Posted inଜାତୀୟ

ବିହାର ବିଧାନସଭା ନିର୍ବାଚନ: ୫୫ ପ୍ରତିଶତ ବିଧାୟକଙ୍କ ବିରୋଧରେ ଆପରାଧୀକ ମାମଲା,୧୬୦ କୋଟିପତି

ପାଟନା, ୧୫।୯: ବିହାରରେ ବିଧାନସଭା ନିର୍ବାଚନ ପାଇଁ ଦିନ ପାଖେଇ ଆସୁଛି। ରାଜ୍ୟର ବର୍ତ୍ତମାନ ଥିବା ୨୪୦ ବିଧାୟକଙ୍କ ମଧ୍ୟରୁ ୫୫ ପ୍ରତିଶତଙ୍କ ନାମରେ ବିଭିନ୍ନ ଆପରାଧୀକ ମାମଲା ରହିଛି। ଏଭଳି ବିଧାୟକଙ୍କ ସଂଖ୍ୟା ୧୩୬ ଥିବା କୁହାଯାଉଛି। ସେଥିମଧ୍ୟରୁ ୯୪ ଅର୍ଥାତ୍‌ ୩୯ ପ୍ରତିଶତ ବିଧାୟକଙ୍କ ବିରୋଧରେ ଗୁରୁତର ମାମଲା ରହିଛି। ୧୧ ଜଣ ବିଧାୟକଙ୍କ ଉପରେ ହତ୍ୟା ମାମଲା ରହିଛି। ଏନେଇ ଆସୋସିଏଶନ୍‌ ଫର ଡେମୋକ୍ରାଟିକ୍‌ ରିଫମର୍‌ସ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ସେମାନଙ୍କ ମଧ୍ୟରେ ଆର୍‌ଜେଡିର ୪୫, ଜେଡିୟୁର ୩୪, ଭାଜପାର ୩୪, କଂଗ୍ରେସର ୧୪, ଏଲ୍‌ଜେପିର ୨,ସିପିଆଇର ୩ ଏବଂ ୫ ନିର୍ଦ୍ଦଳୀୟ ବିଧାୟକ ରହିଛନ୍ତି। ସେହିପରି ରାଜ୍ୟରେ ଥିବା ବିଧାୟକଙ୍କ ମଧ୍ୟରୁ ୬୭ ପ୍ରତିଶତ କୋଟିପତି। ସେମାନଙ୍କ ସଂଖ୍ୟା ୧୬୦ ରହିଛି। ୮୦ଜଣ ଆର୍‌ଜେଡି ବିଧାୟକଙ୍କ ହାରାହାରି ସମ୍ପତ୍ତି ପରିମାଣ ୩ କୋଟି ୨ଲକ୍ଷ ରହିଛି। ସେହିପରି ଜେଡ଼ିୟୁର ୬୯ ବିଧାୟକଙ୍କ ହାରାହାରି ସମ୍ପତ୍ତି ପରିମାଣ ୨ କୋଟି ୭୯ ଲକ୍ଷ, ଭାଜପାର ୫୪ ବିଧାୟକଙ୍କ ହାରାହାରି ସମ୍ପତ୍ତି ପରିମାଣ ୨ କୋଟି ୩୮ ଲକ୍ଷ, କଂଗ୍ରେସର ୨୫ ବିଧାୟକଙ୍କ ହାରାହାରି ସମ୍ପତ୍ତି ୪ କୋଟି ୩୬ ଲକ୍ଷ ଟଙ୍କା ରହିଛି। ୪୬ ଜଣ ବିଧାୟକ ସେମାନଙ୍କ ଆୟକର ବିବରଣୀ ଦେଇ ନ ଥିବା ରିପୋର୍ଟରେ ପ୍ରକାଶ ପାଇଛି। ସେହିପରି ୯୪ ଜଣ ବିଧାୟକଙ୍କ ଶିକ୍ଷାଗତ ଯୋଗ୍ୟତା ୫ମ ଶ୍ରେଣୀରୁ ଦ୍ୱାଦଶ ମଧ୍ୟରେ ରହିଛି। ୧୩୪ ଜଣଙ୍କ ଶିକ୍ଷାଗତ ଯୋଗ୍ୟତା ସ୍ନାତକ ଏବଂ ଏହାଠାରୁ ଅଧିକ ରହିିଛି। ୯ ଜଣ ବିଧାୟକ ନିଜକୁ ସାକ୍ଷର ବୋଲି ଦର୍ଶାଇଛନ୍ତି। ବିଧାୟକଙ୍କ ମଧ୍ୟରେ ୨୮ ଜଣ ମହିଳା ରହିଥିବା ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ପୋଲିସ -ଗ୍ରାମବାସୀ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri