Posted inଜାତୀୟ

ବାତ୍ୟା ‘ଦାନା’କୁ ନେଇ ବଡ ଅପଡେଟ, ବଦଳିଯିବ ଗତିପଥ! ପଶ୍ଚିମବଙ୍ଗରେ ୧ଲକ୍ଷ ଲୋକଙ୍କୁ ନିଆଗଲା ସୁରକ୍ଷିତ ସ୍ଥାନ

କୋଲକାତା,୨୪।୧୦: ଘୂର୍ଣ୍ଣିବଳୟ ଦାନାର ବିପଦକୁ ଦୃଷ୍ଟିରେ ରଖି ଓଡ଼ିଶା ଏବଂ ପଶ୍ଚିମବଙ୍ଗ ସରକାର ବିଶେଷ ପ୍ରସ୍ତୁତି ଚଳାଇଛନ୍ତି। ଶୁକ୍ରବାର ପର୍ଯ୍ୟନ୍ତ ସ୍କୁଲ ଓ କଲେଜଗୁଡ଼ିକ ବନ୍ଦ ରହିଛି। ଟ୍ରେନ ଏବଂ ବିମାନ ସେବା ମଧ୍ୟ ବାତିଲ ହୋଇଛି ।
ପଶ୍ଚିମବଙ୍ଗ ସରକାର ଗୁରୁବାର ଘୋଷଣା କରିଛନ୍ତି ଯେ ଦାନାର ପ୍ରଭାବକୁ ଦେଖି ଏକ ଲକ୍ଷରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି ଏବଂ ଶୁକ୍ରବାର ସକାଳେ ସମ୍ଭାବ୍ୟ ଘୂର୍ଣ୍ଣିବଳୟକୁ ଦୃଷ୍ଟିରେ ରଖି ୮୦,୦୦୦ରୁ ଅଧିକ ଲୋକଙ୍କୁ ରିଲିଫ କ୍ୟାମ୍ପକୁ ସ୍ଥାନାନ୍ତର କରାଯାଇଛି। ସରକାରୀ ବିବୃତ୍ତିରେ କୁହାଯାଇଛି ଯେ ବାତ୍ୟା ଦାନାକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ଏପର୍ଯ୍ୟନ୍ତ ୧ ଲକ୍ଷ ୫୯ ହଜାର ୮୩୭ ଲୋକଙ୍କୁ ସ୍ଥାନାନ୍ତର କରିଛନ୍ତି ଏବଂ ୮୩,୫୩୭ ଲୋକଙ୍କୁ ରିଲିଫ କ୍ୟାମ୍ପକୁ ସ୍ଥାନାନ୍ତର କରିଛନ୍ତି।
ବାତ୍ୟା ଦାନା ବିଷୟରେ ଏକ ବଡ ଅପଡେଟ ଆସିଛି। ପାଣିପାଗ ବିଭାଗ ଅନୁଯାୟୀ, ଏହା ଗୁରୁବାର ମଧ୍ୟରାତ୍ରିରୁ ଶୁକ୍ରବାର ଭୋର ମଧ୍ୟରେ ଓଡ଼ିଶା ଉପକୂଳରେ ପହଞ୍ଚିପାରେ।
ବାତ୍ୟା ‘ଦାନା’ର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ସମେତ ଆଉ କିଛି ରାଜ୍ୟରେ ଏହାର ପ୍ରଭାବ ଦୃଶ୍ୟମାନ ହେଉଛି। ଅନେକ ସ୍ଥାନରେ ପ୍ରବଳ ପବନ ବହୁଛି ଏବଂ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେଉଛି। ଗୁରୁବାର ରାତିରୁ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ଏହା ଉପକୂଳକୁ ଛୁଇଁବାର ସମ୍ଭାବନା ଅଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ବିଶେଷଜ୍ଞଙ୍କ ମତରେ ‘ଦାନା’ର ଆଖି ନାହିଁ। ଏପଟେ ଏହା ଲ୍ୟାଣ୍ଡଫଲ କରିବାରେ ବିଳମ୍ବ ହେଉଥିବାରୁ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଏହା ମଧ୍ୟରାତିରେ ଲ୍ୟାଣ୍ଡଫଲ କରିବା ସହ ତାଣ୍ଡବ ରଚିପାରେ। ଲ୍ୟାଣ୍ଡଫଲ ବେଳେ ଏହା ସମାନ୍ୟ କର୍ଭ ହୋଇ ଯାଇଥିବାରୁ ଗତିପଥ ବଦଳାଇ ପାରେ ବୋଲି ଆଲୋଚନା କରାଯାଉଛି। ହେଲେ ଏହାକୁ ପାଣିପାଗ ବିଭାଗ ଖଣ୍ଡନ କରିଛି। ଲୋକେ ଏହାର ଗତିପଥକୁ ନେଇ ଭୟଭୀତ ନ ହେବା ସହ ଏହା ପ୍ରାୟତଃ ଓଡ଼ିଶା ଉପକୂଳରେ ସ୍ଥଳଭାଗ ଛୁଇଁବ କରିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

ଯୁଦ୍ଧ ରୋକିବା ପାଇଁ ଭାରତ ଉପରେ କାହିଁକି ନିର୍ଭର କରୁଛି ଇରାନ? ଜାଣନ୍ତୁ ୫ କାରଣ

ନୂଆଦିଲ୍ଲୀ,୨୬।୩: ଗତକାଲି ନୂଆଦିଲ୍ଲୀରେ ଦେଇଥିବା ବିବୃତ୍ତିରେ, ଇରାନ ରାଷ୍ଟ୍ରଦୂତ ମହମ୍ମଦ ଫଥାଲି ଇରାନ-ଇସ୍ରାଏଲ ବିବାଦରେ ଭାରତକୁ ଏକ ନିର୍ଭରଯୋଗ୍ୟ ମଧ୍ୟସ୍ଥି ଭାବରେ ବର୍ଣ୍ଣନା କରିଥିଲେ, ଯାହା ମଧ୍ୟପ୍ରାଚ୍ୟରେ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

ସାଇକେଲରେ ବିଦ୍ୟାଳୟ ଯାଉଥିଲେ ଦୁଇ ଛାତ୍ର, ପାଚେରିରେ ପିଟି ହୋଇ…

ମୋହନା,୨୬ା୩(ମନ୍ମଥ ମିଶ୍ର): ସାଇକେଲରେ ବିଦ୍ୟାଳୟକୁ ଯିବା ବେଳେ ପାଚେରିରେ ପିଟି ହୋଇ ଦୁଇ ଛାତ୍ର ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା…

କୋଲକାତାରେ ନିର୍ବାଚନ ପୂର୍ବରୁ ରକ୍ତପାତ! TMC କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା

କୋଲକାତା,୨୬।୩: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ନିର୍ବାଚନ ପୂର୍ବରୁ ହିଂସାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବୁଧବାର ବିଳମ୍ବିତ ରାତିରେ, ଫୁଲବାଗାନ ଅଞ୍ଚଳର ବାଘଜାତୀନରେ ତୃଣମୂଳ କଂଗ୍ରେସ…

ଏବେ ବିଶ୍ୱଯୁଦ୍ଧ ଥୟ! ଆମେରିକା ପରେ ଇରାନକୁ ଧମକ ଦେଲେ ୬ ଦେଶ, ଆଗକୁ…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବା ରିପୋର୍ଟ ମଧ୍ୟରେ, ସାଉଦି ଆରବ, କତାର, କୁୱେତ, ସଂଯୁକ୍ତ ଆରବ ଏମିରେଟ୍ସ, ବାହାରିନ ଏବଂ ଜୋର୍ଡାନ ମିଳିତ ଭାବରେ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri