ବର୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଜାଣନ୍ତୁ କେମିତି ରହିବ ପାଗ

ଭୁବନେଶ୍ୱର, ୧୩ା୧୦ (ବନ୍ଦନା ସେଠୀ):ଆସନ୍ତା ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରୁ ଫେରିବା ପ୍ରକ୍ରିୟା ଆରମ୍ଭ କରିବ। ମୌସୁମୀ ଅପସାରଣ ପାଇଁ ପାଗ ଅନୁକୂଳ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ସମୟରେ ସାଧାରଣତଃ ବର୍ଷା ଅଧିକ ହୋଇଥାଏ। ମାତ୍ର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ବର୍ତ୍ତମାନର ସ୍ଥିତିରେ ରାଜ୍ୟରେ ସେଭଳି ବଡ଼ ବର୍ଷାର ସମ୍ଭାବନା ନାହିଁ। ତେବେ ଆଗାମୀ ଦୁଇଦିନ ରାଜ୍ୟର କିଛି ସ୍ଥାନରେ ଘଡଘଡି ସହ ହାଲୁକା ମଧ୍ୟମ ଧରଣର ବର୍ଷା ହେବ। ସୋମବାର ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରିରେ ଘଡ଼ଘଡ଼ି, ବିଜୁଳି ସହିତ ଝଡ଼ବର୍ଷା ହେବା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ପବନର ବେଗ ୩୦-୪୦ କି.ମି. ରହିବ। ସେହିପରି ମଙ୍ଗଳବାର ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଏବଂ ଗଞ୍ଜାମ ଜିଲାରେ ଝଡବର୍ଷା ନେଇ ସତର୍କ କରାଯାଇଛି।

 

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କ୍ରସ ଭୋଟିଂ କରିଥିବା ବିଜେଡି ବିଧାୟକମାନଙ୍କ ଉତ୍ତର: ଆକ୍ସନ ମୋଡରେ ନବୀନ

ଭୁବନେଶ୍ୱର,୨୧।୧: କ୍ରସ ଭୋଟିଂ କରିଥିବା ବିଜେଡି ବିଧାୟକମାନଙ୍କ ଉତ୍ତର ଉପରେ ପ୍ରତିକ୍ରିୟା ରଖିଲେ ବିଜେଡି ଶୃଙ୍ଖଳା କମିଟି ସଦସ୍ୟ ସାରଦା ଜେନା। ସେ କହିଛନ୍ତି, ଉତ୍ତର ସନ୍ତୋଷଜନକ…

ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଆଶ୍ୱସ୍ତି: ଆମେରିକାରୁ ଆସିଲା ବଡ଼ ଖବର

ଓ୍ବାଶିଂଟନ୍‌,୨୧।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରୁଥିବା ଖବର ସାମ୍ନାକୁ ଆସିଛି। ହଠାତ୍‌ ମତ…

ଗଛରେ ପିଟିହୋଇ ଓଲଟିଲା କାର୍‌: ଆଖିବୁଜିଦେଲେ ,ଶାଳା,ଭିଣୋଇ

ନନ୍ଦପୁର,୨୧ା୩(ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ଗୁରୁବାର ରାତିରେ ଏକ କାର୍‌ ରାସ୍ତା ପାର୍ଶ୍ୱ ଥିବା ଆମ୍ବଗଛକୁ…

ମା’ କନକ ଦୁର୍ଗାଙ୍କ ଚନ୍ଦ୍ରଘଣ୍ଟା ବେଶ: ଭକ୍ତଙ୍କ ଭିଡ଼

ଦେବଗଡ,୨୧।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ତୃତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶନିବାର ମା’ କନକ…

ବର୍ଷେ ହେଲା ପ୍ରେମିକାଙ୍କ ସହ ରଖୁଥିଲେ ଶାରିରୀକ ସମ୍ପର୍କ: ଗର୍ଭବତୀ ହେବାରୁ…

ନୀଳଗିରି,୨୧।୩(ପ୍ରଶାନ୍ତ ବିଶ୍ୱାଳ):ପ୍ରେମିକାଙ୍କୁ ଗର୍ଭବତୀ ପରେ ପ୍ରତାରଣା। ବିବାହର ମିଛ ପ୍ରତିଶ୍ରୁତି ଦେଇ ବର୍ଷେ ହେଲା ପ୍ରେମିକାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ପ୍ରେମିକା ଗର୍ଭବତୀ ହେବା ପରେ…

ଘରେ ପଶି ମହିଳାଙ୍କୁ ଗୁଳି ମାରିଲେ ମୁଖା ପିନ୍ଧା ଯୁବକ: ସ୍ବାମୀଙ୍କୁ ଲାତ ମାରି…

ଝାରସୁଗୁଡା,୨୧।୩(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ସରବାହାଲ ତଳିପଡାଠାରେ ଭଡା ରହୁଥିବା ଧୀରେନ୍ଦ୍ର ମହାରଣାଙ୍କ ଘରକୁ ଶୁକ୍ରବାର ରାତିରେ ଜଣେ ଯୁବକ ମୁଖା ପିନ୍ଧି ଏକ ବାଇକରେ…

ପ୍ଲାଷ୍ଟିକ ବ୍ୟବହାରକୁ ନା: ଦାରିଙ୍ଗବାଡିକୁ ସବୁଜ ସୁନ୍ଦର କରିବାକୁ ଅଣ୍ଟା ଭିଡ଼ିଲା ପ୍ରଶାସନ

ଦାରିଙ୍ଗବାଡ଼ି,୨୧।୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପ୍ରଶାସନ ପକ୍ଷରୁ ପ୍ଲାଷ୍ଟିକ ବ୍ୟବହାରକୁ ନା କହିବା ଓ ହୋଟେଲ ରେଷ୍ଟୁରାଣ୍ଟରେ ପ୍ଲାଷ୍ଟିକ ବଦଳରେ ଶିଆଳି ଖଲିପତ୍ର ବ୍ୟବହାର…

ବସରେ ଚାଲାଣ ହେଉଥିଲା ଦେଶୀ ମଦ: ରହସ୍ୟ ଖୋଲିଦେଲା ନାବାଳକଙ୍କ ବ୍ୟାଗ୍‌

ଉଦଳା,୨୧।୩(ସନ୍ତୋଷ କୁମାର ବାଛିନୀ): ଦାମିକା ବ୍ୟାଗ ଆଉ ବ୍ୟାଗ ଉପରେ ଚିହ୍ନିବା ପାଇଁ ଦିଆଯାଇଛି କୋର୍ଡ। ଆଉ ସେହି ବ୍ୟାଗ ଭିତରେ ରଖାଯାଇଛି ଦେଶୀ ମଦ। ତାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri