Posted inଜାତୀୟ

ସୁରକ୍ଷାରେ ତ୍ରୁଟି: କେନ୍ଦ୍ରମନ୍ତ୍ରୀଙ୍କ କନ୍‌ଭେ ଉପରେ ପଥରମାଡ଼

ବକ୍ସର,୧୨।୧: କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ଚୌବେଙ୍କ କନ୍‌ଭେ ଉପରେ ଗୁରୁବାର ସନ୍ଧ୍ୟାରେ ପଥରମାଡ଼ ହୋଇଛି। ଏଥିରେ କେନ୍ଦ୍ରମନ୍ତ୍ରୀ ଅଳ୍ପକେ ବର୍ତ୍ତିଯିବା ସହ ସୁରକ୍ଷାକର୍ମୀଙ୍କ ବଳୟରେ ସୁରକ୍ଷିତ ଭାବେ ତାଙ୍କୁ ବାହାରକୁ ନିଆଯାଇଥିଲା। ଏହି ଘଟଣା ବିହାରର ବକ୍ସର ଜିଲାର ବନାରପୁର ଗ୍ରାମରେ ଘଟିଛି। ସୂଚନା ମୁତାବକ, ବକ୍ସରର ଚୌସା ସ୍ଥିତ ଥର୍ମାଲ ପାଓ୍ବାର ପ୍ଲାଣ୍ଟର ଜମି ଅଧିଗ୍ରହଣ ମାମଲାରେ କ୍ଷତିପୂରଣ ଦାବିରେ କୃଷକମାନେ ପ୍ରଦର୍ଶନ କରୁଥିଲେ। ଏଥିସହ ଚୌସାରେ ମହିଳା ଓ ଶିଶୁଙ୍କ ଉପରେ ପୋଲିସର ଲାଠିିଚାର୍ଜ, ନାବାଳକ ଶିଶୁଙ୍କୁ ଗିରଫ କରିବା ନେଇ ଲୋକମାନେ ଆନ୍ଦୋଳନ କରିଥିଲେ। ସେତିକିବେଳେ ବକ୍ସରରେ ପହଞ୍ଚିଥିବା ଏମ୍‌ପିଙ୍କୁ ଗ୍ରାମବାସୀଙ୍କ କ୍ରୋଧର ସାମ୍ନା କରିବାକୁ ପଡିଥିଲା। ଏହି ସମୟରେ କୃଷକଙ୍କ ସହ ଆଲୋଚନା ପାଇଁ କେନ୍ଦ୍ରମନ୍ତ୍ରୀ ବନାରପୁରରେ ପହଞ୍ଚିଥିଲେ। କୃଷକଙ୍କ ସହ ଆଲୋଚନା କରୁଥିବା ବେଳେ ହଠାତ୍‌ ଆନ୍ଦୋଳନକାରୀ ଉତ୍ତ୍ୟକ୍ତ ହୋଇପଡ଼ି ତାଙ୍କ ବିରୋଧରେ ନାରାବାଜି କରିବା ସହ ଗାଡ଼ି ଉପରକୁ ପଥରମାଡ଼ କରିଥିଲେ। ଏହି ସମୟରେ କେନ୍ଦ୍ରମନ୍ତ୍ରୀଙ୍କ ସୁରକ୍ଷାରେ ସୁରକ୍ଷାକର୍ମୀ ଓ ଏକ୍ସର୍ଟଙ୍କ ଦ୍ୱାରା ବଡ଼ ତ୍ରୁଟି ହୋଇଥିବା କୁହାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri