ବାତ୍ୟାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଆଜି ରାତି ସୁଦ୍ଧା ଲୋକଙ୍କୁ ସ୍ଥାନାନ୍ତର କରାଯିବ

ଭୁବନେଶ୍ୱର,୨୩ା୧୦(ଅନିଲ ଦାସ):ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ପୂରା ଦମ୍‌ରେ ପ୍ରସ୍ତୁତ ଚଳାଇଛନ୍ତି। ତୃଣମୂଳ ସ୍ତରରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ବାତ୍ୟା ଦ୍ୱାରା ପ୍ରଭାବିତ ହେବାକୁ ଥିବା ଅଞ୍ଚଳର ଲୋକଙ୍କୁ ବୁଧବାର ରାତି ସୁଦ୍ଧା ସ୍ଥାନାନ୍ତର କରାଯିବ। ଏନେଇ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ଏକ ଉଚ୍ଚସ୍ତରୀୟ ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି, ସମ୍ଭାବ୍ୟ ବାତ୍ୟା ଦ୍ୱାରା ପ୍ରଭାବିତ ହେବାକୁ ଥିବା ଜିଲାଗଡ଼ିକରେ ୨୫୦ ରିଲିଫ୍‌ କେନ୍ଦ୍ର ବ୍ୟବସ୍ଥା କରାଯାଇଛି। ସମସ୍ତ ରିଲିଫ୍‌ କେନ୍ଦ୍ରରେ ମହିଳା ପୋଲିସ ମୁତୟନ ରହିବେ। ଗର୍ଭବତୀ, ଶିଶୁ ଓ ବୟସ୍କଙ୍କୁ ଆଗୁଆ ସ୍ଥାନାନ୍ତର ପାଇଁ ପରାମର୍ଶ ଦିଆଯାଇଛି। ଅନୁଗୋଳ, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ଢେଙ୍କାନାଳ, ଗଞ୍ଜାମ, ମୟୂରଭଞ୍ଜ ଆଦି ୧୪ଟି ଜିଲାକୁ ସତର୍କ କରାଯିବା ସହ ବାତ୍ୟା ମୁକାବିଲା ପାଇଁ ଆବଶ୍ୟକ ପ୍ରସ୍ତୁତି ଓ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନ୍‌ଡିଆରଏଫ, ଓଡ୍ରାଫ ଓ ଅଗ୍ନିଶମ ସେବା ସସ୍ଥା ମୁତୟନ ପାଇଁ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି।
ସମ୍ବେଦନଶୀଳ ଜିଲାଗୁଡ଼ିକରେ ୫୧ଟି ଓଡ୍ରାଫ୍‌ ଟିମ୍‌ ମୁତୟନ କରାଯାଇଛି।

୧୭୮ଟି ଅଗ୍ନିଶମ ସେବା ଟିମ୍‌ ନିୟୋଜିତ ହୋଇଥିବା ବେଳେ ୪୦ଟି ଅଗ୍ନିଶମ ସେବା ଟିମ୍‌ ସମ୍ବେଦନଶୀଳ ସ୍ଥାନରେ ନିୟୋଜିତ ହୋଇଛନ୍ତି। ୨୦ଟି ଏନ୍‌ଡିଆରଏଫ ଟିମ୍‌ ମୁତୟନ କରାଯାଇଛି। ଆଶ୍ରୟସ୍ଥଳୀଗୁଡ଼ିକରେ ଖାଦ୍ୟ, ପାନୀୟ ଜଳ, ଆଲୋକ, ପରିମଳ ଓ ସ୍ବାସ୍ଥ୍ୟ ସୁବିଧା ଯୋଗାଇ ଦେବା ପାଇଁ ଆବଶ୍ୟକ ବ୍ୟବସ୍ଥା କରାଯାଇଛି। ବାତ୍ୟା ପରେ ରାସ୍ତା ଓ ଯାତାୟାତ ବ୍ୟବସ୍ଥାକୁ ସଫା କରିବା ପାଇଁ ଇଞ୍ଜିନିୟରିଂ ବିଭାଗ ପକ୍ଷରୁ ଆବଶ୍ୟକ ଆଗୁଆ ବ୍ୟବସ୍ଥା କରାଯାଇଛି।

ରିଲିଫ ଓ ଉଦ୍ଧାର କାର୍ଯ୍ୟରେ ବ୍ୟବହୃତ ହେବାକୁ ଥିବା ଗୋଟିଏ ହେଲିକପ୍ଟର ଯୋଗାଇ ଦେବାକୁ ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟକୁ ଅନୁରୋଧ କରାଯାଇଛି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ୧୪ ଜିଲାର ସ୍କୁଲ, କଲେଜ, ବିଶ୍ୱବିଦ୍ୟାଳୟ ଏବଂ ଅଙ୍ଗନଓ୍ବାଡି କେନ୍ଦ୍ର ଅକ୍ଟୋବର ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ସର୍ଚ୍ଚ ଆଣ୍ଡ ରେସ୍କ୍ୟୁ ଅପରେଶନର ସାମଗ୍ରିକ ତଦାରଖ ପାଇଁ ବରିଷ୍ଠ ଅଧିକାରୀମାନଙ୍କୁ ଜିଲାଗୁଡ଼ିକରେ ନିୟୋଜିତ କରାଯାଇଛି। ୬ ହଜାରରୁ ଊର୍ଦ୍ଧ୍ୱ ବହୁମୁଖୀ ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖାଯାଇଛି। ୩ ହଜାରରୁ ଊର୍ଦ୍ଧ୍ୱ ସମ୍ବେଦନଶୀଳ ସ୍ଥାନରୁ ଜନସାଧାରଣଙ୍କୁ ସ୍ଥାନାନ୍ତରିତ କରିବା ପାଇଁ ଚିହ୍ନଟ କରାଯାଇଛି। ଆବଶ୍ୟକସ୍ଥଳେ ପ୍ରାୟ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ ସ୍ଥାନାନ୍ତର କରାଯିବ। ୮ ହଜାରରୁ ଊର୍ଦ୍ଧ୍ୱ ଗର୍ଭବତୀଙ୍କୁ ନିରାପଦ ପ୍ରସବ ପାଇଁ ଡାକ୍ତରଖାନାକୁ ସ୍ଥାନାନ୍ତର କରିବା ଲାଗି ଚିହ୍ନଟ କରାଯାଇଛି। ୭୦୦ରୁ ଊର୍ଦ୍ଧ୍ୱ ବିିଦ୍ୟୁତ ଗ୍ୟାଙ୍ଗମ୍ୟାନମାନଙ୍କୁ ବାତ୍ୟା ପରବର୍ତ୍ତୀ ସମୟରେ ପୁନଃ ବିଦ୍ୟୁତ ସଂଯୋଗୀକରଣ କାର୍ଯ୍ୟରେ ନିୟୋଜିତ କରିବା ପାଇଁ ପ୍ରସ୍ତୁତ ରଖାଯାଇଛି। ବାତ୍ୟା ପରବର୍ତ୍ତୀ ସମୟରେ ଲୋକଙ୍କୁ ଯୋଗାଇ ଦେବା ପାଇଁ ୫ ହଜାର ପ୍ୟାକେଟ୍‌ରୁ ଊର୍ଦ୍ଧ୍ୱ ପଲିଥିନ୍‌ ମହଜୁଦ୍‌ ରଖାଯାଇଛି ବୋଲି ରାଜସ୍ବ ମନ୍ତ୍ରୀ କହିଛନ୍ତି। ଏହି ଅବସରେ ସ୍ବତନ୍ତ୍ର ରିଲିଫ୍‌ କମିଶନର ଦେଓରଞ୍ଜନ କୁମାର ସିଂହ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା କେତେ? ଭାଙ୍ଗିଲେ ଦଶନ୍ଧିର ଇତିହାସ

ମୁମ୍ବାଇ,୩୧।୧: ମହାରାଷ୍ଟ୍ରର ରାଜନୈତିକ ଦୃଶ୍ୟପଟ ଏକ ପରିବର୍ତ୍ତନ ଆଣିଛି। ପ୍ରଥମ ଥର ପାଇଁ, ରାଜ୍ୟ ଜଣେ ମହିଳା ଉପମୁଖ୍ୟମନ୍ତ୍ରୀଙ୍କୁ ପାଇଛି। ଅଜିତ ପାୱାରଙ୍କ ପଛରେ ଏକ ଦୃଢ଼…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

ଇତିହାସ ରଚିଲେ Sunetra Pawar, ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ମୁମ୍ବାଇ,୩୧।୧: ଶନିବାର ରାଜ୍ୟ ସଭା ଏମପି ପଦରୁ ଇସ୍ତଫା ଦେଇ ସ୍ବର୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ…

T20 World Cup 2026: ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ମିଳିଲା ଗୁଡନ୍ୟୁଜ!

ନୂଆଦିଲ୍ଲୀ,୩୧।୧: ୨୦୨୬ T20 World Cup ପୂର୍ବରୁ ଭାରତୀୟ ଦଳକୁ ଭଲ ଖବର ମିଳିଛି। ଆଘାତରୁ ଫେରି ଆସୁଥିବା ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ତିଲକ ବର୍ମାଙ୍କ ବିଷୟରେ ଏକ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

Budget 2026: ବଜେଟ ଭାଷଣରେ ଆସୁଥିବା କଷ୍ଟକର ଶବ୍ଦର ସରଳ ଅର୍ଥ ଜାଣନ୍ତିକି? ବୁଝନ୍ତୁ…

ନୂଆଦିଲ୍ଲୀ,୩୧।୧: ୧ ଫେବୃଆରୀ, ୨୦୨୬ ରେ ଉପସ୍ଥାପିତ ହେବାକୁ ଥିବା କେନ୍ଦ୍ରୀୟ Budget କେବଳ ଦେଶର ଅର୍ଥନୈତିକ ଦିଗ ନିର୍ଣ୍ଣୟ କରିବ ନାହିଁ ବରଂ ସାଧାରଣ ଲୋକଙ୍କ…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri