ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଉର୍ବଶୀ ଡୋଲକିଆ

ମୁମ୍ବାଇ: ଛୋଟ ପରଦାର ଫେମଶ ଅମିନେତ୍ରୀଙ୍କ କଥା ଯଦି ଆଲୋଚନା କରାଯାଏ ତେବେ ଉର୍ବଶୀ ଢୋଲକିଆଙ୍କ ନାମ ନିଶ୍ଚିତ ଭାବେ ଆସିବ । ଏବେ ଉର୍ବଶୀଙ୍କୁ ନେଇ ଏକ ବଡ ଖବର ଆସିଛି । ସୂଚନା ଅନୁଯାୟୀ, ମୁମ୍ବାଇରେ ଉର୍ବଶୀଙ୍କ କାର ଦୁର୍ଘଟଣାର ଶିକାର ହୋଇଛି । ହେଲେ ଏଥିରେ ଉର୍ବଶୀଙ୍କର ସେମିତି କିଛି କ୍ଷତି ହୋଇନାହିଁ । ସୂଚନାଯୋଗ୍ୟ, ଉର୍ବଶୀ ଡୋଲକିଆ ସୁପରଷ୍ଟାର ସଲମାନ ଖାଁଙ୍କ ଶୋ’ ବିଗବସ ୬ର ୱିନର ହୋଇଥିଲେ ।
ସମାଚାର ଏଜେନ୍ସି ଏଏନଆଇର ରିପୋର୍ଟ ଅନୁଯାୟୀ, ଉର୍ବଶୀଙ୍କ ଏହି ଦୁର୍ଘଟଣା ଶନିବାର ହୋଇଛି । ସେ ଶୁଟିଂ ପାଇଁ ମୁମ୍ବାଇର ମିରା ରୋଡ ସ୍ଥିତ ଫିଲ୍ମ ଷ୍ଟୁଡିଓକୁ ଯାଉଥିବା ବେଳେ କାଶିମିରା ଅଞ୍ଚଳରେ ପିଲାମାନଙ୍କୁ ନେଇ ଯାଉଥିବା ଏକ ସ୍କୁଲ ବସ ପଛରୁ ତାଙ୍କ କାର ସହ ଧକ୍କା ହୋଇଥିଲା । ଏହି ଦୁର୍ଘଟଣାରୁ ଉର୍ବଶୀ ଓ ତାଙ୍କ ଷ୍ଟାଫ ମେମ୍ବର୍ସ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ତେବେ ଦୁର୍ଘଟଣା ଘଟାଇଥିବା ଗାଡି ଏକ ସ୍କୁଲ ବସ ହୋଇଥିବାରୁ ଉର୍ବଶୀ ଏହାକୁ ନେଇ କୌଣସି ଆଇନଗତ କାର୍ଯ୍ୟାନୁଷ୍ଠାନକୁ ମନା କରି ଦେଇଛନ୍ତି ।
ଏହି ଦୁର୍ଘଟଣାରେ ଉର୍ବଶୀଙ୍କର ସେମିତି କିଛି କ୍ଷତି ହୋଇ ନ ଥିଲେ ମଧ୍ୟ କିଛି ସମୟ ପାଇଁ ରେଷ୍ଟ ନେବାକୁ ଡାକ୍ତର ତାଙ୍କୁ ପରାମର୍ଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

ରାଜ କୁନ୍ଦ୍ରାଙ୍କ ୯୭.୭୯ କୋଟିର ସମ୍ପତ୍ତି ଜବତ କଲା ଇଡି, ଶିଳ୍ପାଙ୍କ ବଙ୍ଗଳା ବି ହେଲା ସିଜ୍‌

ମୁମ୍ବାଇ,୧୮।୪: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପୁଣି ଏକ ବଡ଼ ଅଡ଼ୁଆରେ ଫସିଛନ୍ତି। ଇଡି ତାଙ୍କର ୯୭.୭୯ କୋଟି ଟଙ୍କାର ସମ୍ପତ୍ତିକୁ...

ପରପାରିରେ ବିଶିଷ୍ଟ ଅଭିନେତା-ନିର୍ଦ୍ଦେଶକ ସଚ୍ଚି ଦାସ

ଭୁବନେଶ୍ୱର,୧୮।୪: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ...

ଗର୍ଭବତୀ ଥାଇ ବି ଆକ୍ସନ ସିନ୍‌ କରୁଛନ୍ତି ଦୀପିକା!

ମୁମ୍ବାଇ: ବଲିଉଡର ‘ମସ୍ତାନୀ’ ଅର୍ଥାତ୍‌ ଦୀପିକା ପାଦୁକୋନ ୨୦୨୪ ସେପ୍ଟେମ୍ବରରେ ମା’ ହେବାକୁ ଯାଉଛନ୍ତି। ଏହି ମୁହୂର୍ତ୍ତକୁ ଅନୁଭବ କରିବାକୁ ଉଭୟ ଅଭିନେତା ରଣବୀର ସିଂ...

କ୍ରିମନାଲ ଲୟର ହେବାକୁ ଚାହୁଁଥିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଷ୍ଟାର କିଡଙ୍କ କଥା ଯଦି ଆଲୋଚନାକୁ ନିଆଯାଏ, ତେବେ କୁହାଯାଏ ଯେ ଏମାନେ ପ୍ୟାରେଣ୍ଟସଙ୍କ ପଥ ଅନୁସରଣ କରି ମନୋରଞ୍ଜନ ଦୁନିଆରେ ନିଜର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri