ପ୍ରଶଂସକଙ୍କୁ ଝଟ୍‌କା: ବିଗ୍‌ବସ-୧୪ ସ୍ଥଗିତ

ମୁମ୍ବାଇ: ଲୋକପ୍ରିୟ ରିୟଲିଟି ଶୋ’ ବିଗ୍‌ବସର ପ୍ରଶଂସକଙ୍କୁ ବଡ଼ ଝଟ୍‌କା। ଚଳିତ ବର୍ଷ ଶେଷ ସୁଦ୍ଧା ବିଗ୍‌ବସ ସିଜିନ ୧୪ ଦର୍ଶକଙ୍କୁ ମନୋରଞ୍ଜନ କରିବାକୁ ଆସିବ ବୋଲି ଅନୁମାନ କରାଯାଉଥିଲା। ନିକଟରେ ଲଗାତର ଭାବେ ଏହି ଶୋ’ର ଟିଜର ଓ ପ୍ରୋମୋ ମଧ୍ୟ ପ୍ରସାରିତ ହୋଇଥିଲା। କିନ୍ତୁ ବର୍ତ୍ତମାନ ଖବର ଆସିଛି ଯେ, ଏହି ଶୋ’ର ପ୍ରସାରଣକୁ ଏବେ ସ୍ଥଗିତ ରଖାଯାଇଛି। ପୂର୍ବରୁ ଚଳିତ ବର୍ଷ ସେପ୍ଟେମ୍ବର ଶେଷ ସୁଦ୍ଧା ବିଗ୍‌ବସ ଆରମ୍ଭ ହେବ ବୋଲି ଚର୍ଚ୍ଚା ହେଉଥିଲା। ହେଲେ ଏବେ ଏହାର ପ୍ରସାରଣକୁ ଅକ୍ଟୋବରକୁ ଘୁଞ୍ଚାଇ ଦିଆଯାଇଛି। କାରଣ ଗତ ସପ୍ତାହରୁ ମୁମ୍ବାଇରେ ଲଗାତର ଭାବେ ପ୍ରବଳ ବର୍ଷା ଜାରି ରହିଛି। ଏଥିଯୋଗୁ ଶୁଟିଂ ସେଟ୍‌ରେ ମରାମତି କାର୍ଯ୍ୟ ନଷ୍ଟ ହୋଇଥିବା ବେଳେ ବର୍ଷା ଯୋଗୁ ଏହାର ପୁନଃ ମରାମତି କାର୍ଯ୍ୟ ବିଳମ୍ବ ହେଉଛି। ଫଳରେ ଏହି ଶୋ’କୁ ବିଳମ୍ବଳରେ ପ୍ରସାରଣ କରିବାକୁ ଚ୍ୟାନେଲ ଓ ପ୍ରଯୋଜକ ନିଷ୍ପତ୍ତି ନେଇଥିବା ସୂଚନା ରହିଛି। ପ୍ରତିଯୋଗୀଙ୍କ ପାଇଁ ଏହି ସେଟ୍‌ ଏବେ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇପାରିନାହିଁ। ଶୁଟିଂ ସେଟରେ ସମସ୍ତ ସତର୍କତା ଅବଲମ୍ବନ କରାଯାଉଥିବା ବେଳେ ଅକ୍ଟୋବର ୪ରୁ ଏହି ଶୋ’କୁ ଲାଇଭ୍‌ ଟେଲିକାଷ୍ଟ କରିବା ପାଇଁ ଯୋଜନା କରାଯାଉଛି ବୋଲି ଜଣାପଡ଼ିଛି। ତେବେ ବର୍ତ୍ତମାନ ଏହାର ପ୍ରିମିୟରକୁ ନେଇ ସନ୍ଦେହ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

ଜିରୋ ନାଇଟ ପାଇଁ ଚେତାବନୀ ଦେଲେ ଟ୍ବିନ୍‌ ସିଟି ପୋଲିସ କମିଶନର, କହିଲେ ରାତି ୧୨ଟା ପରେ…

ନୂଆଦିଲ୍ଲୀ,୨୯।୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ କିଛି ଦିନ ବାକି ରହିଥିବା ବେଳେ ସବୁ ସ୍ଥାନରେ ଜିରୋ ନାଇଟ ପାଇଁ ପ୍ରସ୍ତୁତି...

ଜାନୁଆରୀ ୧୧ ସୁଦ୍ଧା ଏହି ୩ ରାଶିର ହେବାକୁ ଯାଉଛି ବଡ଼ ପରିବର୍ତ୍ତନ, ଗ୍ରହଙ୍କ ରାଜା ‘ସୂର୍ଯ୍ୟ’ କଲେ ନକ୍ଷତ୍ର ଗୋଚର

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ, ଯାହାକୁ ସୂର୍ଯ୍ୟ ଦେବତା ଏବଂ ଗ୍ରହମାନଙ୍କର ରାଜା ଉଭୟ ଭାବରେ ବିବେଚନା କରାଯାଏ, ୨୦୨୫ରେ ତାଙ୍କର ଶେଷ ଗୋଚର ସମାପ୍ତ କରିଛି।...

କାହା ପାଇଁ ପ୍ରଭାତ ପିନ୍ଧୁଛନ୍ତି ଲାଲ ପୋଷାକ, କିଏ ସଜାଇ ଛନ୍ତି ତାଙ୍କୁ ନାଲି ବାବା, ସବୁ ଗୁମର ଖୋଲିଦେଲେ…

ଭୁବନେଶ୍ୱର,୨୯।୧୨: ଦେବାଶିଷ ସାମନ୍ତରାୟଙ୍କ ଆକ୍ଷେପ ଉପରେ କଡ଼ା ଜବାବ ରଖିଲେ ପ୍ରଭାତ ବିଶ୍ୱାଳ। ପ୍ରଭାତ କହିଛନ୍ତି, ମୁଁ କେଉଁଭଳିଆ ନେତା କଟକବାସୀ ଜାଣନ୍ତି। ଦେବାଶିଷଙ୍କ ନାଲି...

ତପ୍ତପାଣି ଘାଟିରେ ଦୁର୍ଘଟଣା: କାର ଉପରେ ଓଲଟି ପଡ଼ିଲା କାଜୁ ବୋଝେଇ ଟ୍ରକ୍, ତାପରେ…

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ଖେମୁଣ୍ଡିଖୋଲ ଗାଁ ନିକଟ ମୁଖ୍ୟରାସ୍ତାରେ ସଡ଼କ ଦୁର୍ଘଟଣା ହୋଇଛି । ସୋମବାର ମଧ୍ୟାହ୍ନ ପ୍ରାୟ ୧...

ବରୁଣେଶ୍ୱର ମକର ମେଳା: ୫ରୁ ମିଳିବ ବ୍ୟବସାୟୀଙ୍କୁ ଷ୍ଟଲ ରସିଦ

ବିଞ୍ଝାରପୁର,୨୮ା୧୨(ରାମକୃଷ୍ଣ ଦାସ): ଆସନ୍ତା ଜାନୁଆରୀ ୧୪ ମକର ସଂକ୍ରାନ୍ତିଠାରୁ ବିଞ୍ଝାରପୁର ବ୍ଲକ୍‌ ଅଧୀନ ଅରେଇ ପଞ୍ଚାୟତର ବରୁଣେଶ୍ୱର ମକର ମେଳା ପଡ଼ିଆରେ ରାଜ୍ୟସ୍ତରୀୟ ମେଳା ଅନୁଷ୍ଠିତ...

୨୦୨୬ରେ ଆସୁଛି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ଖୁସିଖବର: ଟିମ ଇଣ୍ଡିଆରେ…

ନୂଆଦିଲ୍ଲୀ,୨୯।୧୨: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆର ପ୍ରଭାବଶାଳୀ ପ୍ରଦର୍ଶନ ଜାରି ରହିଛି। ସୂର୍ଯ୍ୟକୁମାର ଯାଦବ ଅଧିନାୟକତ୍ୱ ଗ୍ରହଣ କରିବା ପରଠାରୁ, ଭାରତୀୟ ଦଳ ଏହି ଫର୍ମାଟରେ...

ନକଲି ବିଦେଶୀ ମଦ କାରାଖାନା ଠାବ, ନାମୀଦାମୀ କମ୍ପାନୀର ନକଲି ମଦ ଜବତ

କୋଟପାଡ଼ (ରାଜଶେଖର ),୨୯ା୧୨: କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳରୁ ବିପୁଳ ପରିମାଣରେ ନକଲି ମଦ ଜବତ ହୋଇଛି । ରବିବାର ରାତିରେ ଅବକାରୀ ବିଭାଗ କର୍ମଚାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri