୬୭ ବର୍ଷୀୟ ଭଜନ ସମ୍ରାଟ ଅନୁପ ଜଲୋଟାଙ୍କ ବିବାହ ଫଟୋ ଭାଇରାଲ

ଭଜନ ସମ୍ରାଟ ଅନୁପ ଜଲୋଟା ଏବଂ ମଡେଲ-ଅଭିନେତ୍ରୀ ଜସଲିନ ମଥାରୁଙ୍କ କିଛି ଫଟୋସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଫଟୋ ଗୁଡ଼ିକରେ ୬୭ ବର୍ଷୀୟ ଅନୁପ ଶେରୱାନୀ ପରିଧାନ କରିଥିବାବେଳେ ଜସଲିନ ମଥାରୁ ଲେହେଙ୍ଗା ପରିଧାନ କରି କନ୍ୟା ବେଶ ଧାରଣ କରିଥିବା ନଜର ଆସିଛନ୍ତି। ଫଟୋକୁ ଦେଖିଲେ ଜଣାପଡୁଛି ଯେ ଏହା ଘରର କୌଣସି ସ୍ଥାନରେ କ୍ଲିକ କରାଯାଇଛି। ଯଦିଓ ଜସଲିନ ମଥାରୁ ଏବଂ ଅନୁପ ଜାଲୋଟା ବିବାହ କରିଛନ୍ତି କି ନାହିଁ ତାହା ଫଟୋରୁ ସ୍ପଷ୍ଟ ହୋଇନାହିଁ, କିନ୍ତୁ ସୋସିଆଲ ମିଡିଆରେ ଏହି ଫଟୋ ଆସିବା ପରେ ମଧ୍ୟ ଏହି ଖବର ଭାଇରାଲ ହେବାରେ ଲାଗିଛି। ୩୦ ବର୍ଷୀୟା ଜସଲିନ ମଥାରୁ ଏହି ଫଟୋ ଗୁଡ଼ିକୁ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଶେୟାର କରିଛନ୍ତି କିନ୍ତୁ ଏଥିରେ କୌଣସି କ୍ୟାପସନ ଦେଇନାହାଁନ୍ତି। କେବଳ ଦୁଇଟି ଫାୟାର୍‌ ଇମୋଜି ଦେଇଛନ୍ତି। ଟିଭିର ସବୁଠୁ ବଡ ରିଆଲିଟି ସୋ ବିଗ ବସ ସିଜନ ୧୨ରେ ଅନୁପ ଜଲୋଟା ଏବଂ ଜସଲିନ ମଥାରୁ ଅଂଶଗ୍ରହଣ କରିଥିଲେ। ଉଭୟ ପାର୍ଟନର ଭାବରେ ଶୋ’କୁ ଆସିଥିଲେ ଏବଂ ଦୁହିଁଙ୍କର ବହୁତ ପ୍ରେମ କାହାଣୀ ବେଶ୍‌ ଆଲୋଚନା ହୋଇଥିଲା। ତେବେ ଶୋ’ରୁ ବାହାରିବା ପରେ ଦୁହେଁ କୌଣସି ପ୍ରକାରର ସଂପର୍କରେ ନ ଥିବା କହିଥିଲେ। ଉଭୟ ସ୍ବୀକାର କରିଥିଲେ ଯେ ସେମାନଙ୍କର କେବଳ ଗୁରୁ ଏବଂ ଶିଷ୍ୟଙ୍କ ମଧ୍ୟରେ ସମ୍ପର୍କ ଅଛି ଏବଂ ଅନ୍ୟ କିଛି ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?