Posted inଜାତୀୟ

ତେଜ ପ୍ରତାପଙ୍କୁ ଅଡୁଆରେ ପକାଇ ପାରନ୍ତି ପତ୍ନୀ କିନ୍ତୁ ସହଯୋଗ କରିପାରନ୍ତି ଶାଳୀ

ପାଟନା,୨୮ ।୯: ପାଖେଇ ଆସୁଛି ବିହାର ବିଧାନସଭା ନିର୍ବାଚନ । ଏହା ଯେତିକି ଯେତିକି ପାଖେଇ ଆସୁଛି ରାଜନୀତି ସେତିକି ସରଗରମ ହେଉଛି । ଏଥର କିନ୍ତୁ ନିଜ ବିଜୟକୁ ନେଇ ଚିନ୍ତିତ ଅଛନ୍ତି ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ନେତା ତଥା ଲାଲୁ ପ୍ରସାଦ ଯାଦବଙ୍କ ବଡ ପୁଅ ତେଜ ପ୍ରତାପ ଯାଦବ । କାରଣ ତାଙ୍କ ବିରୋଧରେ ତାଙ୍କ ପତ୍ନୀ ଐଶ୍ୱର୍ଯ୍ୟା ରାୟ ନିର୍ବାଚନ ଲଢି ଇମୋସନାଲ କାର୍ଡ ଖେଳିବେ ବୋଲି ଅନୁମାନ କରାଯାଉଛି । ଏହି ଡରରେ ଏଥର ପୂର୍ବ ନିର୍ବାଚନ ମଣ୍ଡଳୀ ବୈଶାଳୀର ମହୁଆ ଆସନକୁ ବଦଳାଇ ହସନପୁରରୁ ନିର୍ବାଚନ ଲଢୁଛନ୍ତି ତେଜ ପ୍ରତାପ । ତେବେ ସେଠାରେ ବି ପତ୍ନୀ ଐଶ୍ୱର୍ଯ୍ୟା ଠିଆ ହୋଇ ପାରନ୍ତି ବୋଲି ତେଜ ପ୍ରତାପଙ୍କ ଶ୍ୱଶୁର ତଥା ଆର୍‌ଜେଡି ନେତା ଚନ୍ଦ୍ରିକା ରାୟ ସାମାନ୍ୟ ସୂଚନା ଦେଇଛନ୍ତି । ତେଣୁ ଗୋଟିଏ ପଟେ ତେଜ ପ୍ରତାପଙ୍କୁ ହରାଇବାକୁ ଶ୍ୱଶୁର ଓ ପତ୍ନୀ ଲାଗି ପଡିଥିବା ବେଳେ ଅନ୍ୟପଟେ ତାଙ୍କୁ ତାଙ୍କ ଶାଳୀ ଡ. କରିସ୍ମା ରାୟ ସାହାଯ୍ୟ କରିବେ ବୋଲି ଶୁଣିବାକୁ ମିଳୁଛି । କାରଣ କରିସ୍ମା କିଛିଦିନ ତଳେ ଆର୍‌ଜେଡିରେ ଯୋଗ ଦେଇଥିବାରୁ ସେ ଭିଣୋଇ ତେଜ ପ୍ରତାପଙ୍କୁ ସାହାଯ୍ୟ କରିପାରନ୍ତି ବୋଲି ଅନୁମାନ କରାଯାଉଛି । ସୂଚନାଯୋଗ୍ୟ, ତେଜ ପ୍ରତାପ ଏବେ ପତ୍ନୀ ଐଶ୍ୱର୍ଯ୍ୟାଙ୍କଠାରୁ ଅଲଗା ହେବାପାଇଁ କୋର୍ଟରେ ମାମଲା ଚାଲିଛି । ତେଣୁ ଏହାକୁ ନେଇ ଉଭୟ ପରିବାର ମଧ୍ୟରେ ତୁତୁମେମେ ଲାଗି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?