Posted inଜାତୀୟ

ପଦ୍ମଫୁଲ ଚିହ୍ନ ଥିବା ମାସ୍କ ପିନ୍ଧି ଭୋଟ ଦେବାକୁ ଗଲେ ମନ୍ତ୍ରୀ, ଉଠିଲା ବିବାଦ

ପାଟନା,୨୮।୧୦: କରୋନା ସମୟରେ ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ବୁଧବାର ୭୧ଟି ଆସନରେ ମତଦାନ ଚାଲିଛି। ଏନଡିଏ ଏବଂ ମହାମେଣ୍ଟ ମଧ୍ୟରେ ଏମଥ ଟକ୍କର ଚାଲିଛି। ମତଦାନ ଚାଲିଥିବାବେଳେ ଭାଜପା ନେତା ତଥା ମନ୍ତ୍ରୀ ପ୍ରେମ କୁମାର ଭାଜପାର ଚିହ୍ନ ପଦ୍ମ ଫୁଲ ଥିବା ମାସ୍କ ପିନ୍ଧି ଗୟାସ୍ଥିତ ଏକ ମତଦାନ କେନ୍ଦ୍ରରେ ପହଞ୍ଚିଥିଲେ। ଏହି ମାସ୍କକୁ ନେଇ ବିବାଦ ଆରମ୍ଭ ହୋଇଛି। ସୂଚନାଯୋଗ୍ୟ, ପ୍ରଥମ ପର୍ଯ୍ୟାୟରେ ନୀତିଶ ସରକାରଙ୍କ ୮ ମନ୍ତ୍ରୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେଉଛି। ଭୋଟ ପାଇଁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ମତଦାନ କେନ୍ଦ୍ରରେ ମାସ୍କ ଏବଂ ସାନିଟାଇଜର ଇତ୍ୟାଦି ବ୍ୟବସ୍ଥା କରାଯାଇଛି। ନିର୍ବାଚନ ଆୟୋଗଙ୍କ ତଥ୍ୟ ଅନୁଯାୟୀ ଏପର୍ଯ୍ୟନ୍ତ ମତଦାନ ୫ ପ୍ରତିଶତ ଥିଲା। ନିର୍ବାଚନରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୋଟରଙ୍କୁ ନିବେଦନ କରିଛନ୍ତି। ଏହା ବ୍ୟତୀତ ଆରଜେଡି ନେତା ତେଜସ୍ବୀ ଯାଦବ ସବୁ ଭୋଟର ଭୋଟ ଦେବାକୁ ନିବେଦନ କରିଛନ୍ତି। ଏହି ପର୍ଯ୍ୟାୟ ନିର୍ବାଚନରେ ୨ କୋଟି ୧୪ ଲକ୍ଷ ୮୪ ହଜାର ୭୮୭ ଭୋଟର ମତଦାନ ସାବ୍ୟସ୍ତ କରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ସଂଗଠନରେ ବଡ଼ ଅଦଳବଦଳ: ୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା: ଓଡ଼ିଶାର ଏହି ନେତାଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୦।୯: ଭାରତୀୟ ଜନତା ପାର୍ଟି (ଭାଜପା) ସଂଗଠନକୁ ଆହୁରି ସୁଦୃଢ଼ କରିବା ପାଇଁ ୭ଟି ମୋର୍ଚ୍ଚାର ପ୍ରଭାରୀଙ୍କ ନାମ ଘୋଷଣା କରିଛି। ଏଥିରେ ଓଡ଼ିଶାର ବରିଷ୍ଠ ନେତା…

ଦୁର୍ଲଭ ସଂଯୋଗର ଚମକିବ ୪ ରାଶିର ମହିଳାଙ୍କ ଭାଗ୍ୟ! ଧନବର୍ଷା ସହ ଖୋଲିବ ସୌଭାଗ୍ୟର ଦ୍ୱାର, ଜାଣନ୍ତୁ ସେହି ରାଶି କିଏ…

ଏଥର ହରତାଳିକା ତୀଜ ଓ ଗଣେଶ ଚତୁର୍ଥୀର ସଂଯୋଗକୁ ଧାର୍ମିକ ଦୃଷ୍ଟିରୁ ବେଶ ବିଶେଷ ମନେ କରାଯାଉଛି। ହିନ୍ଦୁ ଧର୍ମରେ ଉଭୟ ପର୍ବର ରହିଛି ବିଶେଷ ମହତ୍ତ୍ୱ।…

ତ୍ରୁଟିପୂର୍ଣ୍ଣ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱ

ଖୋର୍ଦ୍ଧା,୧୦ା୯(ପ୍ରଭାତ ପାଣିଗ୍ରାହୀ): ଏମ୍‌ଏସ୍‌ଏମ୍‌ଇ ବିଭାଗର କମିଶନର-କମ୍‌-ସଚିବ ତଥା ଇଲେକ୍ଟୋରାଲ ରୋଲ ପର୍ଯ୍ୟବେକ୍ଷକ ରଶ୍ମିତା ପଣ୍ଡା, ଖୋର୍ଦ୍ଧା ଜିଲାକୁ ଦ୍ୱିତୀୟ ଥର ଗସ୍ତରେ ଆସି ଏସ୍‌ଆଇଆର ସମ୍ପର୍କିତ କାର୍ଯ୍ୟର…

ସରକାରଙ୍କ ବଡ ଘୋଷଣା: ପ୍ରତ୍ୟେକ ମହିଳାଙ୍କୁ ମିଳିବ ୧ ଲକ୍ଷ ଟଙ୍କା

ଲକ୍ଷ୍ନୌ,୧୦।୯: ଉତ୍ତର ପ୍ରଦେଶରେ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବହୁତ କମ ସମୟ ବାକି ଅଛି। ଫଳସ୍ବରୂପ ଭାଜପା ସମେତ ବିଭିନ୍ନ ରାଜନୈତିକ ଦଳ ନିଜର ପ୍ରସ୍ତୁତିକୁ…

ବାଇକ୍‌ରେ ମଦ ଲଦି ଏ ଦୋକାନରୁ ସେ ଦୋକାନକୁ ଚାଲାଣ

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଛି । ଯୁବକମାନେ ବାଇକ୍‌ରେ ଲଦି ମଦକୁ…

୪୭ ବର୍ଷରେ କମାଲ କଲେ ଏହି ବୋଲର: କ୍ରିକେଟ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୯: ମାତ୍ର ୮ ବର୍ଷର କ୍ୟାରିୟର ପରେ ଇମ୍ରାନ ତାହିର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ଏହାର କିଛି ବର୍ଷ ପରେ ମଧ୍ୟ ତାଙ୍କ ସ୍ପିନ ବୋଲିଂର…

ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୦।୯: ପ୍ରଜ୍ଞା (PRAGYA)ର କାର୍ଯ୍ୟ ଏବେ ବିଦ୍ୟୁତ ଉତ୍ପାଦନ କରିବା ନୁହେଁ। ଏହା ଏକ ପ୍ରକାରର ପରୀକ୍ଷଣ ଯନ୍ତ୍ର (ଟେଷ୍ଟ ମେସିନ), ଯାହା ଉପରେ କମ୍ପାନୀ କ୍ରମାଗତ…

ଗୋଚର ଜମି ଜବରଦଖଲ ମାମଲା: ଅଭିଯୋଗକାରୀଙ୍କୁ ମିଳୁଛି ଧମକ, ପୀଡ଼ିତ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହୋଇ…

କର୍ଲାମୁଣ୍ଡା,୧୦ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରେଗଡ଼ା ଗ୍ରାମରେ ସରକାରୀ ଗୋଚର ଜମି ଜବରଦଖଲ କରି କିଛି ବ୍ୟକ୍ତି ଧାନଚାଷ କରୁଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri