Posted inଖେଳ

ବିଶ୍ୱ କ୍ରିକେଟର ସବୁଠୁ ବଡ଼ ବିପର୍ଯ୍ୟୟ ଘଟାଇଲା ବାଂଲାଦେଶ

ଢାକା,୬।୮: କ୍ରିକେଟ ଇତିହାସରେ ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆକୁ ଲଗାତାର ୩ ଥର ହରାଇ ଦେଇଛି ବାଂଲାଦେଶ। ବିଶ୍ୱ କ୍ରିକେଟରେ ଏହାକୁ ସବୁଠୁ ବଡ଼ ବିପର୍ଯ୍ୟୟ କହିଲେ ଭୁଲ ହେବ ନାହିଁ। ଏଥି ପୂର୍ବରୁ କୌଣସି ଫର୍ମାଟରେ ଅଷ୍ଟ୍ରେଲିଆକୁ ବାଂଲାଦେଶ କ୍ରମାଗତ ୩ଟି ମ୍ୟାଚ୍‌ରେ ହରାଇ ନ ଥିଲା। ଶୁକ୍ରବାର ଖେଳାଯାଇଥିବା ୩ୟ ଟି୨୦ ମ୍ୟାଚ୍‌କୁ ୧୦ ରନ୍‌ରେ ଘରୋଇ ବାଂଲାଦେଶ ଜିତି ନେଇଛି। ଏଥି ସହିତ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ ୩-୦ ବ୍ୟବଧାନରେ ଆଗୁଆ ଜିତି ନେଇଛି ମେହମ୍ମୁଦୁଲାଙ୍କ ନେତୃତ୍ୱାଧୀନ ଦଳ।

ପ୍ରଥମେ ବ୍ୟାଟିଂ କରିଥିବା ବାଂଲାଦେଶ ୨୦ ଓଭରରେ ୯ ଉଇକେଟ ହରାଇ ୧୨୭ ରନ୍‌ କରିଥିଲା। ଅଧିନାୟକ ମେହମ୍ମୁଦୁଲା ୫୨ ରନ୍‌ କରିଥିବା ବେଳେ ଅଷ୍ଟ୍ରେଲିଆ ପକ୍ଷରୁ ହ୍ୟାଟ୍ରିକ ଉଇକେଟ ନେଇଥିଲେ ନାଥନ ଏଲିସ। ଜୋସ ହାଜେଲଉଡ ଓ ଆଡମ ଝାମ୍ପା ୨ ଲେଖାଏ ଉଇକେଟ ହାତେଇଥିଲେ। ଜବାବରେ ୧୩ ଓଭର ସୁଦ୍ଧା ୧ ଉଇକେଟ ହରାଇ ୭୧ ରନ୍‌ କରି ସୁବିଧାଜନକ ସ୍ଥିତିରେ ଥିଲା ଅଷ୍ଟ୍ରେଲିଆ। କିନ୍ତୁ କ୍ରମାଗତ ବ୍ୟବଧାନରେ ବେନ ମ୍ୟାକଡରମଟ୍ଟ (୩୫) ଓ ମିଚେଲ ମାର୍ଶ (୫୧) ଆଉଟ୍‌ ହେବାରୁ ମ୍ୟାଚ୍‌ର ଭାଗ୍ୟ ବଦଳି ଯାଇଥିଲା। ଏପରି କି ଶେଷ ପର୍ଯ୍ୟନ୍ତ ଖେଳି ଭ୍ରମଣକାରୀ ଦଳ ୪ ଉଇକେଟ ହରାଇ ୧୧୭ ରନ୍‌ କରିବାକୁ ସକ୍ଷମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri