Posted inଜାତୀୟ

ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପ୍‌ଡେଟ୍‌: ଖୁବ୍‌ଶୀଘ୍ର ସରକାରୀ ଚାକିରିଆଙ୍କୁ ମିଳିବ ଖୁସି ଖବର, ଜାଣନ୍ତୁ ପୂରା ତଥ୍ୟ…

ନୂଆଦିଲ୍ଲୀ,୩ା୮: ୧ କୋଟିରୁ ଅଧିକ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନ୍‌ସନ୍‌ଭୋଗୀ ଖୁବ୍‌ଶୀଘ୍ର ଖୁସି ଖବର ପାଇବାକୁ ଯାଉଛନ୍ତି। ରିପୋର୍ଟ ଅନୁଯାୟୀ, ଅର୍ଥ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ ରାଜ୍ୟସଭାରେ ଏକ ଲିଖିତ ଉତ୍ତରରେ କହିଛନ୍ତି ଯେ, ସରକାରଙ୍କୁ ବିଭିନ୍ନ ଅଂଶୀଦାରଙ୍କଠାରୁ ସୂଚନା ମିଳିଛି ଏବଂ ଉପଯୁକ୍ତ ସମୟରେ ସରକାରୀ ବିଜ୍ଞପ୍ତି ଘୋଷଣା କରାଯିବ।

ସେ ସୂଚନା ଦେଇଛନ୍ତି, ଅଷ୍ଟମ ବେତନ କମିଶନ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ତାଙ୍କର ସୁପାରିସ ଦାଖଲ କରିବ, ଯାହା ସମୟ ମଧ୍ୟରେ ଜଣାଇ ଦିଆଯିବ। କେନ୍ଦ୍ର ସରକାର ଜାନୁଆରୀ ୧୬ରେ ଅଷ୍ଟମ ବେତନ କମିଶନ ଘୋଷଣା କରିଥିଲେ। ବର୍ତ୍ତମାନ ୬ ମାସରୁ ଅଧିକ ସମୟ ବିତିଗଲାଣି କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ ନୂତନ ବେତନ କମିଶନର ଅଧ୍ୟକ୍ଷ ଏବଂ ସଦସ୍ୟଙ୍କ ନିଯୁକ୍ତି ସମ୍ପର୍କରେ କୌଣସି ସରକାରୀ ଘୋଷଣା କରାଯାଇ ନାହିଁ। ସପ୍ତମ ବେତନ କମିଶନର ୧୦ ବର୍ଷର କାର୍ଯ୍ୟକାଳ ୩୧ ଡିସେମ୍ବର ୨୦୨୫ରେ ଶେଷ ହେବାକୁ ଥିବା ବେଳେ ଏହି କମିଶନର କାର୍ଯ୍ୟକାଳ ୧ ଜାନୁଆରୀ ୨୦୨୬ରୁ ଆରମ୍ଭ ହେବାକୁ ଯାଉଛି।

ସାଧାରଣତଃ ସରକାର ପ୍ରତି ୧୦ ବର୍ଷରେ ଏକ ବେତନ କମିଶନ ଗଠନ କରି କର୍ମଚାରୀଙ୍କ ଦରମା ସମୀକ୍ଷା ଏବଂ ସଂଶୋଧନ କରନ୍ତି। ଏଠାରେ କେନ୍ଦ୍ର ୮ମ କେନ୍ଦ୍ରୀୟ ବେତନ କମିଶନ (CPC) ଗଠନ ଘୋଷଣା କରିବାର ୬ ମାସରୁ ଅଧିକ ସମୟ ବିତିଯାଇଛି, କିନ୍ତୁ ଏପର୍ଯ୍ୟନ୍ତ ଏହି ପ୍ରସଙ୍ଗର ସମାଧାନ ହୋଇନାହିଁ। ଏହା କାର୍ଯ୍ୟକାରୀ ହେବା ପରେ ଲକ୍ଷ ଲକ୍ଷ କର୍ମଚାରୀ ଏବଂ ପେନ୍‌ସନ୍‌ଭୋଗୀଙ୍କ ଦରମା, ପେନ୍‌ସନ୍‌ ଏବଂ ଭତ୍ତାରେ ଉନ୍ନତି ଆସିବ। ବର୍ତ୍ତମାନ ୧୦ ବର୍ଷର ଚକ୍ର ଅନୁଯାୟୀ, ୮ମ ବେତନ କମିଶନ ୨୦୨୪-୨୫ରେ କାର୍ଯ୍ୟକାରୀ ହେବାକୁ ଯାଉଛି। ଯାହା ଫଳରେ ସରକାରୀ ଚାକିରିଆମାନେ ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?