ପାଟ୍ନା,୧୬ା୧୦: ବିହାର ବିଧାନସଭା ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ରାଜନୈତିକ ମାହୋଲ ସେତିକି ସରଗରମ ହେଉଛି। ଏହି ପରିପ୍ରେକ୍ଷୀରେ ଭାଜପା ଗୁରୁବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଷ୍ଟାର ପ୍ରଚାରକ ତାଲିକାରେ ପ୍ରଥମରେ ଥିବା ବେଳେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂ ଚୌହାନ, ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ୟୁପି, ମହାରାଷ୍ଟ୍ର, ଆସାମ, ମଧ୍ୟପ୍ରଦେଶ ଓ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ସାମିଲ ହୋଇଛନ୍ତି। ଏପରିକି ତାଲିକାରେ ଏକାଧିକ କେନ୍ଦ୍ର ମନ୍ତ୍ରୀ ଏବଂ ଭୋଜପୁରୀ ଅଭିନେତା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଛନ୍ତି।
Dharitri – Odisha’s No.1 Odia Daily