ଅଯୋଗ୍ୟ ସୁଭଦ୍ରା ହିତାଧୀକାରୀଙ୍କ ପାଇଁ ବଡ଼ ଖବର, ଉପମୁଖ୍ୟମନ୍ତ୍ରୀ କହିଲେ…

Featured Video Play Icon

ସୁଭଦ୍ରା ଯୋଜନା ପାଇଁ ପ୍ରସ୍ତୁତ ହେବ ନୂଆ ଗାଇଡ୍‌ଲାଇନ। ଆବେଦନ କରି କଟିଯାଇଥିବା ହିତାଧିକାରୀ ଏହି ଯୋଜନାରେ ପୁଣି ସାମିଲ ହେବେ । କେଉଁ ଆଧାରରେ କଟାଗଲା ସେ ସବୁର ପରୀକ୍ଷାନିରୀକ୍ଷା କରାଯିବ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁବାର ଏ ନେଇ ସୂଚନା ଦେଇଛନ୍ତି । ପ୍ରଥମ କିସ୍ତିର ୨ଟି ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ମିଳିସାରିଥିବା ବେଳେ ତୃତୀୟ ପର୍ଯ୍ୟାୟ ଟଙ୍କା ଦେବା ପୂର୍ବରୁ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି ।

ବର୍ତ୍ତମାନ ୧ କୋଟିରୁ ଅଧିକ ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଥିବା ବେଳେ ୨ ଲକ୍ଷ ୬୭ ହଜାର ଆବେଦନ ଖାରଜ ହୋଇଥିବା ଜଣାପଡ଼ିଛି। ସେମାନେ କିଭଳି ସୁଭଦ୍ରା ଯୋଜନାରେ ସାମିଲ ହେବେ ସେନେଇ ତର୍ଜମା କରାଯାଉଛି। ଯୋଗ୍ୟତା ଥାଇ ଆବେଦନ କରି ଯେଉଁମାନେ କଟି ଯାଇଛନ୍ତି, କେଉଁ ଆଧାରରେ ସେମାନେ କଟିଛନ୍ତି, ତା’ର ତର୍ଜମା ହେବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି । ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିରେ ୨ଟି ପର୍ଯ୍ୟାୟରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ହିତାଧିକାରୀ ଟଙ୍କା ପାଇଛନ୍ତି। ସେହିପରି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲକ୍ଷ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ଏପରି ସମୟରେ ଅନେକ ହିତାଧିକାରୀ ସୁଭଦ୍ରା ଟଙ୍କା ପାଇବା ଆଶାରେ ଆବେଦନ କରିଛନ୍ତି। ସେହିପରି ରାଜ୍ୟରେ ୭୩ ହଜାରରୁ ଅଧିକ ଅଙ୍ଗନଓାଡି କାର୍ଯ୍ୟରତ ରହିଛନ୍ତି। ସେମାନଙ୍କୁ ମଧ୍ୟ ସୁଭଦ୍ରା ଯୋଜନାରେ ସାମିଲ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପସିଲେ ହାତୀ, ଦଳି ଚକଟି ନଷ୍ଟ କଲେ ଫସଲ

କଲ୍ୟାଣସିଂହପୁର, ୬।୮ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ଅଧୀନ କେଶବ ନାୟକଗୁଡ଼ା ନୂଆ ସାହି ଏବଂ ଘାଗୁଡ଼ିମାଳ ଅଞ୍ଚଳରେ ହାତୀଙ୍କ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ କରାଯାଉ

ଛତ୍ରପୁର,୬ା୮(ଦିଲୀପି ସାମଲ): ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ ଓ ବିସ୍ଥାପିତ ନୀତିକୁ କାର୍ଯ୍ୟକାରୀ କରିବା ପାଇଁ ଦକ୍ଷିଣାଞ୍ଚଳ ବ୍ରହ୍ମପୁର ଆରଡ଼ିସି ଓ ଛତ୍ରପୁର…

Gen Zକୁ ନେଇ ବଡ଼ ବୟାନଦେଲେ ମୋହନ ଭାଗବତ, ରାଜନୈତିକ ମହଲରେ ଉଠିଲାଣି ବିରାଟ ଝଡ଼!

ନୂଆଦିଲ୍ଲୀ,୬।୮: Gen Zଙ୍କ ସହ ଜଡିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟ ଡକ୍ଟର ମୋହନ ଭାଗବତ କହିଥିଲେ ଯେ ଯଦି ସ୍ବର…

ଝାଡ଼ାବାନ୍ତିରେ ୩୩ ଛାତ୍ରୀ ଆକ୍ରାନ୍ତ

କପ୍ତିପଦା,୬ା୮(ବିଷ୍ଣୁଚରଣ ପୁଥାଳ): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ବଡ଼ସିମୁଳିଆ କନ୍ୟାଶ୍ରମର ୩୩ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ କପ୍ତିପଦା ଡାକ୍ତରଖାନାରେ ଭର୍ତ୍ତି…

ଭାଜପା ନେତାଙ୍କ ଶେଷକୃତ୍ୟ ସମ୍ପନ୍ନ: ୪ଜଣଙ୍କ ନାମରେ ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

ମ. ରାମପୁର,୬।୮(ଶଶି ଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ରାମପୁର ବ୍ଲକ ଡମ୍ବ କରଲାଖୁଣ୍ଟା ପଞ୍ଚାୟତ ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ମଣ୍ଡଳ ଉପସଭାପତି ଫକିର…

ଛେଳି ଚରାଇବାକୁ ଯାଇଥିବା ବେଳେ କାମୁଡ଼ି ଦେଲା ସାପ, ତାପରେ….

ଛତ୍ରପୁର,୬।୮(ଦିଲ୍ଲୀପି ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ କାଠଗଡା ଗ୍ରାମରେ ସାପ କାମୁଡ଼ାରେ ଜଣେ ଛେଳି ଚରାଳିଙ୍କ ମୃତ୍ୟୁ ହୋଇଛି । ମୃତକ…

ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ ଦାବି

କୋରାପୁଟ,୬ା୮(ଅମିତାଭ ବେହେରା): କୋରାପୁଟ ଜିଲାର ନନ୍ଦପୁର ବ୍ଲକ ଅନ୍ତର୍ଗତ ମାଳିବେଲଗାଁ ପଞ୍ଚାୟତର ଛେଲିଆମୁଣ୍ଡା ଗ୍ରାମରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଗୃହ ନିର୍ମାଣ କରିବା ପାଇଁ…

ଅମିତ ଶାହାଙ୍କୁ ଭେଟି ବଡ଼ ଦାବି କଲେଣି ତିନି ବିଦ୍ରୋହୀ ମୁସଲିମ ଟିଏମସି ଏମପି

ନୂଆଦିଲ୍ଲୀ,୬।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ (TMC) ବିରୋଧରେ ବିଦ୍ରୋହ କରିଥିବା ତିନି ଜଣ ଏମପି ଆବୁ ତାହିର ଖାନ, ୟୁସୁଫ ପଠାନ ଏବଂ ଖଲିଲୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri