ବାତ୍ୟାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୮।୧୦: ବାତ୍ୟା ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଦେଲେ ବଡ଼ ସୂଚନା। ସେ କହିଛନ୍ତି, ମୁକାବିଲା ପାଇଁ ସରକାର ସବୁ ପ୍ରକାର ବ୍ୟବସ୍ଥା କରିଛନ୍ତି। ଜିରୋ କାଜୁଆଲିଟି ଲକ୍ଷ୍ୟରେ କାର୍ଯ୍ୟ କରାଯାଉଛି। ଦକ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇ ସାରିଛି। ବିଶେଷକରି ୮ଟି ଜିଲା ମଙ୍ଗଳବାର ଓ ବୁଧବାର ପ୍ରଭାବିତ ହେବ।ବର୍ତ୍ତମାନ ସୁଦ୍ଧା ୧୧ ହଜାର ୩୯୬ ଜଣଙ୍କୁ ସ୍ଥାନାନ୍ତର ସରିଛି। ୩୦ ହଜାର ୫୯୪ ଜଣଙ୍କୁ ସ୍ଥାନାନ୍ତର କରିବା ଲକ୍ଷ୍ୟ ରହିଛି। ଆବଶ୍ୟକ ପଡ଼ିଲେ ସେମାନଙ୍କୁ ସ୍ଥାନାନ୍ତର କରାଯିବ।୧୮୭୧ ଗର୍ଭବତୀ ମହିଳାଙ୍କୁ ମେଡିକାଲ ନିଆଯାଇଛି। ଆଉ ୮୨୨ ଗର୍ଭବତୀଙ୍କୁ ମଧ୍ୟ ସ୍ଥାନାନ୍ତର କରିବାକୁ ଲକ୍ଷ୍ୟ ରହିଛି। ଦକ୍ଷଣି ଓଡ଼ିଶା ଜିଲାର ପର୍ଯ୍ୟଟନସ୍ଥଳୀକୁ ବାରଣ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Dharitri – Odisha’s No.1 Odia Daily

Share