Posted inଜାତୀୟ

ବିହାର ବିଧାନସଭା: ବାଚସ୍ପତି ପଦ ପାଇଁ ଅଡି ବସିଛି ଭାଜପା!

ପାଟନା,୧୬ ।୧୧: ବିହାର ବିଧାନସଭାର ମୁଖ୍ୟମନ୍ତ୍ରୀ ଭାବେ ନୀତୀଶ କୁମାର ୭ମ ଥର ପାଇଁ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି । ରାଜଭବନର ରାଜେନ୍ଦ୍ର ମଣ୍ଡପରେ ସନ୍ଧ୍ୟା ସାଢେ ୪ଟାରେ ସେ ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି । ନୀତୀଶଙ୍କ ସହ କେତେଜଣ କ୍ୟାବିନେଟ ମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ କରିପାରନ୍ତି । ଅନ୍ୟପଟେ ଉପମୁଖ୍ୟମନ୍ତ୍ରୀ ଭାବେ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ତଥା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି ଶପଥ ଗ୍ରହଣ କରିପାରନ୍ତି । ହେଲେ ଭାଜପା ଏଥର ୨ ଉପମୁଖ୍ୟମନ୍ତ୍ରୀ ରଖିବାକୁ ଚିନ୍ତା କରିଥିବା ଜଣାପଡିଛି । ସୂଚନାଯୋଗ୍ୟ, ରବିବାର ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଏନ୍‌ଡିଏର ବିଧାୟକ ଦଳର ବୈଠକରେ ନୀତୀଶ ନେତା ନିର୍ବାଚିତ ହେବା ପରେ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ କରିବାକୁ ପ୍ରସ୍ତାବ ଦେଇଥିଲେ । ଏପଟେ ବାଚସ୍ପତି ଆସନ ଉପରେ ଉଭୟ ଜେଡିୟୁ ଓ ଭାଜପାର ନଜର । ନୀତୀଶ ବାଚସ୍ପତି ଆସନ ତାଙ୍କ ଦଳ ହାତରୁ ଛାଡିବାକୁ ଚାହୁଁ ନ ଥିବା ବେଳେ ଭାଜପା କୁଆଡେ ବାଚସ୍ପତି ଆସନ ପାଇଁ ଅଡି ବସିଥିବା ଶୁଣିବାକୁ ମିଳିଛି । ଭବିଷ୍ୟତକୁ ଲକ୍ଷ୍ୟ କଲେ ବାଚସ୍ପତି ଆସନ ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ଉଭୟ ଦଳ ଏହାକୁ ନିଜ ହାତ ମୁଠାରେ ରଖିବାକୁ ଚାହୁଁଥିବା ଆଲୋଚନା ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପ୍ରଦ୍ୟୋତ ଭୋଲେଟି ଗରିବ ଓ ଅସହାୟ ପିଲାଙ୍କୁ ମାଗଣାରେ ବାସ୍କେଟବଲ ପ୍ରଶିକ୍ଷଣ ଦେଉଛନ୍ତି। ସେ ଡ୍ରିବଲ ଏକାଡେମୀ ମାଧ୍ୟମରେ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ସେ…

ନୂଆ ପିଢ଼ି ପାଇଁ ଅପରିଚିତ ଅକ୍ଷର

ଭାଷା କେବଳ ଭାବ ବିନିମୟର ମାଧ୍ୟମ ନୁହେଁ; ଏହା ଏକ ଜାତିର ସଭ୍ୟତା, ସଂସ୍କୃତି, ଇତିହାସ ଓ ଅସ୍ମିତାର ବାହକ। ମଣିଷର ଚିନ୍ତାଧାରା, ସୃଜନଶୀଳତା ଏବଂ ସାଂସ୍କୃତିକ…

ବ୍ୟାଙ୍କ ଜାତୀୟକରଣର ପୃଷ୍ଠଭୂମି

ଇଷ୍ଟ ଇଣ୍ଡିଆ କମ୍ପାନୀ ଭାରତରେ କାୟା ବିସ୍ତାର କରି ୧୭୭୦ ମସିହାରେ କଲିକତାରେ ବ୍ୟାଙ୍କ ଅଫ୍‌ ହିନ୍ଦୁସ୍ତାନ ନାମକ ବାଣିଜି୍ୟକ ବ୍ୟାଙ୍କ ଖୋଲିଥିଲା। ଏ ବ୍ୟାଙ୍କ ତିଷ୍ଠି…

ଆନ୍ଦୋଳନର ତିନୋଟି କଥା

କକ୍‌ରୋଚ୍‌ ଜନତା ପାର୍ଟିର ବିକ୍ଷୋଭ ପ୍ରଦର୍ଶନକୁ ନେଇ ମୋ ମନକୁ କିଛି କଥା ବା ବିଚାର ଆସୁଛି। ପ୍ରଥମ କଥା ହେଉଛି, ସୋନମ ୱାଙ୍ଗଚୁକଙ୍କ ସମେତ ଏହାର…

ଟିଏମ୍‌ସି ନେତା ଅଭିଷେକଙ୍କ କାର୍ଯ୍ୟାଳୟ ଭାଙ୍ଗିଲା ପ୍ରଶାସନ

କୋଲକାତା,୧୮।୭: ଟିଏମ୍‌ସିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ଲୋକ ସଭା ସଦସ୍ୟ ଅଭିଷେକ ବାନାର୍ଜୀଙ୍କ ଦଳୀୟ କାର୍ଯ୍ୟାଳୟ ଉପରେ ଶନିବାର ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଉକ୍ତ…

ଫିଫା ବିଶ୍ୱକପ୍‌ ଫାଇନାଲରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ହେବ ଅବିସ୍ମରଣୀୟ, ଯୋଗଦେବେ ନାମିଦାମି

ନ୍ୟୁୟର୍କ,୧୮।୭: ଫିଫା ବିଶ୍ୱକପ୍‌ ୨୦୨୬ର ଉଦ୍‌ଯାପନୀ ଉତ୍ସବକୁ ଯେପରି ଅବିସ୍ମରଣୀୟ କରାଯାଇପାରିବ ସେଥିପାଇଁ ଆୟୋଜକଙ୍କ ପକ୍ଷରୁ ସବୁମତେ ଉଦ୍ୟମ କରାଯାଇଛି। ରବିବାର ଆର୍ଜେଣ୍ଟିନା ବନାମ ସ୍ପେନ୍‌ ଫାଇନାଲ…

ଲଘୁଚାପ ବର୍ଷାରେ ବୁଡ଼ିଲା ବିଦ୍ୟାଳୟ, ଶ୍ରେଣୀ ଗୃହରେ ବିଷଧର ସାପ ପଶିବାରୁ ଆତଙ୍କ: ସାମ୍ନାକୁ ଆସିଲା ‘୫ଟି’ ରୂପାନ୍ତରୀକରଣର…

ଧାମନଗର, ୧୮।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପ ଜନିତ ପ୍ରବଳ ବର୍ଷାରେ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି। ବନ୍ୟା ଓ ଜଳବନ୍ଦୀ…

ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର, ଲହରୀ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ

ନୂଆଦିଲ୍ଲୀ,୧୮।୭: ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଶନିବାର ଘୋଷଣା କରାଯାଇଛି। ରାଜ କୁମାର ରାଓ ଅଭିନୀତ ଶ୍ରୀକାନ୍ତ ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଭାବେ ମନୋନୀତ ହୋଇଛି। ମାମୁଟ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri