Posted inଖେଳ

ରାମେଶ୍ୱର ସ୍ପୋର୍ଟିଂର ବୃହତ୍‌ ବିଜୟ

ଭୁବନେଶ୍ୱର, ୨୭।୩(କ୍ରୀଡ଼ା ପ୍ରତିନିଧି): ରାମେଶ୍ୱର ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ୧୫ ବର୍ଷରୁ କମ୍‌ କମଳା ପରିଡ଼ା ସ୍ମାରକୀ (୫ମ ରାମେଶ୍ୱର କପ୍‌) କ୍ରିକେଟ ଟୁର୍ନାମେଣ୍ଟ ରବିବାର ଆରମ୍ଭ ହୋଇଛି। ଏହାର ପ୍ରଥମ ମ୍ୟାଚ୍‌ରେ ଅଧିନାୟକ ଶୁଭାଶିଷ ମଲିକଙ୍କ ବିସ୍ଫୋରକ ଶତକ ସହାୟତାରେ ଆୟୋଜକ ରାମେଶ୍ୱର ସ୍ପୋର୍ଟିଂ ୨୦୫ ରନ୍‌ର ବୃହତ୍‌ ବ୍ୟବଧାନରେ ସହିଦ ସ୍ପୋର୍ଟିଂକୁ ପରାସ୍ତ କରିଛି।

ସହିଦ ସ୍ପୋର୍ଟିଂ ଟସ୍‌ ଜିତି ରାମେଶ୍ୱରକୁ ବ୍ୟାଟିଂ ଆମନ୍ତ୍ରଣ କରିଥିଲା। ରାମେଶ୍ୱର ସ୍ପୋର୍ଟିଂ ନିର୍ଦ୍ଧାରିତ ୩୫ ଓଭରରେ ୩ ଉଇକେଟ ହରାଇ ୩୧୮ ରନ୍‌ କରିଥିଲା। ଦଳ ପକ୍ଷରୁ ଶିଭାଶିଷ ୧୦୬ଟି ବଲ୍‌ର ସମ୍ମୁଖୀନ ହୋଇ ୨୨ ଚୌକା ଓ ୭ ଛକା ସହାୟତାରେ ସର୍ବାଧିକ ୧୧୬ ରନ୍‌ କରିଥିଲେ। ତୀର୍ଥଙ୍କର ସାହୁ ୪୧ ଓ ସ୍ନେହାଶିଷ ଚୌଧାରୀ ୩୫ ରନ୍‌ କରିଥିଲେ। ବିପକ୍ଷ ଦଳର ଓମ୍‌ ପି. ନାୟକ ୩୬ ରନ୍‌ ଦେଇ ଗୋଟିଏ ଉଇକେଟ ନେଇଥିଲେ। ଜବାବରେ ସହିଦ ସ୍ପୋର୍ଟିଂ ୩୫ ଓଭରରେ ୫ ଉଇକେଟ ହରାଇ ମାତ୍ର ୧୧୩ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ମହେଶ ପରିଡ଼ା ସର୍ବାଧିକ ୨୫ ରନ୍‌ କରିଥିଲେ।

ବିଜୟୀ ଦଳର ସୋହମ୍‌ ପଟ୍ଟନାୟକ ଓ ଜଗଦୀଶ ମହାପାତ୍ର ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ଶୁଭାଶିଷଙ୍କୁ ରଣ୍‌ଜୀ ଖେଳାଳି ରାଜେଶ ମହାନ୍ତି ଓ ପରେଶ ପଟେଲ ପୁରସ୍କୃତ କରିଥିଲେ। ବିଧାୟକ ସୁରେଶ କୁମାର ରାଉତରାୟ, କର୍ପୋରେଟର ଚନ୍ଦ୍ରଶେଖର ମଲିଆ, ଭୁବନେଶ୍ୱର ଆଥ୍‌ଲେଟିକ୍‌ ଆସୋସିଏଶନ ସମ୍ପାଦକ ସୌର୍ଯ୍ୟରଞ୍ଜନ ପରିଜା, ଉପସଭାପତି ରାଧାନାଥ ମହାପାତ୍ର ପ୍ରମୁଖ ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri