Posted inଖେଳ

ଭାରତର କ୍ଲିନ୍‌ସୁଇପ୍‌ ପରେ ଡବ୍ଲୁଟିସି ପଏଣ୍ଟ ଟେବୁଲ୍‌ରେ ବଡ଼ ଓଲଟପାଲଟ

କାନପୁର,୧।୧୦: କାନପୁରରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ଭାରତ ବାଂଲାଦେଶକୁ ୭ ଉଇକେଟରେ ପରାସ୍ତ କରି ସିରିଜକୁ ୨-୦ରେ ହାତେଇଛି। ଏହାପୂର୍ବରୁ ଟିମ ଇଣ୍ଡିଆ ଚେନ୍ନାଇରେ ୨୮୦ ରନ୍‌ରେ ବାଂଲାଦେଶକୁ ପରାସ୍ତ କରିଥିଲା। ଏହି ବିଜୟ ସହିତ ଭାରତୀୟ ଦଳ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ପଏଣ୍ଟ ଟେବୁଲରେ ନିଜର ସ୍ଥିତିକୁ ମଜଭୁତ କରିଛି। ବାଂଲାଦେଶ ସପ୍ତମ ସ୍ଥାନକୁ ଖସି ଆସିଛି।

ବାଂଲାଦେଶ ବିପକ୍ଷରେ କ୍ଲିନ ସୁଇପ ପରେ ଭାରତୀୟ ଦଳ ଶୀର୍ଷରେ ରହିଛି। ୧୧ଟି ମ୍ୟାଚରେ ୮ଟି ବିଜୟ ସହିତ ଭାରତର ପଏଣ୍ଟ ପ୍ରତିଶତ ବର୍ତ୍ତମାନ ୭୪.୨୪ ରହିଛି। ବର୍ତ୍ତମାନ ରୋହିତ ଶର୍ମାଙ୍କ ସେନାକୁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ରପ୍‌ର ଫାଇନାଲରେ ପ୍ରବେଶ କରିବାକୁ ୮ଟି ମ୍ୟାଚ ମଧ୍ୟରୁ ଚାରିଟି ଜିତିବାକୁ ପଡ଼ିବ। ବର୍ତ୍ତମାନ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ଭାରତ ନ୍ୟୁଜିଲାଣ୍ଡକୁ ଭେଟିବାକୁ ଥିବାବେଳେ ଚଳିତ ବର୍ଷ ଶେଷରେ ବର୍ଡର-ଗାଭାସ୍କର ଟ୍ରଫି ପାଇଁ ଦଳ ଅଷ୍ଟ୍ରେଲିଆ ଗସ୍ତ କରିବ।

ଭାରତକୁ ପରାସ୍ତ କରିବା ପରେ ବାଂଲାଦେଶ ଦଳ ପଏଣ୍ଟ ଟେବୁଲରେ ସପ୍ତମ ସ୍ଥାନକୁ ଖସି ଆସିଛି। ବାଂଲାଦେଶର ମାର୍କ ପ୍ରତିଶତ ୩୪.୩୮ ହୋଇଛି। ଏହାପୂର୍ବରୁ ଦଳ ୩୩ ପଏଣ୍ଟ ସହ ପଞ୍ଚମ ସ୍ଥାନରେ ରହିଥିଲା। ନିକଟରେ ବାଂଲାଦେଶ ଦଳ ପାକିସ୍ତାନ ବିପକ୍ଷ ଦୁଇ ଟେଷ୍ଟ ସିରିଜକୁ ୨-୦ରେ ଜିତିଥିଲା। କିନ୍ତୁ ବର୍ତ୍ତମାନ ବାଂଲାଦେଶକୁ ଭାରତ ବିପକ୍ଷରେ ପରାଜୟର ସାମ୍ନା କରିବାକୁ ପଡିଛି।

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ ପ୍ରବେଶ କରିବାର ପାକିସ୍ତାନ ଦଳର ସ୍ବପ୍ନ ପ୍ରାୟ ଶେଷ ହୋଇଯାଇଛି। ପାକିସ୍ତାନ ୭ଟି ମ୍ୟାଚ ମଧ୍ୟରୁ ୫ଟିରେ ଜିତିଛନ୍ତି। ଦଳର ୧୯.୦୫ ପଏଣ୍ଟ ପ୍ରତିଶତ ସହିତ ଅଷ୍ଟମ ସ୍ଥାନରେ ରହିଛି। ଦ୍ୱିତୀୟ ସ୍ଥାନରେ ଅଷ୍ଟ୍ରେଲିଆ ଅଛି, ଯିଏ ୮ଟି ମ୍ୟାଚ ଜିତିଛନ୍ତି। ତାଙ୍କର ମାର୍କ ପ୍ରତିଶତ ହେଉଛି ୬୨.୫୦। ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ନ୍ୟୁଜିଲାଣ୍ଡକୁ ୨-୦ରେ ପରାସ୍ତ କରିବା ପରେ ଶ୍ରୀଲଙ୍କା ୫୫.୫୬ ପଏଣ୍ଟ ସହ ପଏଣ୍ଟ ଟେବୁଲରେ ତୃତୀୟ ସ୍ଥାନରେ ପହଞ୍ଚିଛି। ଇଂଲଣ୍ଡ ଚତୁର୍ଥ ସ୍ଥାନରେ, ଦକ୍ଷିଣ ଆଫ୍ରିକା ପଞ୍ଚମ ସ୍ଥାନରେ, ନ୍ୟୁଜିଲାଣ୍ଡ ଷଷ୍ଠ ସ୍ଥାନରେ ଏବଂ ୱେଷ୍ଟଇଣ୍ଡିଜ ନବମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri