Posted inଜାତୀୟ

ବିହାର ମନ୍ତ୍ରିମଣ୍ଡଳ ବିଭାଗ ବଣ୍ଟନ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ପାଟନା,୨୧ା୧୧: ଜେଡିୟୁ ନେତା ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାର ଗୋଟିଏ ଦିନ ପରେ ଶୁକ୍ରବାର ମନ୍ତ୍ରିମଣ୍ଡଳ ବିଭାଗ ବଣ୍ଟନ କରାଯାଇଛି। ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଗୃହ ବିଭାଗ ଦାୟିତ୍ୱ ଦିଆଯାଇଛି। ପ୍ରଥମ ଥର ପାଇଁ ବିହାରରେ ଭାଜପାକୁ ଗୃହ ବିଭାଗ ମିଳିଛି।

ସେହିପରି ଉପମୁଖ୍ୟମନ୍ତ୍ରୀ ବିଜୟ ସିହ୍ନାଙ୍କୁ ରାଜସ୍ବ ବିଭାଗ ମିଳିଥିବା ବେଳେ ବିଧାୟକ ରାମକୃପାଳ ଯାଦବଙ୍କୁ କୃଷି ବିଭାଗ ଦିଆଯାଇଛି। ଶ୍ରେୟସୀ ସିଂଙ୍କୁ ସୂଚନା ପ୍ରସାରଣ ଓ କ୍ରୀଡ଼ା ବିଭାଗ ମିଳିଛି।

ନୀତୀନ ନବୀନଙ୍କୁ ରାସ୍ତା ନିର୍ମାଣ ବିଭାଗ, ନଗର ଉନ୍ନୟନ ଏବଂ ଗୃହ ନିର୍ମାଣ ବିଭାଗ ଦିଆଯାଇଥିବା ବେଳେ ସଞ୍ଜୟ ଟାଇଗରଙ୍କୁ ଶ୍ରମ ସମ୍ପଦ ବିଭାଗ, ଅରୁଣ ଶଙ୍କର ପ୍ରସାଦଙ୍କୁ ପର୍ଯ୍ୟଟନ ବିଭାଗ, କଳା, ସଂସ୍କୃତି ଏବଂ ଯୁବ ବିଭାଗ ଏବଂ ସୁରେନ୍ଦ୍ର ମେହେଟ୍ଟାଙ୍କୁ ପଶୁ ଏବଂ ମତ୍ସ୍ୟ ସମ୍ପଦ ବିଭାଗ ନ୍ୟସ୍ତ କରାଯାଇଥିବା ସୂଚନା ମିଳିଛି।

ନାରାୟଣ ପ୍ରସାଦଙ୍କୁ ବିପର୍ଯ୍ୟୟ ପରିଚାଳନା ବିଭାଗ, ରାମା ନିଷାଦଙ୍କୁ ପଛୁଆ ବର୍ଗ ଏବଂ ଅତ୍ୟନ୍ତ ପଛୁଆ ବର୍ଗ କଲ୍ୟାଣ ବିଭାଗ, ଲଖେନ୍ଦ୍ର ପାଶୱାନଙ୍କୁ ଅନୁସୂଚିତ ଜାତି ଏବଂ ଜନଜାତି କଲ୍ୟାଣ ବିଭାଗ, ପ୍ରମୋଦ ଚନ୍ଦ୍ରବଂଶୀଙ୍କୁ ସମବାୟ ବିଭାଗ, ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ମିଳିଥିବା ସୂଚନା ମିଳିଛି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ବିଶ୍ୱର ଟପ୍‌-୩ ଧନୀ କ୍ରିକେଟର, ନେଟ୍‌ୱର୍ଥ ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୫।୮: କ୍ରିକେଟ ବିଶ୍ୱର ଦ୍ୱିତୀୟ ସବୁଠାରୁ ଲୋକପ୍ରିୟ ଖେଳ। କିନ୍ତୁ ବର୍ତ୍ତମାନ ଏହା କେବଳ ଏକ ଖେଳ ନୁହେଁ, ବରଂ କୋଟି କୋଟି ଟଙ୍କାର ଏକ ବିଶାଳ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri