Posted inଖେଳ

ବିଶ୍ୱକପ୍‌ରେ ବଡ଼ ଓଲଟପାଲଟ: ପ୍ରଥମ ରାଉଣ୍ଡରୁ ବିଦା ହେଲା ୨ ଥର ବିଶ୍ୱ ଚାମ୍ପିଅନ୍‌ ଓ୍ବେଷ୍ଟଇଣ୍ଡିଜ୍‌

ହୋବାର୍ଟ,୨୧।୧୦: ଟି-୨୦ ବିଶ୍ୱକପର ୧୧ତମ ମ୍ୟାଚରେ ବଡ଼ ଓଲଟପାଲଟ ଦେଖିବାକୁ ମିଳିଛି। ହୋବାର୍ଟରେ ଖେଳାଯାଇଥିବା ଏକ  ମ୍ୟାଚରେ ୨ ଥରର ଚାମ୍ପିଅନ୍‌ ୱେଷ୍ଟଇଣ୍ଡିଜକୁ ୯ ଉଇକେଟ୍‌ରେ ପରାସ୍ତ କରିଛି ଆୟାରଲାଣ୍ଡ। ଏହା ସହ ଆୟାରଲାଣ୍ଡ ସୁପର-୧୨ରେ ପ୍ରବେଶ କରିଛି । ଦୁଇଥର ଚାମ୍ପିଅନ ୱେଷ୍ଟଇଣ୍ଡିଜ ପ୍ରଥମ ରାଉଣ୍ଡରେ ଟୁର୍ନାମେଣ୍ଟରୁ ବାଦ ପଡିଛି।
ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିବା ୱେଷ୍ଟଇଣ୍ଡିଜ ୨୦ ଓଭରରେ ୫ ଉଇକେଟ୍‌ ହରାଇ ୧୪୬ ରନ୍‌ ସ୍କୋର କରିଥିଲା। ଏହାର ଜବାବରେ ଆୟାରଲାଣ୍ଡ ଦଳ ୧୭.୩ ଓଭରରେ ଗୋଟିଏ ଉଇକେଟ ହରାଇ ୧୫୦ ରନ୍‌ ସ୍କୋର କରି ମ୍ୟାଚ ଜିତିଥିଲା। ଦଳ ପାଇଁ ବିସ୍ଫୋରକ ବ୍ୟାଟ୍ସମ୍ୟାନ ପଲ ଷ୍ଟିରଲିଂ ୪୮ ବଲରୁ ଅପରାଜିତ ୬୬ ରନ କରିଥିଲେ। ୩୫ ବଲରୁ ୪୫ ରନ୍‌ରେ ଲୋରକାନ ଟକର୍‌ ଅପରାଜିତ ରହିଥିଲେ। କ୍ୟାପଟେନ ଆଣ୍ଡ୍ରିୟୁ ବାଲବର୍ନି ୨୩ ବଲରୁ ୩୭ ରନ ସଂଗ୍ରହ କରିଥିଲେ। ଆୟାଲାଣ୍ଡର ବିଜୟର ପ୍ରକୃତ ହିରୋ ସ୍ପିନର ଗାରେଥ ଡେଲି ଥିଲେ। ସେ ଚାରି ଓଭରରେ ୧୬ ରନ ଦେଇ ୩ଟି ଉଇକେଟ ନେଇଥିଲେ।
ଆଇସିସି ର଼୍ୟାଙ୍କିଙ୍ଗରେ ଆୟାରଲାଣ୍ଡ ଦ୍ୱାଦଶ ସ୍ଥାନରେ ରହିଛି। ଏଥି ସହିତ ୱେଷ୍ଟଇଣ୍ଡିଜ ଦଳ ସପ୍ତମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତଳ ଭଣ୍ଡାରରେ ଭାୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri