Posted inଜାତୀୟ

ବିହାର ବିଧାନସଭା ନିର୍ବାଚନ: ବିରୋଧିଙ୍କ ଉପରେ ଗର୍ଜିଲେ ମୋଦି ଉଠାଇଲେ ନାହିଁ ଚିରାଗଙ୍କ କଥା

ପାଟନା,୨୩ ।୧୦: ବିହାର ବିଧାସଭା ପାଇଁ ଆସନ୍ତା ସପ୍ତାହରେ ପ୍ରଥମ ପର୍ଯ୍ୟାୟ ମତଦାନ କରାଯିବ । ଏଥିଲାଗି ଏବେ ପ୍ରଚାର କାର୍ଯ୍ୟ ଯୋର ଧରିଛି । ଶୁକ୍ରବାର ଭାରତୀୟ ଜନତା ପାର୍ଟି(ଭାଜପା)ର ଷ୍ଟାର ପ୍ରଚାରକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାସାରାମ ପହଞ୍ଚିଛନ୍ତି । ଏହା ତାଙ୍କର ପ୍ରଥମ ନିର୍ବାଚନ ରାଲି । ଏହାପରେ ସେ ଆଉ ୨ଟି ରାଲିରେ ସମ୍ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ସାସାରାମରେ ପାଖାପାଖି ୪୧ ମିନିଟର ଭାଷଣରେ ସେ ରାମବିଳାସ ପାଶୱାନ ଓ ରଘୁବଂଶ ପ୍ରସାଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଏହାପରେ ସେ ବିରୋଧି ଦଳ ନେତା ଲାଲୁ ପ୍ରସାଦ ଯାଦବ ଓ କଂଗ୍ରେସ ଉପରେ ଖୁବ୍ ବର୍ଷିଛନ୍ତି । ହେଲେ ଲୋକ ଜନଶକ୍ତି ପାର୍ଟି ବା ଚିରାଗ ପାଶୱାନଙ୍କ ସମ୍ପର୍କରେ ପଦଟିଏ ବି କହି ନ ଥିଲା ଲକ୍ଷ୍ୟ କରାଯାଇଛି । ଯଦିଓ ପ୍ରଥମେ ଚିରାଗ ପାଶୱାନଙ୍କ ଦଳ ଭାଜପା ସହ ମିଶି ନିର୍ବାଚନ ଲଢିବ ବୋଲି ସ୍ଥିର ହୋଇଥିଲା ହେଲେ ପରେ ଚିରାଗ ଭାଜପାଠାରୁ ଅଲଗା ହୋଇଯାଇଥିଲେ । ସମସ୍ତଙ୍କ ନଜର ଥିଲା ନିହାତି ଭାବେ ମୋଦି ଚିରାଗଙ୍କୁ ଟାର୍ଗେଟ କରିବେ । ହେଲେ ଫଳ ଓଲଟା ହେଲା । ଚିରଗଙ୍କ କଥା ଉଠାଇଲେ ନାହିଁ ମୋଦି । ଏଥିସହ ସେ ନୀତୀଶ କୁମାରଙ୍କ ନିଷ୍ପତ୍ତିକୁ ସ୍ୱାଗତ କରିଛନ୍ତି । ସେ କହିଛନ୍ତି ବିହାରରେ ଭାଜପା ଶାସନ କଲେ ଆଉ କେବେ ଏହି ରାଜ୍ୟ ରୋଗରେ ପଡ଼ିବ ନାହିଁ । ଏଥିପାଇଁ ଆପଣମାନଙ୍କ ଭୋଟର ଆବଶ୍ୟକତା ରହିଛି ବୋଲି ମୋଦି କହିଛନ୍ତି । ଏହାପରେ ସେ ଉପସ୍ଥିତ ଜନତାଙ୍କୁ ଧନ୍ୟବାଦ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

‘ଗିରଫ ହୁଅନ୍ତୁ ମମତା,’ କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ଗୁଆହାଟି,୧୪।୧୨: ଶନିବାର କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ ଏକ କାର୍ଯ୍ୟକ୍ରମରେ ଘଟିଥିବା ବିଶୃଙ୍ଖଳା ପରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀଙ୍କ ସମାଲୋଚନାର ଶିକାର...

‘ଜଞ୍ଜିରରେ ହୋଇଛି ବନ୍ଧା…ମାଡ଼ରେ ଶରୀର ରୁଟି ଭଳି ଫୁଲିଯାଇଛି…’, ମାସୁଦ ଆଝାରଙ୍କ ଭାଇରାଲ ଅଡିଓ କ୍ଲିପକୁ ନେଇ ବଢୁଛି ଚର୍ଚ୍ଚା

ଇସଲାମାବାଦ,୧୪।୧୨: ପାକିସ୍ତାନର ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦର ନେତା ମାସୁଦ ଆଝାରଙ୍କ ଏକ ଚାଞ୍ଚଲ୍ୟକର ଅଡିଓ କ୍ଲିପ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଏହି...

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

‘ଭୋଟ ଚୋରି’ ବିରୋଧରେ କଂଗ୍ରେସର ପ୍ରଦର୍ଶନ, ରାମଲିଳା ମଇଦାନରେ ଏକାଠି ହେବେ ବହୁ ବରିଷ୍ଠ

ନୂଆଦିଲ୍ଲୀ,୧୪।୧୨: କଂଗ୍ରେସ କଥିତ ନିର୍ବାଚନୀ ଜାଲିଆତି ଏବଂ ‘ଭୋଟ ଚୋରି’ ବିରୋଧରେ ଅଭିଯାନକୁ ତୀବ୍ରତର କରୁଛି। ଡିସେମ୍ବର ୧୪, ୨୦୨୫ ରବିବାର ଦିଲ୍ଲୀର ରାମଲୀଳା ମଇଦାନରେ...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

‘ଅତିରିକ୍ତ ଶୁଳ୍କ ଲଗାଇଲେ ସମ୍ପର୍କ ଖରାପ ହୋଇପାରେ, କାଥାବାର୍ତ୍ତା ମାଧ୍ୟମରେ…,’ ମେକ୍ସିକୋର ଟାରିଫକୁ ନେଇ ଭାରତ କହିଲା…

ନୂଆଦିଲ୍ଲୀ,୧୪।୧୨: ମେକ୍ସିକୋର କିଛି ଭାରତୀୟ ଉତ୍ପାଦ ଉପରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି ନିଷ୍ପତ୍ତି ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି।...

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri