ବାତ୍ୟାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୮।୧୦: ବାତ୍ୟା ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଦେଲେ ବଡ଼ ସୂଚନା। ସେ କହିଛନ୍ତି, ମୁକାବିଲା ପାଇଁ ସରକାର ସବୁ ପ୍ରକାର ବ୍ୟବସ୍ଥା କରିଛନ୍ତି। ଜିରୋ କାଜୁଆଲିଟି ଲକ୍ଷ୍ୟରେ କାର୍ଯ୍ୟ କରାଯାଉଛି। ଦକ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇ ସାରିଛି। ବିଶେଷକରି ୮ଟି ଜିଲା ମଙ୍ଗଳବାର ଓ ବୁଧବାର ପ୍ରଭାବିତ ହେବ।ବର୍ତ୍ତମାନ ସୁଦ୍ଧା ୧୧ ହଜାର ୩୯୬ ଜଣଙ୍କୁ ସ୍ଥାନାନ୍ତର ସରିଛି। ୩୦ ହଜାର ୫୯୪ ଜଣଙ୍କୁ ସ୍ଥାନାନ୍ତର କରିବା ଲକ୍ଷ୍ୟ ରହିଛି। ଆବଶ୍ୟକ ପଡ଼ିଲେ ସେମାନଙ୍କୁ ସ୍ଥାନାନ୍ତର କରାଯିବ।୧୮୭୧ ଗର୍ଭବତୀ ମହିଳାଙ୍କୁ ମେଡିକାଲ ନିଆଯାଇଛି। ଆଉ ୮୨୨ ଗର୍ଭବତୀଙ୍କୁ ମଧ୍ୟ ସ୍ଥାନାନ୍ତର କରିବାକୁ ଲକ୍ଷ୍ୟ ରହିଛି। ଦକ୍ଷଣି ଓଡ଼ିଶା ଜିଲାର ପର୍ଯ୍ୟଟନସ୍ଥଳୀକୁ ବାରଣ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

୫ଦିନ ଝଡ଼ବର୍ଷା, କୁଆପଥର ମାଡ଼: ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୯ା୩(ଅନୁରାଧା ମହାରଣା):ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ…

‘ଏସ୍‌ଓପି’ ନ ମାନିଲେ ଦରମା ବନ୍ଦ: ସବୁ ବିଭାଗକୁ ତାଗିଦ୍‌, ଛଟେଇ ପ୍ରକ୍ରିୟା ଆରମ୍ଭ…

ଭୁବନେଶ୍ୱର,୧୯ା୩ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ପରାମର୍ଶଦାତାଙ୍କ ଛଟେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଅର୍ଥ ବିଭାଗ ପକ୍ଷରୁ ଫେବୃଆରୀ ୧୭ରେ ଏନେଇ ଏକ ଉଚ୍ଚସ୍ତରୀୟ…

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri