Posted inଜାତୀୟ

୨୯ ନଭେମ୍ବର ପୂର୍ବରୁ ଶେଷ ହେବ ବିହାର ବିଧାନସଭା ନିର୍ବାଚନ

ନୂଆଦିଲ୍ଲୀ,୪।୯: କରୋନା ମହାମାରୀ ପରେ ବି ନିର୍ବାଚନ କମିଶନ ବିହାର ବିଧାନସଭା ନିର୍ବାଚନ ନିର୍ଦ୍ଧାରିତ ସମୟରେ ହେବ ବୋଲି ଶୁକ୍ରବାର ପ୍ରକାଶ କରିଛନ୍ତି। ଏହାସହ ଆଉ ଏକ ବଡ ଘୋଷଣା ନିର୍ବାଚନ କମିଶନଙ୍କ ଦ୍ୱାରା କରାଯାଇଛି। ବିହାର ବିଧାନସଭା ସହ ଦେଶର ବିଭିନ୍ନ ରାଜ୍ୟର ୬୪ଟି ବିଧାନସଭା ଓ ଗୋଟିଏ ଲୋକସଭା ଆସନ ପାଇଁ ନିର୍ବାଚନ କରାଯିବ ଓ ୬୫ ଆସନରେ ଉପନିର୍ବାଚନ କରାଯିବ ବୋଲି ଘୋଷଣା କରାଯାଇଛି। ତେବେ ବିହାର ବିଧାନସଭା ନିର୍ବାଚନର ତାରିଖ ଉଚିତ୍‌ ସମୟରେ ଜଣାଇ ଦିଆଯିବ। ଉଭୟ ଉପନିର୍ବାଚନ ଓ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯିବା ସହ ୨୯ ନଭେମ୍ବର ପୂର୍ବରୁ ବିହାର ବିଧାନସଭା ନିର୍ବାଚନ ଶେଷ ହେବ ବୋଲି ନିର୍ବାଚନ କମିଶନ କହିଛନ୍ତି। ଏଥିପାଇଁ ରହିଥିବା ଗାଇଡ୍‌ ଲାଇନ ଅନୁଯାୟୀ, ପ୍ରାର୍ଥୀମାନେ ଅନ୍‌ଲାଇନ ନୋମିନେଶନ କରିବାକୁ ପଡିବ। ଯଦି କେହି ଫିଜିକାଲି ନୋମିନେଶନ ଦାଖଲ କରିବାକୁ ଚାହିଁବେ ଏଥିପାଇଁ ମାତ୍ର ୨ ଜଣଙ୍କୁ ଅନୁମତି ମିଳିବ। ଏଥିରେ ଭୋଟରଙ୍କ ସ୍ବାସ୍ଥ୍ୟ ଉପରେ ବିଶେଷ ଗୁରୁତ୍ୱ ଦିଆଯିବ। ଏଥିରେ ଫେସ୍‌ ମାସ୍କ ଓ ସୋସିଆଲ ଡିଷ୍ଟାନସିଂକୁ ଗୁରୁତ୍ୱ ଦିଆଯିବ। ବିହାର ନିର୍ବାଚନ ୩ଟି ପର୍ଯ୍ୟାୟରେ ହେବ ବୋଲି ବିଶେଷ ସୂତ୍ରରୁ ଜଣାପଡିଛି। ତେବେ ବିହାର ବିଧାନସଭାର ୨୪୩ ବିଧାନସଭା ଆସନ ଓ ବାଲ୍ମିକି ନଗର ଲୋକସଭା ଆସନ ପାଇଁ ନିର୍ବାଚନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ରାଜଧାନୀରେ ଭୁଶୁଡ଼ିଲା ୫ ମହଲା ବିଲ୍ଡିଂ, ମୃତ୍ୟୁ ସଂଖ୍ୟା….

ନୂଆଦିଲ୍ଲୀ,୭।୧୦: ଉତ୍ତର-ପୂର୍ବ ଦିଲ୍ଲୀର ସୀମାପୁରୀରେ ଏକ ୫ ମହଲା ବିଲ୍ଡିଂ ଭୁଶୁଡ଼ି ପଡ଼ିଛି । ତେବେ ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଏବେ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?