ତାଙ୍କୁ ସ୍ପ୍ଲେନିକ ଫାଟିବା ଏବଂ ପଞ୍ଜରା ଆଘାତ ଯୋଗୁ ଭର୍ତ୍ତି କରାଯାଇଥିଲା। BCCI ପକ୍ଷରୁ କୁହାଯାଇଛି ଯେ, ତାଙ୍କୁ ICUରୁ ବାହାରକୁ ସ୍ଥାନାନ୍ତର କରାଯାଇଛି ଏବଂ ତାଙ୍କୁ ସିଡନୀ ହସ୍ପିଟାଲରୁ ଡିସଚାର୍ଜ ହେବାକୁ ଆଉ କିଛି ଦିନ ଲାଗିପାରେ।
ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ମ୍ୟାଚ୍‌ରେ ଆଲେକ୍ସ କାରେଙ୍କୁ ଆଉଟ୍‌ କରିବା ପାଇଁ ବ୍ୟାକଓ୍ବାର୍ଡ ପଏଣ୍ଟ ଅଞ୍ଚଳରେ ଶ୍ରେୟସ ପଛୁଆ ଦୌଡ଼ି ଏକ ଚମତ୍କାର କ୍ୟାଚ୍‌ ନେଇଥିଲେ। ହେଲେ ଏହି ପ୍ରକ୍ରିୟାରେ ତାଙ୍କ ବାମ ପଞ୍ଜରା ହାଡ଼ରେ ଆଘାତ ଲାଗିଥିଲା। ଏଥିଯୋଗୁ ତାଙ୍କର ଆଭ୍ୟନ୍ତରୀଣ ରକ୍ତସ୍ରାବ ହେଉଥିବା ଜଣାପଡ଼ିବା ପରେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ତେବେ କିଛି ଗଣମାଧ୍ୟମରେ ପ୍ରକାଶ ପାଇଥିବା ରିପୋର୍ଟ ମୁତାବକ, ଶ୍ରେୟସଙ୍କୁ ଆଇସିୟୁରୁ ବାହାର କରାଯାଇଛି ଏବଂ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିପଦମୁକ୍ତ ରହିଛି।
ମିଳିଥିବା ସୂଚନା ମୁତାବକ, ଆହତ ହେବା ପରେ ଆୟରଙ୍କୁ ଡ୍ରେସିଂ ରୁମକୁ ନିଆଯାଇଥିଲା। ସେଠାରେ ସେ ଚେତାଶୂନ୍ୟ ହୋଇପଡ଼ିଥିଲେ। ତାଙ୍କ ରକ୍ତଚାପ ଦ୍ରୁତ ଗତିରେ ହ୍ରାସ ପାଉଥିବା ଦେଖାଯାଇଥିଲା। ତାଙ୍କୁ ତୁରନ୍ତ ହସ୍ପିଟାଲ ନିଆଯାଇଥିଲା ଏବଂ ସ୍କାନରୁ ତାଙ୍କ ସ୍ପ୍ଲିନରେ କ୍ଷତ ସୃଷ୍ଟି ହୋଇଥିବା ଜଣାପଡ଼ିଥିଲା। ଗତ ଦୁଇ ଦିନ ହେଲା ତାଙ୍କୁ ଆଇସିୟୁରେ ରଖାଯାଇଥିଲା। ୩୦ ବର୍ଷୀୟ ଶ୍ରେୟସଙ୍କୁ ଅତିକମ୍‌ରେ ୨ରୁ ୭ ଦିନ ପର୍ଯ୍ୟନ୍ତ ଡାକ୍ତରୀ ଦଳର ତତ୍ତ୍ୱାବଧାନରେ ରଖାଯିବ। ଆୟରଙ୍କ ଆଘାତ ସମସ୍ୟାର ଗୁରୁତ୍ୱକୁ ଦେଖି ତାଙ୍କ ବାପା-ମା’ ତୁରନ୍ତ ଭିଜା ଲାଗି ଆବେଦନ କରିଛନ୍ତି। ଏ ସଂକ୍ରାନ୍ତରେ ବିସିସିଆଇ ପକ୍ଷରୁ କୁହାଯାଇଛି ଯେ, ଶ୍ରେୟସଙ୍କ ବାମ ପଞ୍ଜରାର ତଳି ଭାଗ ଅଞ୍ଚଳରେ ଆଘାତ ଲାଗିଛି। ସ୍କାନରୁ ତାଙ୍କ ସ୍ପ୍ଲିନରେ କ୍ଷତ ହୋଇଥିବା ଜଣାପଡ଼ିଛି। ତାଙ୍କର ଚିକିତ୍ସା ଚାଲିଛି ଏବଂ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ସେ ଏବେ ରିକଭର କରୁଛନ୍ତି। ବିସିସିଆଇ ମେଡିକାଲ ଟିମ ସିଡ୍‌ନୀ ଓ ଭାରତର ସ୍ପେଶାଲିଷ୍ଟଙ୍କ ସହ ଯୋଗାଯୋଗରେ ଅଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ତୀକ୍ଷ୍ଣ ନଜର ରଖାଯାଇଛି। ଭାରତୀୟ ଟିମ୍‌ ଡକ୍ଟର ଶ୍ରେୟସଙ୍କ ସହ ସିଡ୍‌ନୀରେ ରହିବେ।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri