Posted inଖେଳ

ଶତକ ମ୍ୟାଚରେ ଭାରତର ବୃହତ୍‌ ବିଜୟ

ରାଉରକେଲା ଅଫିସ/ଭୁବନେଶ୍ୱର,(କ୍ରୀଡ଼ା ପ୍ରତିନିଧି), ୨୮।୧: ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ଗୁରୁବାର ଅନୁଷ୍ଠିତ ହକି ବିଶ୍ୱକପ୍‌ର ଏକ କ୍ଲାସିଫିକେଶନ ମ୍ୟାଚରେ ଭାରତ ୮-୦ ଗୋଲରେ ଜାପାନକୁ ପରାସ୍ତ କରିଛି। ଭାରତର ଏହାଥିଲା ୧୦୦ତମ ବିଶ୍ୱକପ୍‌ ମ୍ୟାଚ। ବିଶ୍ୱକପ୍‌ରେ ଭାରତର ଏହା ସର୍ବବୃହତ୍‌ ବିଜୟ ଥିଲା। ୧୯୭୫ରେ ଘାନା ବିପକ୍ଷରେ ଭାରତ ୭-୦ ଗୋଲରେ ବିଜୟୀ ହୋଇଥିଲା। ମାତ୍ର ୧୦୦ତମ ମ୍ୟାଚ ଏବଂ ବିଶ୍ୱକପ୍‌ରେ ଭାରତର ସର୍ବବୃହତ୍‌ ବିଜୟ ସହ ବିର୍ସା ମୁଣ୍ଡା ଷ୍ଟାଡିୟମ ନାମ ଯୋଡ଼ି ହୋଇଯାଇଛି। ବିର୍ସା ମୁୁଣ୍ଡା ଷ୍ଟାଡିୟମରେ ୨୦,୦୦୦ରୁ ଊର୍ଦ୍ଧ୍ୱ ଦର୍ଶକଙ୍କ ସମ୍ମୁଖରେ ଭାରତ ଉତ୍ସାହୀ ପ୍ରଦର୍ଶନ କରିଥିଲା। ପ୍ରଥମାର୍ଦ୍ଧ ଗୋଲଶୂନ୍ୟ ରହିଥିଲେ ହେଁ ଏସିଆନ ଗେମ୍ସ ଚାମ୍ପିିୟନ ଜାପାନ ବିପକ୍ଷରେ ଦ୍ୱିିତୀୟାର୍ଦ୍ଧରେ ଭାରି ପଡ଼ିଥିଲା ଘରୋଇ ଦଳ। ଭାରତ ପକ୍ଷରୁ ଅଭିଷେକ ୩୬ ଓ ୪୪ତମ ମିନିଟରେ ୨ଟି ଫିଲ୍ଡ ଗୋଲ ଏବଂ ହରମନପ୍ରୀତ ସିଂ ୪୬ ଓ ୫୯ତମ ମିନିଟରେ ପେନାଲ୍ଟି କର୍ନରରୁ ୨ଟି ଗୋଲ ଦେଇଥିଲେ। ଏହା ବ୍ୟତୀତ ମନଦୀପ ସିଂ ୩୩, ବିବେକ ସାଗର ପ୍ରସାଦ ୪୦, ମନପ୍ରୀତ ସିଂ ୫୯ ଓ ସୁଖଜିତ ସିଂ ୬୦ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ପ୍ରତିଯୋଗିତାର ୯ରୁ ୧୨ତମ ସ୍ଥାନ ପାଇଁ କ୍ଲାସିଫିିକେଶନ ମ୍ୟାଚରେ ଭାରତ ଶନିବାର ଦକ୍ଷିଣ ଆଫ୍ରିକାକୁ ଭେଟିବ। ଗୁରୁବାର ଅନୁଷ୍ଠିତ ଅନ୍ୟ ଏକ କ୍ଲାସିଫିକେଶନ ମ୍ୟାଚରେ ଦକ୍ଷିଣ ଆଫ୍ରିକା ୬-୩ ଗୋଲରେ ମାଲେସିଆକୁ ହରାଇ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri