Posted inଜାତୀୟ

ବିହାର ବିଧାନସଭା ନିର୍ବାଚନ: ମହିଳା ଭୋଟରଙ୍କ ଉପରେ କଂଗ୍ରେସ ନଜର, ପ୍ରିୟଙ୍କା କରିବେ ମହିଳା କ୍ରାନ୍ତି ମହାସମ୍ମିଳନୀ

ପାଟନା, ୨୭।୯: ବିହାର ବିଧାନସଭା ନିର୍ବାଚନ ପାଇଁ ଦିନ ପାଖେଇ ଆସୁଛି। ଚଳିତ ନିର୍ବାଚନରେ କଂଗ୍ରେସ ପକ୍ଷରୁ ରାଜ୍ୟର ମହିଳା ଭୋଟରଙ୍କୁ ଆକର୍ଷିତ କରିବାର ଯୋଜନା ପ୍ରସ୍ତୁତ କରାଯାଇଛି। ରାଷ୍ଟ୍ରୀୟ ଅଧ୍ୟକ୍ଷ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏନେଇ ମହିଳା କ୍ରାନ୍ତି ମହାସମ୍ମିଳନୀ ଆୟୋଜନ କରିବାକୁ ଯାଉଛନ୍ତି। ଅକ୍ଟୋବର ୫ରୁ ୧୦ ମଧ୍ୟରେ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଏକ ଭର୍ଚୁଆଲ୍‌ ସମ୍ମିଳନୀରେ ପ୍ରିୟଙ୍କା ମହିଳା ସଶକ୍ତିକରଣ ଉପରେ ଭାଷଣ ଦେବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟର ସମସ୍ତ ଜିଲାରେ ଏହି ମହାସମ୍ମିଳନୀ କରାଯିବା ଲାଗି ପ୍ରସ୍ତୁତି ଜାରି ରହିଛି। ଏନେଇ ରାଜ୍ୟ କଂଗ୍ରେସର ଆଗଧାଡ଼ିର ନେତାମାନେ ଦଳର ବରିଷ୍ଠ ସଦସ୍ୟ, ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କାଙ୍କଠାରୁ ସମୟ ଲୋଡ଼ିଛନ୍ତି। ସମସ୍ତ ଜିଲାରେ ମହାସମ୍ମିଳନୀ ପାଇଁ ପ୍ରେକ୍ଷାଳୟ ବୁକିଂ କାର୍ଯ୍ୟ ଜାରି ରହିଥିବା ରାଜ୍ୟର କଂଗ୍ରେସ ସୋସିଆଲ୍‌ ମିଡ଼ିଆ ପ୍ରଭାରୀ ରାଜୀବ ସିଂ କହିଛନ୍ତି। ଏଥିରେ ରାଜ୍ୟର ୫୦ ହଜାର ମହିଳାଙ୍କୁ ସାମିଲ୍‌ କରାଯିବାର ଲକ୍ଷ୍ୟ ରଖାଯାଇଛି। ସୂଚନାଯୋଗ୍ୟ, କଂଗ୍ରେସ ରାଜ୍ୟରେ ବିଧାନସଭା ନିର୍ବାଚନ ସୋନିଆ ଗାନ୍ଧୀ, ରାହୁଲ ଏବଂ ପ୍ରିୟଙ୍କାଙ୍କ ଲୋକପ୍ରିୟତା ଆଧାରରେ ଲଢୁଛି। ଏପରିସ୍ଥଳେ ଦଳର ଆଭିମୁଖ୍ୟ ତୃଣମୂଳରେ ପହଞ୍ଚାଇବା କାର୍ଯ୍ୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri