Posted inଖେଳ

ଭାରତର କ୍ଲିନ୍‌ସୁଇପ୍‌ ପରେ ଡବ୍ଲୁଟିସି ପଏଣ୍ଟ ଟେବୁଲ୍‌ରେ ବଡ଼ ଓଲଟପାଲଟ

କାନପୁର,୧।୧୦: କାନପୁରରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ଭାରତ ବାଂଲାଦେଶକୁ ୭ ଉଇକେଟରେ ପରାସ୍ତ କରି ସିରିଜକୁ ୨-୦ରେ ହାତେଇଛି। ଏହାପୂର୍ବରୁ ଟିମ ଇଣ୍ଡିଆ ଚେନ୍ନାଇରେ ୨୮୦ ରନ୍‌ରେ ବାଂଲାଦେଶକୁ ପରାସ୍ତ କରିଥିଲା। ଏହି ବିଜୟ ସହିତ ଭାରତୀୟ ଦଳ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ପଏଣ୍ଟ ଟେବୁଲରେ ନିଜର ସ୍ଥିତିକୁ ମଜଭୁତ କରିଛି। ବାଂଲାଦେଶ ସପ୍ତମ ସ୍ଥାନକୁ ଖସି ଆସିଛି।

ବାଂଲାଦେଶ ବିପକ୍ଷରେ କ୍ଲିନ ସୁଇପ ପରେ ଭାରତୀୟ ଦଳ ଶୀର୍ଷରେ ରହିଛି। ୧୧ଟି ମ୍ୟାଚରେ ୮ଟି ବିଜୟ ସହିତ ଭାରତର ପଏଣ୍ଟ ପ୍ରତିଶତ ବର୍ତ୍ତମାନ ୭୪.୨୪ ରହିଛି। ବର୍ତ୍ତମାନ ରୋହିତ ଶର୍ମାଙ୍କ ସେନାକୁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ରପ୍‌ର ଫାଇନାଲରେ ପ୍ରବେଶ କରିବାକୁ ୮ଟି ମ୍ୟାଚ ମଧ୍ୟରୁ ଚାରିଟି ଜିତିବାକୁ ପଡ଼ିବ। ବର୍ତ୍ତମାନ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ଭାରତ ନ୍ୟୁଜିଲାଣ୍ଡକୁ ଭେଟିବାକୁ ଥିବାବେଳେ ଚଳିତ ବର୍ଷ ଶେଷରେ ବର୍ଡର-ଗାଭାସ୍କର ଟ୍ରଫି ପାଇଁ ଦଳ ଅଷ୍ଟ୍ରେଲିଆ ଗସ୍ତ କରିବ।

ଭାରତକୁ ପରାସ୍ତ କରିବା ପରେ ବାଂଲାଦେଶ ଦଳ ପଏଣ୍ଟ ଟେବୁଲରେ ସପ୍ତମ ସ୍ଥାନକୁ ଖସି ଆସିଛି। ବାଂଲାଦେଶର ମାର୍କ ପ୍ରତିଶତ ୩୪.୩୮ ହୋଇଛି। ଏହାପୂର୍ବରୁ ଦଳ ୩୩ ପଏଣ୍ଟ ସହ ପଞ୍ଚମ ସ୍ଥାନରେ ରହିଥିଲା। ନିକଟରେ ବାଂଲାଦେଶ ଦଳ ପାକିସ୍ତାନ ବିପକ୍ଷ ଦୁଇ ଟେଷ୍ଟ ସିରିଜକୁ ୨-୦ରେ ଜିତିଥିଲା। କିନ୍ତୁ ବର୍ତ୍ତମାନ ବାଂଲାଦେଶକୁ ଭାରତ ବିପକ୍ଷରେ ପରାଜୟର ସାମ୍ନା କରିବାକୁ ପଡିଛି।

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ ପ୍ରବେଶ କରିବାର ପାକିସ୍ତାନ ଦଳର ସ୍ବପ୍ନ ପ୍ରାୟ ଶେଷ ହୋଇଯାଇଛି। ପାକିସ୍ତାନ ୭ଟି ମ୍ୟାଚ ମଧ୍ୟରୁ ୫ଟିରେ ଜିତିଛନ୍ତି। ଦଳର ୧୯.୦୫ ପଏଣ୍ଟ ପ୍ରତିଶତ ସହିତ ଅଷ୍ଟମ ସ୍ଥାନରେ ରହିଛି। ଦ୍ୱିତୀୟ ସ୍ଥାନରେ ଅଷ୍ଟ୍ରେଲିଆ ଅଛି, ଯିଏ ୮ଟି ମ୍ୟାଚ ଜିତିଛନ୍ତି। ତାଙ୍କର ମାର୍କ ପ୍ରତିଶତ ହେଉଛି ୬୨.୫୦। ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ନ୍ୟୁଜିଲାଣ୍ଡକୁ ୨-୦ରେ ପରାସ୍ତ କରିବା ପରେ ଶ୍ରୀଲଙ୍କା ୫୫.୫୬ ପଏଣ୍ଟ ସହ ପଏଣ୍ଟ ଟେବୁଲରେ ତୃତୀୟ ସ୍ଥାନରେ ପହଞ୍ଚିଛି। ଇଂଲଣ୍ଡ ଚତୁର୍ଥ ସ୍ଥାନରେ, ଦକ୍ଷିଣ ଆଫ୍ରିକା ପଞ୍ଚମ ସ୍ଥାନରେ, ନ୍ୟୁଜିଲାଣ୍ଡ ଷଷ୍ଠ ସ୍ଥାନରେ ଏବଂ ୱେଷ୍ଟଇଣ୍ଡିଜ ନବମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri