Posted inଜାତୀୟ

ବିହାର ବିଧାନସଭା ନିର୍ବାଚନ: ୫୫ ପ୍ରତିଶତ ବିଧାୟକଙ୍କ ବିରୋଧରେ ଆପରାଧୀକ ମାମଲା,୧୬୦ କୋଟିପତି

ପାଟନା, ୧୫।୯: ବିହାରରେ ବିଧାନସଭା ନିର୍ବାଚନ ପାଇଁ ଦିନ ପାଖେଇ ଆସୁଛି। ରାଜ୍ୟର ବର୍ତ୍ତମାନ ଥିବା ୨୪୦ ବିଧାୟକଙ୍କ ମଧ୍ୟରୁ ୫୫ ପ୍ରତିଶତଙ୍କ ନାମରେ ବିଭିନ୍ନ ଆପରାଧୀକ ମାମଲା ରହିଛି। ଏଭଳି ବିଧାୟକଙ୍କ ସଂଖ୍ୟା ୧୩୬ ଥିବା କୁହାଯାଉଛି। ସେଥିମଧ୍ୟରୁ ୯୪ ଅର୍ଥାତ୍‌ ୩୯ ପ୍ରତିଶତ ବିଧାୟକଙ୍କ ବିରୋଧରେ ଗୁରୁତର ମାମଲା ରହିଛି। ୧୧ ଜଣ ବିଧାୟକଙ୍କ ଉପରେ ହତ୍ୟା ମାମଲା ରହିଛି। ଏନେଇ ଆସୋସିଏଶନ୍‌ ଫର ଡେମୋକ୍ରାଟିକ୍‌ ରିଫମର୍‌ସ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ସେମାନଙ୍କ ମଧ୍ୟରେ ଆର୍‌ଜେଡିର ୪୫, ଜେଡିୟୁର ୩୪, ଭାଜପାର ୩୪, କଂଗ୍ରେସର ୧୪, ଏଲ୍‌ଜେପିର ୨,ସିପିଆଇର ୩ ଏବଂ ୫ ନିର୍ଦ୍ଦଳୀୟ ବିଧାୟକ ରହିଛନ୍ତି। ସେହିପରି ରାଜ୍ୟରେ ଥିବା ବିଧାୟକଙ୍କ ମଧ୍ୟରୁ ୬୭ ପ୍ରତିଶତ କୋଟିପତି। ସେମାନଙ୍କ ସଂଖ୍ୟା ୧୬୦ ରହିଛି। ୮୦ଜଣ ଆର୍‌ଜେଡି ବିଧାୟକଙ୍କ ହାରାହାରି ସମ୍ପତ୍ତି ପରିମାଣ ୩ କୋଟି ୨ଲକ୍ଷ ରହିଛି। ସେହିପରି ଜେଡ଼ିୟୁର ୬୯ ବିଧାୟକଙ୍କ ହାରାହାରି ସମ୍ପତ୍ତି ପରିମାଣ ୨ କୋଟି ୭୯ ଲକ୍ଷ, ଭାଜପାର ୫୪ ବିଧାୟକଙ୍କ ହାରାହାରି ସମ୍ପତ୍ତି ପରିମାଣ ୨ କୋଟି ୩୮ ଲକ୍ଷ, କଂଗ୍ରେସର ୨୫ ବିଧାୟକଙ୍କ ହାରାହାରି ସମ୍ପତ୍ତି ୪ କୋଟି ୩୬ ଲକ୍ଷ ଟଙ୍କା ରହିଛି। ୪୬ ଜଣ ବିଧାୟକ ସେମାନଙ୍କ ଆୟକର ବିବରଣୀ ଦେଇ ନ ଥିବା ରିପୋର୍ଟରେ ପ୍ରକାଶ ପାଇଛି। ସେହିପରି ୯୪ ଜଣ ବିଧାୟକଙ୍କ ଶିକ୍ଷାଗତ ଯୋଗ୍ୟତା ୫ମ ଶ୍ରେଣୀରୁ ଦ୍ୱାଦଶ ମଧ୍ୟରେ ରହିଛି। ୧୩୪ ଜଣଙ୍କ ଶିକ୍ଷାଗତ ଯୋଗ୍ୟତା ସ୍ନାତକ ଏବଂ ଏହାଠାରୁ ଅଧିକ ରହିିଛି। ୯ ଜଣ ବିଧାୟକ ନିଜକୁ ସାକ୍ଷର ବୋଲି ଦର୍ଶାଇଛନ୍ତି। ବିଧାୟକଙ୍କ ମଧ୍ୟରେ ୨୮ ଜଣ ମହିଳା ରହିଥିବା ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri